Posted inRasifala

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୪ ତାରିଖ – Daily Horoscope

ମେଷ
ବାଣୀକାରକ ବୁଧ ପାପଗ୍ରହ ପ୍ରଭାବରେ ଆପଣଙ୍କ ଆଜିର ଭୁଲ୍‌ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ୟରେ କଟିବ। ଦେବା ନେବାକୁ କେନ୍ଦ୍ରକରି ସମ୍ପର୍କୀୟଙ୍କ ସହ ବିବାଦ ବଢ଼ିପାରେ। ଶାରୀରିକ ଅସୁସ୍ଥତା ସାଙ୍ଗକୁ କଳହ ଲାଗିପାରେ।
ବୃଷ
ବୃଷ
ତୃତୀୟସ୍ଥ ମଙ୍ଗଳ ଯୋଗୁ ଭ୍ରାତୃ ସମ୍ପର୍କ କ୍ଷୁଣ୍ଣ ହୋଇପାରେ। ଯେ କୋଣସି କ୍ଷେତ୍ର ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଆର୍ଥିକ ସମସ୍ୟା ଦୂର ହେବାରେ ପଡ଼ୋଶୀଙ୍କ ଅବଦାନକୁ ଭୁଲି ହେବନି। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ନ ହୋଇପାରେ।
ମିଥୁନ
ମିଥୁନ
ସ୍ବଗୃହୀ ଭାଗ୍ୟାଧିପତିଙ୍କ ଯୋଗୁ ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିବେ। ନାହିଁ ନାହିଁ କରୁଥିବା ଲୋକଟି ଶେଷରେ ଆପଣଙ୍କ କଥାରେ ହଁ ଭରିବ। ସାଧାରଣ କଥାକୁ କେନ୍ଦ୍ରକରି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ଅର୍ଥାଭାବ ଲାଗିରହିବା କାରଣରୁ କେତେକ ଆଶା ଅପୂରଣ ରହିଯାଇପାରେ।
କର୍କଟ
କର୍କଟ
ରାହୁ ପ୍ରଭାବରେ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ଦୂରଯାତ୍ରା କରିବାକୁ ପଡିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ନତୁବା ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ମାଦକ ଦ୍ରବ୍ୟ ସେବନରୁ ସ୍ବାସ୍ଥ୍ୟହାନି ସାଙ୍ଗକୁ ସମାଲୋଚନାର ଶରବ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଦ୍ୱିତୀୟସ୍ଥ ବୁଧାଦିତ୍ୟ ଯୋଗ ପ୍ରଭାବରେ ନିଜସ୍ବ ବିଚାରଧାରା ଓ କୌଶଳପୂର୍ଣ୍ଣ କାର୍ଯ୍ୟପଦ୍ଧତି ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ବନ୍ଧୁଙ୍କ ମଧ୍ୟସ୍ଥତାରେ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ଅସ୍ଥିରତା କେତେକାଂଶରେ ଦୂର ହେବ।
କନ୍ୟା
ପାପଗ୍ରହ ଯୁକ୍ତ ବୁଧ ହେତୁ ଯେତେ ଭଲ କରିବାକୁ ଚିନ୍ତା କଲେ ମଧ୍ୟ ନିଜ ଲୋକଙ୍କ ବିରୁଦ୍ଧାଚରଣର ସମ୍ମୁଖୀନ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ କୃତିତ୍ୱ ଯୋଗୁ ବିଜ୍ଞବ୍ୟକ୍ତିଙ୍କର ପ୍ରଶଂସାଭାଜନ ହେବେ। ଅସାବଧାନତା କାରଣରୁ ଧନହାନି ଘଟିପାରେ। ପାରଷ୍ପରିକ ସୁବୁଝାମଣା ହେତୁ ପରିବାରରେ ଅଶାନ୍ତି ଦୂର ହେବ।
ତୁଳା
ତୁଳା
ବିଳାସକାରକ ଗ୍ରହ ଶୁକ୍ର ଚତୁର୍ଥାଧିପ ସଂଯୋଗରୁ ପାରିବାରିକ ସ୍ଥିତି ସୁଖ,ସନ୍ତୋଷରେ କଟିବ। ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ। ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ ନତୁବା ଠକିଯିବାଟା ହିଁ ସାର୍‌ ହେବ।
ବିଛା
ବିଛା
ସପ୍ତମାଧିପ ରାଶିରେ ରହିଥିବାରୁ ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା ପ୍ରଭୃତି କ୍ଷେତ୍ରରେ ସଫଳତା ହାସଲ କରିବେ। ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ।
ଧନୁ
ଧନୁ
ଚତୁର୍ଥାଧିପ ଷଷ୍ଠଭାବରେ ଅବସ୍ଥାନ କରିଥିବାରୁ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କ ସହ ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ ଏବଂ ପାରିବାରିକ ସ୍ଥିତିରେ ମିଷ୍ଟଭାଷୀହେବେ। ବ୍ୟବସାୟ,ଆନୁଷ୍ଠାନିକ କାର୍ଯ୍ୟ,ସଭାସମିତି କାମରେ ଅଗ୍ରଣୀ ହେବେ।
ମକର
ମକର
ଆଜି ଶୁକ୍ରଙ୍କ ସ୍ଥାନ ପ୍ରଭାବରୁ କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବାରୁ ମନଦୁଃଖ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ପରେ ବ୍ୟସ୍ତ ହେବାକୁ ପଡ଼ିପାରେ। ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ।
କୁମ୍ଭ
କୁମ୍ଭ
ରାହୁ ଓ ଶନିଙ୍କ କୁପ୍ରଭାବଜନିତ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି। ଶାରୀରିକ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଆଜି ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ।
ମୀନମୀନ

ବୁଧଜନିତ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri