Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ
ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିିବେ। ବନ୍ଧୁମାନଙ୍କ ସାହାଯ୍ୟରୁ ଜମିଜମା ବିବାଦରେ, ପରିବହନର ଝଗଡ଼ାରେ ସମାଧାନ ହୋଇପାରିବ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁକ ଖୁସି ରହିବ।
ବୃଷ
ବୃଷ
ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାରରେ ଝଡ଼ ଉଠିପାରେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଅନୁରୋଧକ୍ରମେ ସ୍ଥଗିତ କାମକୁ ସମ୍ପନ୍ନ କରିବେ। ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବାଣିଜ୍ୟ, ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାର ନଁା ଧରିବନାହିଁ।
କର୍କଟ
କର୍କଟ
ସହକର୍ମୀମାନେ ସହଜରେ ହାତ ବଢ଼ାଇବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବାର ଆଶଙ୍କା ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଯେତେ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ମନେମନେ ଅଶାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଆଜି ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାର ଏବଂ ଗାଡ଼ି ମୋଟର ମରାମତି ପ୍ରଭୃତି ସକାଶେ ବ୍ୟସ୍ତତା ବଢ଼ିଯିବ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ, ଯାହାକି ଆପଣଙ୍କ କାମକୁ ବହୁତ ପରିମାଣରେ ସାହାଯ୍ୟ କରିବ।
କନ୍ୟା
ଆଜି ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ହେବ ଏବଂ ଏଥିପାଇଁ ବନ୍ଧୁ ମହଲରେ କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି।
ତୁଳା
ତୁଳା
କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁମିଳନ ଅବକାଶରେ ସନ୍ତାନମାନଙ୍କ ବୈବାହିକ ପ୍ରସ୍ତାବର ଆଲୋଚନା କରିପାରନ୍ତି। ସଭାସମିତିରେ ଯୋଗ ଦେଇ ଲାଭବାନ୍‌ ହେବେ ଓ ସମ୍ମାନ, ପ୍ରତିଷ୍ଠା ପାଇବେ। ସ୍ଥିରୀକୃତ ଗସ୍ତ କାର୍ଯ୍ୟକ୍ରମ ଆକସ୍ମିକ ଭବେ ବାତିଲ ହେବାର ଆଶଙ୍କା ରହିଛି।
ବିଛା
ବିଛା
ଆଶା ପୂରଣ ହେବା କାରଣରୁ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହ ସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ମୁକ୍ତି ମିଳିବ। ଅନ୍ୟମାନଙ୍କ ଉଦ୍ଦେଶ୍ୟକୁ ବୁଝିନପାରି ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ଆବଶ୍ୟକତା ପୂରଣ ସକାଶେ ଧାର କରିବାକୁ ପଡ଼ିପାରେ।
ଧନୁ
ଧନୁ
ଭୁଲ୍‌ ବୁଝାମଣାରୁ ପରିବାରରେ କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ସାଙ୍ଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଠିକ୍‌ ସମୟରେ ଯାଇପାରିବେ ନାହିଁ।
ମକର
ମକର
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ। ପ୍ରତ୍ୟୁଷ ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। କିନ୍ତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଦୀର୍ଘଦିନ ହେଲା ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ବିଳମ୍ବରେ ସଫଳତା ପାଇବେ। ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଆମତ୍ୀୟମାନଙ୍କ ବେଖାତିର ମନୋଭାବ ଦୁଶ୍ଚିନ୍ତାକୁ ବଢ଼ାଇପାରେ।
ମୀନମୀନ

କର୍ମକ୍ଷେତ୍ରରେ ଟେନସନ୍‌ କମିଯିବ, ମାତ୍ର ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ାଇ ହେବନି। ଉଚ୍ଚଶିକ୍ଷା, ସନ୍ତାନ, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ। ପରିବାର ସକାଶେ ସେମାନେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?