Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସାଙ୍ଗକୁ ଆର୍ଥିକ ସ୍ଥିତି ମଜଭୁତ ରହିବାରୁ ଉତ୍ସାହିତ ହେବେ। ସାଧାରଣ ଘଟଣାକୁ କେନ୍ଦ୍ରକରି ବନ୍ଧୁ, ପରିବାର କ୍ଷେତ୍ରରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ସଭାସମିତି, କଳା-ସାହିତ୍ୟ, ଗବେଷଣା କାର୍ଯ୍ୟରୁ ପ୍ରଶଂସିତ ହେବେ। ଆଶା କରିଥିବା କାମକୁ ହାସଲ କରିବାର ପ୍ରଯତ୍ନ କରିପାରନ୍ତି।
ବୃଷ
ବୃଷ
ବନ୍ଧୁ ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବାରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ରାଜନୀତି ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଜମିଜମା, ଯାନବାହନ, ପ୍ରେସ୍‌, ପବ୍ଲିକେଶନ ସ୍ତରରେ ରହିଥିବା ସମସ୍ୟା ଦୂରୀଭୁତ ହୋଇଯିବ। ପିଲାମାନଙ୍କୁ କେନ୍ଦ୍ରକରି ରହିଥିବା ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ।
ମିଥୁନ
ମିଥୁନ
ସାଥୀମେଳରେ ସମୟ କଟାଇବା ସହ ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ପ୍ରଶାସନ, ପ୍ରକାଶନ, ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ। ସଚେତନତା ଅଭାବରୁ ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଗୁରୁକ୍ଷେତ୍ରସ୍ଥ ଶୁକ୍ର ହେତୁ ସାମାଜିକସ୍ତରରେ ନିଜର ଲୋକଙ୍କୁ ମନେଇ କାର୍ଯ୍ୟ ସାଧନ କରିବେ। ଆଜି ବଜାର ସଉଦା କରିବାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ବନ୍ଧୁଙ୍କ ସହ ଆଲୋଚନା ପରିସରରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ।
ସି˚ହ
ସି˚ହ
କର୍ମାଧିପ ଦ୍ୱାଦଶସ୍ଥ ଯୋଗୁ ଅଟକିଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପଦେବାରେ ବିଫଳ ହେବେ। ପାରିବାରିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବାର ସମ୍ଭାବନା ରହିଛି। ଆର୍ଥିକ ଅନଟନଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ବହୁତ ଦିନରୁ ଲାଗିରହିଥିବା ସ୍ବାସ୍ଥ୍ୟସମସ୍ୟା ନେଇ ଚିନ୍ତିତ ରହିପାରନ୍ତି।
କନ୍ୟା
ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ପରିବାରରେ ସମସ୍ୟା ବଢ଼ିପାରେ। ବିଭିନ୍ନ ବାଧାବିଘ୍ନ ଓ ସମସ୍ୟା ଲାଗିରହୁଥିବା କାରଣରୁ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ତୁଳା
ତୁଳା
ଚିତ୍ରା ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନବାଟରେ ଖର୍ଚ୍ଚ ହୋଇଯିବ। ଆମତ୍ୀୟଙ୍କ ସ୍ବାର୍ଥ ହାସଲ ହୋଇ ନ ପାରିବାରୁ ସେମାନେ ସମାଲୋଚନା କରିପାରନ୍ତି। ବହୁଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟ ହେବ।
ବିଛା
ବିଛା
କୌଣସି ନୀଚଜାତିର ବ୍ୟକ୍ତି ସମାଲୋଚନା କରି ପାରନ୍ତି। ସାହିତ୍ୟ, ସାମ୍ବାଦିକତା, ରାଜନୀତି, ପ୍ରକାଶନ, ପ୍ରଶାସନିକ ସ୍ତରରେ ଅଭୀଷ୍ଟ ସିଦ୍ଧି ଘଟିବ। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବେ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ନିଜର ଅସାବଧାନତା କାରଣରୁ କୌଣସି ଜିନିଷ ହରାଇ କ୍ଷୋଭ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ଯୋଜନାବଦ୍ଧ ଭାବେ ବନ୍ଧୁଙ୍କ ସହ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ହୋଟେଲ, ଦୋକାନ, ବ୍ୟବସାୟ, ବାଣିଜ୍ୟ ପ୍ରଭୃତିରୁ ଆଶା କରୁଥିବା ଫଳ ଅବଶ୍ୟ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ମତଭେଦ କାରଣରୁ କୌଣସି ଅଘଟଣ ଘଟିପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ। ପ୍ରତ୍ୟେକ କ୍ଷେତ୍ରରେ ସଜାଗ ରହି କାମ କରନ୍ତୁ, କାରଣ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ। ଅର୍ଥ ସମ୍ପର୍କ, ବନ୍ଧୁଙ୍କୁ ଭଲ ପାଇବା, ଆଇନ ଅଦାଲତ କ୍ଷେତ୍ରରେ ସଫଳତା ନିଶ୍ଚିତ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜ ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ଗୃହ ନିର୍ମାଣ, ଗାଡ଼ିକିଣା, କରଜ ଦେବା କାମରେ ମନ ଦେଇପାରନ୍ତି। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମୀନମୀନ

ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବାର ସୂଚନା ରହିଛି। ହଠାତ୍‌ ହଜିଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜଖବର ପାଇପାରନ୍ତି। କେତେକ କ୍ଷେତ୍ରରେ ନିଜର ଅସହାୟତା ପ୍ରକାଶ କରି ଆତ୍ମଗ୍ଳାନି ଅନୁଭବ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri