Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ସଫଳତା ଯୋଗୁ ଟେନସନ୍‌ କମିଯିବ। ପରିବାରରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସତ୍‌ସଙ୍ଗ, ସଭାସମିତି, ସଂଗଠନ, ରାଜନୀତି କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଅଭିଯୋଗ ପାଇବେ। ବନ୍ଧୁଙ୍କ ଆଗରେ ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅଭିନୟ କରିବେ। ରୋହିଣୀ ନକ୍ଷତ୍ର ସକାଶେ ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ପରିସ୍ଥିତିକୁ ଆଖି ଆଗରେ ରଖି କାମ କରିବା ଭଲ। ମୃଗଶିରା ନକ୍ଷତ୍ର ମନ ବୁଝତ୍ଲାଭଳି କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ କିମ୍ବା କର୍ମକ୍ଷେତ୍ରରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବ ଯାହାକି ମନକୁ ଆଶ୍ୱାସନା ଦେବ।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ରର ସ୍ବାସ୍ଥ୍ୟରେ ଉନ୍ନତି ସହ କର୍ମକ୍ଷେତ୍ରର ସ୍ଥିତି ସ୍ବାଭାବିକ ରହିବ। ଭୁଲ୍‌ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇନେବେ। କଳା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ ଓ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ସହକର୍ମୀଙ୍କ ସହଯୋଗ ଆପଣଙ୍କ କାମକୁ ତ୍ୱରାନ୍ବିତ କରିବାରେ ସହାୟକ ହେବାର ସୂଚନା ରହିଛି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ସମସ୍ୟା ନ ସରୁଣୁ ଅନ୍ୟ ଏକ ସମସ୍ୟାର ଉପସ୍ଥିତି ମନକୁ ବିଭ୍ରାନ୍ତ କରିପାରେ। ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ବନ୍ଧୁଙ୍କ ପ୍ରରୋଚନାରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
ହସ୍ତା ନକ୍ଷତ୍ରର ପାରିବାରିକ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନେ ସହଯୋଗ ପ୍ରତିଶ୍ରୁତି ଦେବେ କିନ୍ତୁ କଛିବି କରିବେ ନାହିଁ। ଆଇନ ଅଦାଲତରୁ ସୁଫଳ ପାଇବେ ଯାହାକି ମନକୁ ଆଶ୍ୱାସନା ଦେବାରେ ସାହାଯ୍ୟ କରିବ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ସାମାନ୍ୟ ହଡ଼ବଡ଼େଇ ଯାଇପାରନ୍ତି।
ତୁଳା
ତୁଳା
ଗ୍ରହଙ୍କ ଶୁଭତ୍ୱ କାରଣରୁ କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ରପ୍ତାନି ବାଣିଜ୍ୟରେ ଉନ୍ନତି ସହ ଋଣ ପରିଶୋଧ ସକାଶେ ଅନୁକୂଳ ସୁବିଧା ପାଇବେ। ଚିତ୍ରା ନକ୍ଷତ୍ରର ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ପାଇଁ ଧୈର୍ଯ୍ୟର ସୀମା ଲଙ୍ଘନ ପୂର୍ବକ କଠୋର ବାକ୍ୟାଳାପ ପରିସ୍ଥିତିକୁ ଗମ୍ଭୀର କରିଦେବ। ଦୂରଦର୍ଶିତା ଅଭାବରୁ ହାତ ମୁଠାରୁ ସୁ୍‌ଯୋଗ ଖସିଯାଇପାରେ। ସାମାଜିକ ସ୍ତରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଆତ୍ମୀୟଙ୍କ ସହାୟତା ଲାଭକରି ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ର ଆଜି ସହକର୍ମୀଙ୍କ ସହଯୋଗରୁ ସ୍ଥଗିତ କାର୍ଯ୍ୟକୁ ତ୍ୱରାନିତ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇବେ।
ମକର
ମକର
ଯେତେ ସୁବିଧାରେ ଚଳିବାକୁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ଅନୁଭବ କରିବେ। ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦେଖାଦେଇପାରେ। ଧନିଷ୍ଠା ନକ୍ଷତ୍ର ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ ସକାଶେ ମନ ବଳାଇବେ। ବ୍ୟାଙ୍କ ଲୋନ୍‌ ମାଧ୍ୟମରେ ଆର୍ଥିକ ଦୁରବସ୍ଥାକୁ ସାମୟିକ ସୁଧାରି ନେଇପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ବନ୍ଧୁଙ୍କ ସହଯୋଗରେ ସାହିତ୍ୟ, କଳା ଓ ରଚନାତ୍ମକ କାମରେ ପ୍ରଶଂସା ପାଇବେ। ଗୁରୁତ୍ୱପୂର୍ଣ୍ଣ ବିଷୟରେ ଅନ୍ୟ ଉପରେ ଭରସା କରିବା ଅସୁବିଧାର କାରଣ ହେବ। ଶତଭିଷା ନକ୍ଷତ୍ର ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।
ମୀନମୀନ

ସ୍ଥଗିତ କାର୍ଯ୍ୟ ସମ୍ପାଦନରେ ଆପଣଙ୍କ ଚେଷ୍ଟା ଅବ୍ୟାହତ ରହିଲେ ନିର୍ଦ୍ଦିଷ୍ଟ ସମୟରେ କାମ ହାସଲ କରିପାରିବେ। ରେବତୀ ନକ୍ଷତ୍ର ସକାଶେ ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାବଜନିତ କାମରେ ପ୍ରତିବନ୍ଧକ ସୃଷ୍ଟି ହେବ। ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷ ପାଇପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri