Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଆଜି ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ଆର୍ଥିକ ସ୍ଥିତି ଓ ପାରିବାରିକ ପରିସ୍ଥିତି ପ୍ରାୟତଃ ଚଳନୀୟ ରହିପାରେ। ବ୍ୟବସାୟ, ଯାତ୍ରା, କୌଣସି କର୍ମ କ୍ଷେତ୍ରରେ ମଧ୍ୟମ ପ୍ରକାର ଫଳ ପାଇବେ।
ବୃଷ
ବୃଷ
ପ୍ରତିବନ୍ଧକ ଲାଗି ରହିଥିବା କାରଣରୁ ସ୍ଥଗିତ କାମ ଆରମ୍ଭ କରିବା କଷ୍ଟକର ହେବ। ପରିଜନଙ୍କ ସମ୍ବନ୍ଧରେ କୌଣସି ଶୁଭ ଖବର ଶୁଣି ଖୁସି ହେବେ। ଦିନ ଭରି କଠିନ ପରିଶ୍ରମ ଯୋଗୁ ରାତିରେ ଅନିଦ୍ରାଜନିତ ପୀଡ଼ା ଅନୁଭବ କରିପାରନ୍ତି। ସକାଳୁ ସକାଳୁ ବ୍ୟସ୍ତତା ମଧ୍ୟରେ ଯାତ୍ରାରେ କୌଣସି ଜିନିଷ ସାଙ୍ଗରେ ନେବାକୁ ଭୁଲି ଯାଇ ପାରନ୍ତି।
ମିଥୁନ
ମିଥୁନ
ସହକର୍ମୀଙ୍କ ସହ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଲାଭବାନ ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ଆରର୍ଦ୍ରା ନକ୍ଷତ୍ରର ଅଧ୍ୟାତ୍ମ ବାତାବରଣ ମଧ୍ୟରେ ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିବ।
କର୍କଟ
କର୍କଟ
ଭାବପ୍ରବଣତା ମଧ୍ୟରେ ମାନସିକ ଅସ୍ଥିରତା ସୃଷ୍ଟିହେବ। ଅତୀତ ସମସ୍ୟା ସମୀକ୍ଷା କରି ତଦନୁଯାୟୀ କାର୍ଯ୍ୟପନ୍ଥା ସ୍ଥିର କରିବାକୁ ମନସ୍ଥ କରିପାରନ୍ତି। ନିର୍ମାଣାଧୀନ ଗୃହ କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ପୁଷ୍ୟା ନକ୍ଷତ୍ର ସକାଶେ ଯାନବାହନରେ ସତର୍କତା ବିଧେୟ।
ସି˚ହ
ସି˚ହ
ଆଜି ସାମାନ୍ୟ ବଚସାରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର ପରିବାରର ଅସଜଡ଼ା ପରିସ୍ଥିତିକୁ ସଜାଡି ନେବେ। ପାଖ ପଡ଼ୋଶୀଙ୍କ ସହ ପିଲାମାନଙ୍କର କନ୍ଦଳକୁ କେନ୍ଦ୍ରକରି ସାଧାରଣ ଘଟଣାରେ ଉଚ୍ଚବାଚ ଘଟିପାରେ। ଯାତ୍ରାରେ ସଫଳତା ପାଇବେ ସତ କିନ୍ତୁ ଶ୍ରମଜନିତ କ୍ଳାନ୍ତିବୋଧ କରିବେ।
କନ୍ୟା
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ପଡ଼ୋଶୀଙ୍କଠାରୁ କାମ ହାସଲ କରିବେ। ଉତ୍ତରାଫାଲଗୁନୀ ନକ୍ଷତ୍ର ପାରସ୍ପରିକ ମତଭେଦ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଘଟିପାରେ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ସମସ୍ୟାର ସମାଧାନ ହେବ।
ତୁଳା
ତୁଳା
ଆନୁଷ୍ଠାନିକ ଆଲୋଚନା କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ କିନ୍ତୁ ବିଶେଷ କ୍ଷତି ହେବ ନାହିଁ। ମାଲିମକଦ୍ଦମାରେ ନିଜ ପକ୍ଷ ସବଳ ରହିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ବିଶାଖା ନକ୍ଷତ୍ର ପରିବାରରେ ଭୁଲ୍‌ କାମକରି ସଫେଇ ଦେଇପାରନ୍ତି।
ବିଛା
ବିଛା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ସ୍ବାଭାବିକ ରହିବ। ପଡ଼ୋଶୀଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ନୂଆ ଯୋଜନାକୁ ବାସ୍ତବ ରୂପ ଦେବାରେ ଅବଶ୍ୟ ସଫଳ ହେବେ। ଜ୍ୟେଷ୍ଠା ନକ୍ଷତ୍ର ଆନୁଷ୍ଠାନିକ କ୍ଷେତ୍ରରେ ସାମୂହିକ ସମସ୍ୟାର ସରଳ ସମାଧାନ କରି ପରୋକ୍ଷ ଭାବରେ ବହୁ ପ୍ରଶଂସିତ ହେବେ।
ଧନୁ
ଧନୁ
ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାର ମଉକା ପାଇପାରିବେ। ବିଭିନ୍ନ ସମସ୍ୟାର ସମାଧାନ କରିବା ମଧ୍ୟରେ ମୁଳା ନକ୍ଷତ୍ରର ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ।
ମକର
ମକର
ଆଜି ସକାଳୁ ଇଚ୍ଛା କରିଥିବା ଜିନିଷଟି ନ ପାଇବାରୁ ମାନସିକ ଶାନ୍ତି ବ୍ୟାହତ ହେବ। ଧନିଷ୍ଠା ନକ୍ଷତ୍ରର ବନ୍ଧୁଙ୍କ ଅନାଦର ଭାବ ଯୋଗୁ ସାମୟିକ ମନ ଦୁଃଖ ଘଟିବ। କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବାର ସୂଚନା ମିଳିପାରେ। ଯାତ୍ରା ସମୟରେ ସତର୍କତା ଅଭାବରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ।
କୁମ୍ଭ
କୁମ୍ଭ
ଆଜି ସକାଳୁ ସ୍ଥଗିତ କାମକୁ ପୂରାଦମ୍‌ରେ କରିଚାଲିବେ। ଶତଭିଷା ଅଟକି ରହିଥିବା କାମକୁ ଆରମ୍ଭ କରିବାକୁ ମନ ବଳାଇବେ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ନିଜ ଚତୁଃପାର୍ଶ୍ୱରେ ବିରୋଧ ମନୋଭାବ ପୋଷଣ କରୁଥିବା ଲୋକମାନେ ଶତ୍ରୁତା ଆଚରଣ କରିବେ।
ମୀନମୀନ
ରେବତୀ ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବିବାଦୀୟ ଘଟଣାରେ ଟେନ୍ସନ ଲାଗି ରହିଥିଲେ ମଧ୍ୟ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ, ଫଳତଃ ସ୍ବାସ୍ଥ୍ୟହାନିର ସମ୍ଭାବନା ରହଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?