Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜି ମଙ୍ଗଳଙ୍କ ଦୃଷ୍ଟିରେ ଚନ୍ଦ୍ର ରହୁଥିବାରୁ ଯେମିତି ଭାବୁଥିବେ ତାହା ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁମାନେ ଆସିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିପାରେ।
ବୃଷ
ବୃଷ
ଚନ୍ଦ୍ରଙ୍କ କୋଣସ୍ଥାନରେ ଶନି ଅବସ୍ଥାନ କରିଥିବାରୁ ନୂତନ କର୍ମାରମ୍ଭ ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋସତ୍ାହନ ପାଇ ମନୋବଳ ବୃଦ୍ଧି ପାଇବ। ସଭାସମିତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‍ ଦୂର ହୋଇଯିବ। ରବି ନୀଚ୍ଚସ୍ଥ ହେତୁ ପାରିବାରିକ ଜୀବନ ସମସ୍ୟାବହୁଳ ରହିବ।
ମିଥୁନ
ମିଥୁନ
ରାଶିର ଷଷ୍ଠସ୍ଥ ବୁଧ ଓ କୋଣସ୍ଥ ଚନ୍ଦ୍ରଙ୍କ ସ୍ଥିତିଜନିତ ଅଭିଳଷିତ କର୍ମ ସମ୍ପାଦନ କରିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି। ବନ୍ଧୁମାନଙ୍କ ପରାମର୍ଶକୁ ଗ୍ରହଣ କରି ଉପକୃତ ହୋଇପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ର କେନ୍ଦ୍ରରେ କର୍ମାଧିପ ରାଶିସ୍ଥ ହେତୁ କୈାଣସି ନୂତନ କର୍ମାରମ୍ଭ କରି ଖୁସି ରହିବେ। ସମସ୍ୟାର ଆଶଙ୍କା ଥିବାରୁ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ନିର୍ମାଣ, ଯୋଗାଯୋଗ, ପ୍ରେସ୍‍, ପବ୍ଲିକେଶନ, ପ୍ରଶାସନ, ଆଲୋଚନା ଓ ସଭାସମିତିରେ ସଫଳତା ପାଇବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି।
ସି˚ହ
ସି˚ହ
ରବିଙ୍କ ଚତୁର୍ଥ କେନ୍ଦ୍ର ସ୍ଥିତି ଦୈହିକ ଦୁର୍ବଳତାଜନିତ ସୁଯୋଗ ପାଇଲେ ମଧ୍ୟ କାର୍ଯ୍ୟ ହାସଲ ହୋଇ ନ ପାରେ। ପାରିବାରିକ ସମସ୍ୟା ଚିନ୍ତାକରି ଶାନ୍ତି ବ୍ୟାହତ ହେବ। ପରୋକ୍ଷ ଶତ୍ରୁତା କାରଣରୁ ଟେନ୍ସନ ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବାର ଆଶା ରହିଛି।
କନ୍ୟା
ସମସ୍ୟା ଲାଗିରହିଥିବାରୁ ନିକଟ ସମ୍ପର୍କୀୟଙ୍କ ସହଯୋଗରେ ଅର୍ଥପ୍ରାପ୍ତିର ଆଶା କରିପାରନ୍ତି। ଉତ୍ତରା ଫାଲଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ସମୟ ଅନୁକୂଳ ନ ଥିବାରୁ ଯେକୈାଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବ୍ୟବସାୟିକ ସ୍ଥିତି ଭଲ ରହିଥିଲେ ମଧ୍ୟ ଋଣଭାରକୁ ଶୁଝିବା କଷ୍ଟକର ହେବ।
ତୁଳା
ତୁଳା
କର୍ମାଧିପତି ରାଶିରେ ଅବସ୍ଥାନ କରି ଆପଣଙ୍କୁ କର୍ମମୁଖର କରାଇବେ। ପରିବାର ଭିତରେ ସାଧାରଣ କଥାକୁ ନେଇ ବିବାଦ ଲାଗିପାରେ। କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ। ଆଜି ବାଣିଜ୍ୟ ଓ ବ୍ୟବସାୟ, ଆନୁଷ୍ଠାନିକ କାମରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧିର ସୂଚନା ରହିଛି।
ବିଛା
ବିଛା
ନିଜ ପରିସରରେ ଲୋକସମ୍ପର୍କ ଅବ୍ୟାହତ ରହିବା ଯୋଗୁ କାମଟି ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ବନ୍ଧୁ ପରିଜନଙ୍କ ସହିତ ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। ଉପରିସ୍ଥଙ୍କ ସାହାଯ୍ୟ ହେତୁ ଅର୍ଥ ପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ। ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠା ପ୍ରତି ସହକର୍ମୀମାନେ ଈର୍ଷାନ୍ବିତ ହୋଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଶନିଙ୍କ ପ୍ରଭାବରୁ ବିଜାତୀୟ ବ୍ୟକ୍ତିଙ୍କ ସାହାଯ୍ୟ ପାଇ କାମ ହାସଲ କରିବେ। ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ସୃଷ୍ଟି ହେବ। ଭ୍ରମଣ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ।
ମକର
ମକର
କର୍ମକ୍ଷେତ୍ରରେ ସହକର୍ମୀ ଏବଂ ଯାତ୍ରା ସମୟରେ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଲକ୍ଷ୍ୟ ପୂରଣ ହେବ। ଅର୍ଥ ସାହାଯ୍ୟ ଆଶାରେ ବନ୍ଧୁଙ୍କୁ ଅନୁସରଣ କରିବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିବ। ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡିବା ସକାଶେ ଆପ୍ରାଣ ଚେଷ୍ଟା କରି ସଫଳତା ପାଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡିକୁ ତ୍ୱରାନ୍ବିତ କରିବା ସକାଶେ ଚେଷ୍ଟିତ ହେବେ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଉଥିବାରୁ ମନରେ ସରସତା ରହିବ ନାହିଁ। ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ରାଜନୀତି, ସଂଗଠନ, ନିର୍ମାଣ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବନ୍ଧୁ ଅସୁବିଧା ସୃଷ୍ଟି କରିପାରନ୍ତି।
ମୀନମୀନ

ପରିବାରରେ ସନ୍ତାନଙ୍କ କୃତିତ୍ୱରୁ ଆନନ୍ଦ ଅନୁଭବ କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କରି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ଖାପଛଡା କଥା ଓ ବେଖାତିର ମନୋଭାବ ଦୁଶ୍ଚିନ୍ତା ବୃଦ୍ଧି କରିବ। ସହକର୍ମୀଙ୍କ ମୁଖରୁ ସରକାରୀ ସ୍ତରରେ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri