Posted inRasifala

ରାଶିଫଳ: ରବିବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ
ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଲାଗି ରହିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବାର ସମ୍ଭାବନା ରହିଛି। ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ମନକୁ ବୁଝାଇ ରହିବାକୁ ବାଧ୍ୟ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ରଚନାମତ୍କ କାର୍ଯ୍ୟ ସହିତ କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି କମ୍‌ଜୋର୍‌ ରହିବ। ଫଳରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି ଉଚିତ ପଦେକ୍ଷପ ନିଅନ୍ତୁ। ପାଖରେ ନଥିବା ଜିନିଷଟି ପାଇଁ ସହକର୍ମୀଙ୍କ ସହିତ ତର୍କ ଓ ବିବାଦ ବଢ଼ିପାରେ। ପଡ଼ୋଶୀମାନେ ବାକ୍‌ଚାତୁରୀ କଥା କହି କାର୍ଯ୍ୟ ହାସଲ କରିପାତନ୍ତି।
କର୍କଟ
କର୍କଟ
ଆଜି ଆପଣଙ୍କୁ ପ୍ରତ୍ୟାବର୍ତ୍ତନ ପଥରେ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସମ୍ଭାବନା ରହିଛି। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତିରେ ଯୋଗଦେଇ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଗତକାଲିଠାରୁ ଆପଣ ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ନିଶ୍ଚିତ ମିଳିବ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ ।
କନ୍ୟା
ଆଜି କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାଯ୍ୟ ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବେ ନାହିଁ। ବ୍ୟବସାୟରେ କ୍ରମଶଃ ଲାଭ ଅପେକ୍ଷା କ୍ଷତି ଅଧିକ ହେବାର ଆଶଙ୍କା ରହିଛି। ଅର୍ଥ, କର୍ମକ୍ଷେତ୍ର, ନିର୍ମାଣ, ସଭାସମିତି ଓ ମଙ୍ଗଳଜନକ କାମରେ ଉତ୍ସାହିତ ହୋଇ କାମ କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ତଥାପି କେତେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପୁରୁଣା ରୋଗ, ଘର ଲୋକମାନଙ୍କ ଟୁପ୍‌ଟାପ୍‌ କଥା ମନକୁ ବିଚଳିତ କରିବ।
ବିଛା
ବିଛା
ଆଜିର ସକାଳୁଆ ଯାତ୍ରାରେ ସାଙ୍ଗସାଥୀମାନଙ୍କ ସହ କିଛି ନୂଆ ସ୍ଥାନକୁ ପରିଦର୍ଶନରେ ଯାଇପାରନ୍ତି। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। କିନ୍ତୁ, କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
ଧନୁ
ଧନୁ
ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ବହୁତ ଟଣାଓଟରା ଲାଗିବ। ପରିବାରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଆର୍ଥିକ ଅନଟନ ଲାଗି ରହିବାରୁ ଋଣ କରିବାକୁ ବାଧ୍ୟ ହେବେ।
ମକର
ମକର
କୌଣସି ବନ୍ଧୁ କିମ୍ବା ହିତୈଷୀଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ। ବହୁତ ଦିନରୁ ଚେଷ୍ଟା କରୁଥିବା କାମରେ ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ଅନ୍ୟ ସକାଶେ ଯାହା ସୁବିଧାଜନକ ହୋଇପାରୁଛି, ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଚିନ୍ତା କରିପାରନ୍ତି। ଅବଶ୍ୟ ଆପଣ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇ ପାରନ୍ତି।
ମୀନମୀନ
ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ। ଆକସ୍ମିକ ଭାବରେ ଅସମର୍ଥିତ ସୂତ୍ରରୁ ଅଶୌଚ ଖବର ପାଇପାରନ୍ତି। ବନ୍ଧୁମିଳନ, ଦେବଦର୍ଶନ, ସତ୍‌ସଙ୍ଗ, ମନୋରଞ୍ଜନ କାର୍ଯ୍ୟରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri