Posted inRasifala

ରାଶିଫଳ: ରବିବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ
ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଲାଗି ରହିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବାର ସମ୍ଭାବନା ରହିଛି। ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ମନକୁ ବୁଝାଇ ରହିବାକୁ ବାଧ୍ୟ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ରଚନାମତ୍କ କାର୍ଯ୍ୟ ସହିତ କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି କମ୍‌ଜୋର୍‌ ରହିବ। ଫଳରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ମିଥୁନ
ମିଥୁନ
ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି ଉଚିତ ପଦେକ୍ଷପ ନିଅନ୍ତୁ। ପାଖରେ ନଥିବା ଜିନିଷଟି ପାଇଁ ସହକର୍ମୀଙ୍କ ସହିତ ତର୍କ ଓ ବିବାଦ ବଢ଼ିପାରେ। ପଡ଼ୋଶୀମାନେ ବାକ୍‌ଚାତୁରୀ କଥା କହି କାର୍ଯ୍ୟ ହାସଲ କରିପାତନ୍ତି।
କର୍କଟ
କର୍କଟ
ଆଜି ଆପଣଙ୍କୁ ପ୍ରତ୍ୟାବର୍ତ୍ତନ ପଥରେ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସମ୍ଭାବନା ରହିଛି। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତିରେ ଯୋଗଦେଇ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଗତକାଲିଠାରୁ ଆପଣ ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ନିଶ୍ଚିତ ମିଳିବ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ ।
କନ୍ୟା
ଆଜି କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାଯ୍ୟ ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବେ ନାହିଁ। ବ୍ୟବସାୟରେ କ୍ରମଶଃ ଲାଭ ଅପେକ୍ଷା କ୍ଷତି ଅଧିକ ହେବାର ଆଶଙ୍କା ରହିଛି। ଅର୍ଥ, କର୍ମକ୍ଷେତ୍ର, ନିର୍ମାଣ, ସଭାସମିତି ଓ ମଙ୍ଗଳଜନକ କାମରେ ଉତ୍ସାହିତ ହୋଇ କାମ କରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ତଥାପି କେତେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପୁରୁଣା ରୋଗ, ଘର ଲୋକମାନଙ୍କ ଟୁପ୍‌ଟାପ୍‌ କଥା ମନକୁ ବିଚଳିତ କରିବ।
ବିଛା
ବିଛା
ଆଜିର ସକାଳୁଆ ଯାତ୍ରାରେ ସାଙ୍ଗସାଥୀମାନଙ୍କ ସହ କିଛି ନୂଆ ସ୍ଥାନକୁ ପରିଦର୍ଶନରେ ଯାଇପାରନ୍ତି। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। କିନ୍ତୁ, କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
ଧନୁ
ଧନୁ
ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ବହୁତ ଟଣାଓଟରା ଲାଗିବ। ପରିବାରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଆର୍ଥିକ ଅନଟନ ଲାଗି ରହିବାରୁ ଋଣ କରିବାକୁ ବାଧ୍ୟ ହେବେ।
ମକର
ମକର
କୌଣସି ବନ୍ଧୁ କିମ୍ବା ହିତୈଷୀଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ। ବହୁତ ଦିନରୁ ଚେଷ୍ଟା କରୁଥିବା କାମରେ ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ଅନ୍ୟ ସକାଶେ ଯାହା ସୁବିଧାଜନକ ହୋଇପାରୁଛି, ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଚିନ୍ତା କରିପାରନ୍ତି। ଅବଶ୍ୟ ଆପଣ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇ ପାରନ୍ତି।
ମୀନମୀନ
ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ। ଆକସ୍ମିକ ଭାବରେ ଅସମର୍ଥିତ ସୂତ୍ରରୁ ଅଶୌଚ ଖବର ପାଇପାରନ୍ତି। ବନ୍ଧୁମିଳନ, ଦେବଦର୍ଶନ, ସତ୍‌ସଙ୍ଗ, ମନୋରଞ୍ଜନ କାର୍ଯ୍ୟରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri