Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ
ଆଜି ଘରର କେତେକ ରହିଯାଇଥିବା ବକେୟା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି। ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ। ପାଖ ପଡ଼ୋଶୀଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ କଟାଇ ଆନନ୍ଦ ଅନୁଭବ କରିବେ।
ବୃଷ
ବୃଷ
ପରିବାରରେ ବିଭିନ୍ନ ପ୍ରକାର ବ୍ୟୟ ବରାଦ ଭରଣା କରିବା ସକାଶେ ବ୍ୟସ୍ତତା ବଢ଼ିଯିବ। କାମର ଚାପ ବଢ଼ିବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଭୁଲ୍‌ ବୁଝାମଣାରୁ ଘରୋଇ କଳହକୁ ନେଇ ମନରେ ଅଶାନ୍ତି ଲାଗି ରହିବ।
ମିଥୁନ
ମିଥୁନ
ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିନେବେ। ସହକର୍ମୀଙ୍କ ସହ ଫଳପ୍ରଦ ଆଲୋଚନାରୁ ସନ୍ତୋଷ ପାଇବେ। ସନ୍ତାନଙ୍କ କୃତିତ୍ୱ ଯୋଗୁ ଗର୍ବ ଅନୁଭବ କରିବେ।
କର୍କଟ
କର୍କଟ
ଅଧିକାଂଶ ସମୟ ତର୍କବିତର୍କ କାରଣରୁ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବ। ସଭାସମିତିରେ କିମ୍ବା ଅଫିସରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶୁଭ ସମ୍ବାଦ ଶୁଣିବା ସାଙ୍ଗକୁ ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କେତେକ ସମସ୍ୟା ଭିତର ଦେଇ ଗତି କରିବେ।
ସି˚ହ
ସି˚ହ
ପରିସ୍ଥିତିରେ ପଡ଼ି ନିକଟ ସମ୍ପର୍କୀୟମାନଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିିନ୍ନ ପ୍ରକାରର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ସ୍ନାୟବିକ ଦୁର୍ବଳତା ବିସ୍ମରଣର କାରଣ ହୋଇ ଏକ ପ୍ରକାରର ସମସ୍ୟା ସୃଷ୍ଟି କରିବ।
କନ୍ୟା
ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବା କାରଣରୁ ମନରେ ଭାବପ୍ରବଣତା ସୃଷ୍ଟି ହେବ। ଆଲୋଚନା ସମୟରେ ବାକ୍‌ ଅସଂଯମତା ଯୋଗଁୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବା ସମ୍ଭାବନା। ପରିବାରରେ ନୀତିନିୟମରେ କାମ କରି ସମାଲୋଚିତ ହୋଇ ପାରନ୍ତି।
ତୁଳା
ତୁଳା
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ରହିଲେ ସମସ୍ୟା ସୃଷ୍ଟି ହୋଇପାରେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ପ୍ରିୟଜନଙ୍କ ସାହାଯ୍ୟରୁ ଆର୍ଥିକ ସମସ୍ୟା ଦୂର ହୋଇଯିବ। ରାଜନୀତି, ସଙ୍ଗଠନ, ଗବେଷଣା, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ଈର୍ଷା ପରାୟଣତା ହେତୁ ଓ କଠୋର ବାକ୍ୟାଳାପ କାରଣରୁ ନିଜ ଲୋକଙ୍କଠାରୁ ଆସ୍ଥା ହରାଇ ବସିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ସମସ୍ୟା ବିଜଡ଼ିତ ରହିବା ହେତୁ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖା ଦେଇପାରେ। ଆଲୋଚନା ପରିସରରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିବେ। ପରିବହନ, ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟରେ ଉନ୍ନତି ଘଟିବ। ଆନୁଷ୍ଠାନିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବେ। ଆର୍ଥିକ ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ ଓ ସଫଳ ମଧ୍ୟ ହେବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବା ସାଙ୍ଗକୁ ଦୂରଯାତ୍ରାର ମଧ୍ୟ ସୁଯୋଗ ପାଇବେ।
କୁମ୍ଭ
କୁମ୍ଭ
ସକାଳୁ ଭ୍ରମଣ ସକାଶେ ମନ ବଳାଇବେ ଓ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପଡ଼ୋଶୀଙ୍କଠାରୁ ଶୁଭଖବର ପାଇ ଖୁସି ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ। କେତେକ ମିଥ୍ୟାଭିଯୋଗକୁ କେନ୍ଦ୍ର କରି କିମ୍ବା ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
କର୍ମକ୍ଷେତ୍ରରେ ଆଜିର ସଫଳତା ଅବଶ୍ୟ ପାଇବେ, କିନ୍ତୁ ଏଥିପାଇଁ ବହୁତ ମେହନତ କରିବାକୁ ପଡ଼ିବ। କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?