Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୫ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ରର ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝାମେଲା ମଧ୍ୟରେ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।
ବୃଷ
ବୃଷ
ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ମୃଗଶିରା ନକ୍ଷତ୍ର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯିବା ସମ୍ଭାବନା ରହିଛି।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ସମସ୍ୟାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ। ପୁନର୍ବସୁ ନକ୍ଷତ୍ର କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ , ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପୁଷ୍ୟା ନକ୍ଷତ୍ରର ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ। ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ।
ସି˚ହ
ସି˚ହ
ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ୍‌ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ।
କନ୍ୟା
ଯାତ୍ରା କାଳରେ ଖଳଲୋକଙ୍କ କଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରିବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି , ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। ଚିତ୍ରା ନକ୍ଷତ୍ରର କଚେରି ମାମଲାରେ ବିଜୟପ୍ରାପ୍ତି ଯୋଗରହିଛି।
ତୁଳା
ତୁଳା
ବିରକ୍ତ ହେବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଆମତ୍ୀୟଙ୍କ ସହାୟତାରେ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ସ୍ବାତୀ ନକ୍ଷତ୍ର ସକାଶେ ଧାତୁ ଅଳଙ୍କାରାଦି କ୍ରୟ କରିବା ଯୋଗ ରହିଛି।
ବିଛା
ବିଛା
ଅନୁରାଧା ନକ୍ଷତ୍ରର ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଯାତ୍ରା ସମୟରେ ଦବ୍ର୍ୟ ନଷ୍ଟହେବାରୁ ଅନ୍ୟ ଉପରେ ରାଗି ପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି ଓ ସଙ୍ଗଠନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ବନ୍ଧୁଙ୍କ ସମ୍ମୁଖରେ ପ୍ରକୃତ ସତ୍ୟ ପ୍ରକାଶକରି ସମସ୍ୟା ସମାଧାନ କରିବେ। ଉତ୍ତରାଷାଢ଼ା ନକ୍ଷତ୍ରର ପଡ଼ୋଶୀ ପରୋକ୍ଷ ଶତ୍ରୁତା କରିପାରନ୍ତି। ଦୂରଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷାକରନ୍ତୁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ଏବଂ ଋଣ ପରିଶୋଧ କରିପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହେବେ। ଶ୍ରବଣା ନକ୍ଷତ୍ରକୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଅଭିଳଷିତ ଜିନିଷ ପାଇବେ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପଡ଼ୋଶୀ କ୍ରୋଧ କରିପାରନ୍ତି। ପ୍ରକାଶନ, ପ୍ରଶାସନ, ରପତ୍ାନି କାରବାର, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ପଡ଼ୋଶୀଙ୍କ ମାଧ୍ୟମରେ ସୁବିଧାରେ ପାଇଯିବେ। ପୂର୍ବଭାଦ୍ରପଦ ନକ୍ଷତ୍ର ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପରୋକ୍ଷ ଶତ୍ରୁତାରୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ। ଆଜିର ଯାତ୍ରା ସଫଳ ହେବ ଓ ଆଶା ପୂରଣ ହେବା ସୂଚନା ରହିଛି।
ମୀନମୀନ

ଆମତ୍ୀୟସ୍ବଜନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ପାଇବେ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉତ୍ତରଭାଦ୍ରପଦ ନକ୍ଷତ୍ର ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri