Posted inRasifala

ରାଶିଫଳ: ମଙ୍ଗଳବାର , ଡିସେମ୍ବର ୧୭ ତାରିଖ – Daily Horoscope

ମେଷ
ଶୁକ୍ର କର୍ମସ୍ଥାନସ୍ଥ ଯୋଗୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୌଣସି ପକ୍ଷ ସମର୍ଥନ କରିବା ଠିକ୍‍ ହେବ ନାହିଁ। ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ରାହୁଙ୍କ ବୁଧଙ୍କ ପ୍ରତି ଦୃଷ୍ଟିର କୁପ୍ରଭାବରେ ଛୋଟ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ୍‍ ବୁଝାମଣା ସୃଷ୍ଟି ହେବ। କୌଣସି ମୂଲ୍ୟବାନ୍‍ ଜିନିଷ କିଣିବା ସକାଶେ ଧାର କରିବାକୁ ପଡ଼ିପାରେ। ପରକଥାରେ ମନ ଦେଇ ନିଜ କାମକୁ ଅବହେଳାକରି ସମାଲୋଚିତ ହେବେ। ଉପରିସ୍ଥ ଅଧିକାରୀଙ୍କ ଦ୍ୱାରା ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ସହକର୍ମୀଙ୍କ ସହ ଅର୍ଥ କାରବାରକୁ କେନ୍ଦ୍ରକରି କଳହ ଲାଗିପାରେ। ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ। ପୁନର୍ବସୁ ନକ୍ଷତ୍ରର ସମ୍ପର୍କୀୟ ବ୍ୟକ୍ତିମାନଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ରାହୁଙ୍କ ପ୍ରଭାବରୁ ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବା ବଦଳରେ ସ୍ବାର୍ଥହାନି ଆଶଙ୍କାରେ ଦୂରେଇଯିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟିହେବ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
ଅଷ୍ଟମସ୍ଥ ରାହୁ ଯୋଗୁ କାର୍ଯ୍ୟରେ ପ୍ରତିବନ୍ଧକ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ। ବ୍ୟବସାୟରେ ଏବଂ ପରିବହନରେ ମନ ମୁତାବକ ସୁଫଳ ପାଇବେ।
କନ୍ୟା
ଅଷ୍ଟମାଧିପତି ଏକାଦଶସ୍ଥ ଯୋଗୁ ଆର୍ଥିକ ଅଭାବ ସାଙ୍ଗକୁ ପ୍ରତ୍ୟେକ କାମ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢ଼ିଯିବ। ଆମତ୍ୀୟଙ୍କ ଦୁଃଖିତ ମନକୁ ସାନ୍ତ୍ବନା ଦେବାକୁ ଯାଇ ଟଣାଓଟରା ଲାଗିଯିବ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ବ୍ୟବସାୟ, ନିର୍ମାଣ, ପ୍ରଶାସନ ଓ ଅଦାଲତରେ କାମର ଚାପ ବିଶେଷ ପରିମାଣରେ ବୃଦ୍ଧିପାଇବ।
ତୁଳା
ତୁଳା
ଅଷ୍ଟମଭାବସ୍ଥ ବୃହସ୍ପତିଙ୍କ କାରଣରୁ ଆଲୋଚନା କ୍ଷେତ୍ରରେ ଠିକ୍‍ କଥା କହିପାରିବେ ନାହିଁ। କେତେକ କ୍ଷେତ୍ରରେ ଅପ୍ରିୟ ସତ୍ୟ କହି ସମସ୍ୟାକୁ ନିମନ୍ତ୍ରଣ କରିବେ। ବ୍ୟୟ ଭାର କମିଆସିବ, କିନ୍ତୁ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେବା ସୂଚନା ମଧ୍ୟ ରହିଛି।
ବିଛା
ବିଛା
ରାଶିରେ ବୁଧଙ୍କ ପ୍ରଭାବ ହେତୁ କାମର ଚାପ ବୃଦ୍ଧିରୁ ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। ଆଜି ଯାହା ଯେମିତି ଛାହୁଁଛନ୍ତି କିମ୍ବା ଭାବୁଛନ୍ତି ଠିକ୍‍ ସେପରି ଫଳ ହାତେ ହାତେ ପାଇପାରିବେ। ବହୁଦିନ ହେଲା ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବିବାଦୀୟ ଘଟଣାରେ ବିଜୟଲାଭର ଆଶା ଗୌଣ ମନେହେବ।
ଧନୁ
ଧନୁ
ଷଷ୍ଠାଧିପତି ଦ୍ୱିତୀୟ ଭାବସ୍ଥ ଯୋଗୁ ପୂର୍ବ ଶତ୍ରୁତାକୁ ନେଇ ମନ ଭଲ ରହିବ ନାହିଁ। କୌଣସି କାର୍ଯ୍ୟ ସକାଶେ ଅର୍ଥର ଆବଶ୍ୟକତାକୁ ନେଇ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଦିନଟି ଭଲ। ସଙ୍ଗଠନ, ରାଜନୀତି, ସାହିତ୍ୟ, ପ୍ରଶାସନିକ ସ୍ତରରେ ତଥା ସଭାସମିତି ବ୍ୟସ୍ତତା ବୃଦ୍ଧି ପାଇବ।
ମକର
ମକର
ଶୁକ୍ରଙ୍କ ସୁପ୍ରଭାବରୁ ମନ ପ୍ରଫୁଲ୍ଲ ରହିବା ସାଙ୍ଗକୁ ପ୍ରତ୍ୟେକ କାମ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ବିଳମ୍ବରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଆନୁଷ୍ଠାନିକ, ସାଙ୍ଗଠନିକ ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହୋଇଯିବ। ମାଲିମକଦ୍ଦମାରେ ସଫଳତା ହାସଲ କରିବେ ଏବଂ ଆର୍ଥିକ ପରିସ୍ଥିତି ପ୍ରାୟତଃ ମନ୍ଦ ହେବନି।
କୁମ୍ଭ
କୁମ୍ଭ
ମୁଖଭାବରେ ରାହୁ ଥିବାରୁ ବନ୍ଧୁଙ୍କ ସହ ଭୁଲ୍‍ ବୁଝାମଣା କାରଣରୁ କଳହ ଘଟିପାରେ। ଜମିଜମା କାରବାର, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। କିନ୍ତୁ ବ୍ୟବସାୟ, ପରିବହନକୁ କେନ୍ଦ୍ରକରି ବାଦବିବାଦରେ ଆପୋସ ସମାଧାନ ଘଟିବା ଆଶା ରହିଛି। ସ୍ବାସ୍ଥ୍ୟ ସମସ୍ୟା ପୂର୍ବଭଳି ରହିବ।
ମୀନମୀନ

ଷଷ୍ଠାଧିପତି କର୍ମଭାବସ୍ଥ ଯୋଗୁ ବାକ୍‍ ଅସଂଯମତା ଜନିତ ସୁସମ୍ପର୍କ ବ୍ୟାହତ ହୋଇପାରେ। କ୍ରୀଡ଼ା, କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ମଧ୍ୟ ପ୍ରତିଯୋଗିତା ମନୋଭାବ ଉପୁଜିବା ଆଶଙ୍କା ରହିଛି। ହଠାତ୍‍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇପାରନ୍ତି। କର୍ମକ୍ଷେତ୍ରରେ ନୂତନ ନିଯୁକ୍ତି ଖବର ପାଇ ଖୁସି ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨ ତାରିଖ – Daily Horoscope

ମେଷ ନିକଟ ଅତୀତ ଘଟଣା ଗୁଡିକର ସମୀକ୍ଷା କରିପାରନ୍ତି। ମଙ୍ଗଳଙ୍କ କୁପ୍ରଭାବ ସ୍ୱରୂପ ସ୍ୱାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ।…

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri