Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି ମୁଖଭାବାଧିପତି ମଙ୍ଗଳ ଦୃଷ୍ଟ ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍‍ଶିପ୍‍, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍‍ଥାନ ପତନ ଲାଗିରହିବ। ବ୍ୟବସାୟିକ ସ୍ଥିତି ଭଲ ରହିଲେ ମଧ୍ୟ ଆର୍ଥିକ ପରିସ୍ଥିତି ବଦଳି ନ ପାରେ।
ବୃଷ
ବୃଷ
ଅଷ୍ଟମସ୍ଥ ରବି ଯୋଗୁ ପରିବାରରେ ସ୍ବାସ୍ଥ୍ୟହାନିର ଆଶଙ୍କା ଦେଖାଦେବ। ଜମିଜମା ବିଷୟରେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିପାରନ୍ତି। ଆନୁଷ୍ଠାନିକ କାମରେ ବାଦାନୁବାଦ ହେତୁ ସମସ୍ୟା ସୃଷ୍ଟି ହୋଇପାରେ। କୌଣସି ମୂଲ୍ୟବାନ ଜିନିଷ କିଣିବା ସକାଶେ ମୋଟା ଅଙ୍କର ଅର୍ଥ ବନ୍ଧୁଙ୍କଠାରୁ କରଜ କରିପାରନ୍ତି।
ମିଥୁନ
ମିଥୁନ
ଆପଣଙ୍କ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଆଜି ବନ୍ଧୁଗହଣରେ କିଛି କଡ଼ା ଭାଷା ପ୍ରୟୋଗ କରି ସମ୍ପର୍କ ନଷ୍ଟ କରିପାରନ୍ତି। ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତ୍ତିନେବେ ତାହା ଶେଷ ସମୟରେ ଓଲଟ ପାଲଟ ହୋଇଯିବ। କିନ୍ତୁ କଳା, ସାହିତ୍ୟ ଓ ଗୁରୁତ୍ୱପୂର୍ଣ୍ଣ କାମରେ ଉପଯୁକ୍ତ ଭାବେ ଫଳ ପାଇବାର ଆଶା କରାଯାଇପାରେ।
କର୍କଟ
କର୍କଟ
ସପ୍ତମ କେନ୍ଦ୍ରସ୍ଥ ଶୁକ୍ରଙ୍କ ଶୁଭଦୃଷ୍ଟିରୁ ବିଳାସବ୍ୟସନରେ ସମୟ କଟିବ। କିନ୍ତୁ କର୍ମକ୍ଷେତ୍ରରେ ସତର୍କରେ କାମ କରିବା ଭଲ ନତୁବା ପରେ ଅନୁତାପ କରିବାକୁ ପଡିବ। ଅଷ୍ଟମସ୍ଥ ଶନିଙ୍କ ଯୋଗୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହି ନ ପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ସି˚ହ
ସି˚ହ
ମଙ୍ଗଳ ଭାଗ୍ୟସ୍ଥାନରେ ଥିବାରୁ ପ୍ଲଟିଂ କାରବାରରେ ଉନ୍ନତି ଓ ଅଗ୍ନି ସମ୍ବନ୍ଧିତ ଯନ୍ତ୍ରପାତି ବ୍ୟବସାୟରୁ ସୁଫଳ ପାଇବେ। ଯେଉଁ ଅର୍ଥ ବହୁ ପୂର୍ବରୁ ପାଇବାର ଥିଲା ତାହା ଆଜି ପ୍ରାପ୍ତ ହେବ। ବ୍ୟବସାୟକୁ ଆଗକୁ ବଢାଇବାପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି।
କନ୍ୟା
ନିକଟ ସମ୍ପର୍କୀୟମାନେ ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ଆପଣଙ୍କ ପାରିବାରିକ କ୍ଷେତ୍ରକୁ ସମସ୍ୟାବହୁଳ କରି ପାରନ୍ତି। ସହକର୍ମୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ଭିତରେ ରହିବ।
ତୁଳା
ତୁଳା
କଠୋର ବାକ୍ୟାଳାପ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସୃଷ୍ଟିର କାରଣ ହେବ। ଭଲ ସମ୍ପର୍କ ନ ଥିବା ବନ୍ଧୁମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ସୃଷ୍ଟି ହୋଇପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବାକୁ ପଡ଼ିବ। ହଠାତ୍‍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ଦୂର ସ୍ଥାନକୁ ଯାତ୍ରା କରିବାକୁ ମନ ବଳାଇପାରନ୍ତି।
ବିଛା
ବିଛା
ଆଜି ଦିନଟିରେ ଆରୋଗ୍ୟଲାଭ, ଚେଷ୍ଟା ସଫଳ, ଋଣସୂତ୍ରରେ ଅର୍ଥଲାଭ ପ୍ରଭୃତି ଶୁଭଫଳ ପାଇବେ। ଗତକାଲିଠାରୁ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। ଲେଖାପଢା, କଳା, ସାହିତ୍ୟ, ସାମ୍ବାଦିକତା ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇପାରନ୍ତି। ଗୃହସୀମାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ସ୍ବାସ୍ଥ୍ୟହାନି, କଳହ, ଧନକ୍ଷୟ ଓ ସମ୍ପର୍କ ନଷ୍ଟର ଆଶଙ୍କା ଦେଖାଦେବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ବିରକ୍ତ ହେବା ଠିକ୍‍ ହେବନାହିଁ। କେତେକ ନୂତନ କାମର ପରିକଳ୍ପନା କରିବେ କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ପାରିବାରିକ ସମସ୍ୟାକୁ ସୁଧାରି ନେବେ।
ମକର
ମକର
ଶୁକ୍ର ରାଶିରେ ଅବସ୍ଥାନ କରିଥିବାରୁ ମଉଜ ମଜଲିସ୍‍ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। କିନ୍ତୁ ଅଫିସରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ। ପରିବାରରେ ଛୋଟ କଥାଟିକୁ ଗୁରୁତ୍ୱ ନ ଦେବା କାରଣରୁ ଟେନ୍‍ସନ କିିଛି ମାତ୍ରାରେ କମିଯିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
କୁମ୍ଭ
କୁମ୍ଭ
ଭୁଲ୍‍ ବୁଝାମଣା କାରଣରୁ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ପିଲାଙ୍କ ଶିକ୍ଷା କିମ୍ବା ସ୍ବାସ୍ଥ୍ୟସକଶେ ଚିନ୍ତିତ ରହିବେ। ଜମିଜମା ସମସ୍ୟା, ବ୍ୟବସାୟ କିମ୍ବା ପରିବହନରେ ଝଗଡ଼ା କ୍ରମଶଃ ଜଟିଳ ହେବ। ଖଳଲୋକମାନଙ୍କ ଶତ୍ରୁତା ହେତୁ ନିଜ ପରିସରରେ ସମାଲୋଚିତ ହୋଇପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପଡ଼ୋଶୀରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ସ୍ବାର୍ଥକୁ ଆଖିଆଗରେ ରଖି ହଠାତ୍‍ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ। ଗୃହ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ଭୁଲିଯାଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri