Posted inRasifala

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ, ପରିବାର, ଯାନ ବାହନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ପ୍ରେମ ସମ୍ପର୍କ, ଆଲୋଚନା କ୍ଷେତ୍ର, ସଂଗଠନ ଓ ରାଜନୀତି ସକାଶେ ଅସୁବିଧା ହେବନାହିଁ। ବ୍ୟବସାୟରେ ଉନ୍ନତି ହେଲେ ମଧ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ।
ବୃଷ
ବୃଷ
କୌଣସି ନୂତନ କର୍ମାରମ୍ଭ କରିବା ସକାଶେ ମନ ବଳାଇବେ, ଯାହା କି ସମସ୍ୟା ବହୁଳ ହୋଇପାରେ। ମନ ଅନୁଯାୟୀ କାମ ନ ହେବା ଯୋଗୁ ବ୍ୟଥିତ ହେବାକୁ ପଡ଼ିପାରେ। ବନ୍ଧୁ ଆପଣଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ କାମ ହାସଲ କରିବେ। ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିିତା ବଢ଼ିପାରେ।
ମିଥୁନ
ମିଥୁନ
ଆର୍ଥିକ ସମସ୍ୟାର ସମାଧନ ସହ ଯାହା ଚାହିଁବେ ତାହା ପାଇବେ। ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂରେଇବା ପାଇଁ ପ୍ରଯନତ୍ କରିବେ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ବନ୍ଧୁଙ୍କଠାରୁ ଖୁସି ଖବର ପାଇବେ। ଶତ୍ରୁମାନେ ବିବାଦୀୟ ଘଟଣାକୁ ବୃଦ୍ଧି କରିଦେଇପାରନ୍ତି।
କର୍କଟ
କର୍କଟ
ଦୃଢ଼ ମନୋବଳ ଓ କାର୍ଯ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ। ରବିଙ୍କ ଦୁର୍ବଳତା କାରଣରୁ ଅର୍ଥ ଅଭାବରୁ କାମ ଅସମ୍ପୂର୍ଣ୍ଣ ରହିଯିବ। ବନ୍ଧୁମିଳନ ସହ ମିଷ୍ଟାନ୍ନ ଲାଭ ଓ ବନ୍ଧୁ ଗୃହକୁ ଯାତ୍ରାଯୋଗ ରହିଛି। ପାରିପାର୍ଶ୍ୱିକ କ୍ଷେତ୍ରରୁ ସାହାଯ୍ୟ ଓ ସହଯୋଗ ନ ଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ।
ସି˚ହ
ସି˚ହ
ସମସ୍ୟା ସମାଧାନ କରିବାର ଧୈର୍ଯ୍ୟ ଓ ସାହସ ଅକ୍ଷୁଣ୍ଣ ରହିବ। ପାରିବାରିକ ଅସ୍ଥିରତା ଓ କର୍ମକ୍ଷେତ୍ରର ଶିଥିଳତା ମଧ୍ୟ ଏହି ଦିଗରେ ପ୍ରତିବନ୍ଧକ ସାଜିବ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ମନ ଦୁଃଖ ହୋଇପାରେ। ଜମିଜମା, ଯାନବାହନ, ପ୍ରେସ୍‌, ପବ୍ଲିକେଶନ, ଅନୁସନ୍ଧାନାଦି କାମରେ ସଫଳତା ଅର୍ଜନ କରିବେ।
କନ୍ୟା
ପ୍ରଥମେ ପ୍ରଥମେ କିଛିଟା ସମସ୍ୟାର ସମ୍ମୁଖୀନ ହୋଇ ହଡ଼ବଡ଼େଇ ଯାଇପାରନ୍ତି। ପୁରାତନ ଗାଡ଼ି, ବ୍ୟବହୃତ ଜିନିଷର ଯାନ୍ତ୍ରିକ ସମସ୍ୟା, ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିପାରନ୍ତି। କୌଣସି ସମ୍ପର୍କୀୟଙ୍କ ଦ୍ୱାରା ଆଶା କରୁଥିବା ସୂଚନା ପାଇ ଖୁସି ହେବେ। ନୂତନ କର୍ମସଂସ୍ଥାନ କିମ୍ବା ସ୍ଥାନାନ୍ତର ପାଇଁ ମନ ବଳିବ।
ତୁଳା
ତୁଳା
ପ୍ରତିଦାନ ପାଇବାର କୌଣସି ଆଶା ନ ରଖି କର୍ତ୍ତବ୍ୟ ଦୃଷ୍ଟିକୋଣରୁ କାମ କରିଚାଲିବେ। ଅବଶ୍ୟ ସ୍ବାତୀ ନକ୍ଷତ୍ର ବିଭିନ୍ନ ପ୍ରକାରର କର୍ମ ଜଞ୍ଜାଳର ଚାପରେ ଅତିଷ୍ଠ ହୋଇପାରନ୍ତି। ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମ ମୁଖର ହେବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ।
ବିଛା
ବିଛା
ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଯାହା କରୁଛନ୍ତି ସତର୍କତା ଅଭାବରେ ପରିସ୍ଥିତି ଅଣାୟତ୍ତ ହୋଇପାରେ। ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ। ପାରିବାରିକ ଜୀବନ ସୁଖରେ କଟିବ ମାତ୍ର ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ମନରେ ଭୟ ଥିଲେ ମଧ୍ୟ ମୁହଁଜୋର ହେତୁ ବିପଦରୁ ରକ୍ଷା ପାଇବେ।
ଧନୁ
ଧନୁ
ମଙ୍ଗଳଙ୍କ କୁପ୍ରଭାବଜନିତ ଔଦ୍ଧତ୍ୟ କାରଣରୁ ଅନ୍ୟମାନଙ୍କ ସହ ବୁଝାମଣା ଠିକ୍‌ ରହି ନ ପାରେ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି। ହଜି ଯାଇଥିବା ଜିନିଷ, ଅଳଙ୍କାର, ଟଙ୍କା ପଇସା କିମ୍ବା ପଶୁଜନ୍ତୁର ଖୋଜ ଖବର ପାଇପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ଅପଦସ୍ଥ ହେବେ।
ମକର
ମକର
ଅସୁବିଧା ନ ହେଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ। ପଡ଼ୋଶୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହଁି, ଯାହାକି ଟେନ୍ସନ ସୃଷ୍ଟି କରିବ। କର୍ମକ୍ଷେତ୍ର, ରାଜନୀତି, ମାଲି ମକଦ୍ଦମା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।
କୁମ୍ଭ
କୁମ୍ଭ
ସତର୍କରେ ନ ଚଳିଲେ କର୍ମକ୍ଷେତ୍ର୍ରରେ ସମସ୍ୟାର ସାମ୍ନା କରିବାକୁ ପଡ଼ିବ। ପରିବାରରେ ସାଧାରଣ କଥାରେ କଳହର ସମ୍ମୁଖୀନ ହୋଇପାରନ୍ତି। ଯେ କୌଣସି ପରିସ୍ଥିତିରେ ରହନ୍ତୁନା କାହିଁକି, ଆପଣ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ଅର୍ଥ ସମ୍ପର୍କ, ଆଲୋଚନା, କଳା, ସାହିତ୍ୟ, ବ୍ୟବସାୟ ଓ ପରିବହନ ପାଇଁ ମନ୍ଦ ନୁହେଁ।
ମୀନମୀନ

ଅର୍ଥନୈତିକ ଅବରୋଧ ହଟିଯିବ ଏବଂ ଆପଣଙ୍କ ଅଭିଳାଷ ଅନୁଯାୟୀ ପ୍ରାପ୍ୟ ଅବଶ୍ୟ ପାଇବେ। ଗଲା କଥାକୁ ମନରୁ ପୋଛିଦେଇ ଆଗାମୀ ଦିନର କାମ ସକାଶେ ଚିନ୍ତା କରିବା ଆପଣଙ୍କର ଆଜି ଦିନ ସକାଶେ ଭଲ ହେବ। ପରିବହନ, ଶେୟାର ବଜାର କ୍ଷେତ୍ରରୁ ସୁଫଳ ମିଳିବ। ନିଜ ଲୋକଙ୍କ ନିକଟରୁ ଆଶାନୁରୂପ ସହାନୁଭୂତି କିମ୍ବା ଶ୍ରଦ୍ଧା, ଆଦର ପାଇ ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri