Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୩ ତାରିଖ– Daily Horoscope

ମେଷ
ଆଜି ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ମନ ଅନୁଯାୟୀ କାମ କରିପାରିବେ ନାହିଁ। ପ୍ରତ୍ୟୁଷ ଯାତ୍ରାରେ ଟେନ୍ସନ ଉପୁଜିଲେ ମଧ୍ୟ ମନୋବଳ ହେତୁ କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ବିବାଦୀୟ ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
ଦକ୍ଷତା ହେତୁ ପୁରୁଣା ସମ୍ପର୍କ, ଜମିଜମା, ଗାଡି ମୋଟରରୁ ଭଲ ଲାଭବାନ୍‌ ହୋଇପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷହେବା ପୂର୍ବରୁ କଳହର ସମ୍ମୁଖୀନ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ସମସ୍ୟା ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ।
ମିଥୁନ
ମିଥୁନ
ବୃହସ୍ପତି ଭାଗ୍ୟସ୍ଥ ହେତୁ ପରିସ୍ଥିତିକୁ ଲକ୍ଷ୍ୟକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦକ୍ଷେପ ନେବା ସକାଶେ ଚିନ୍ତା କରିବେ। ନିଜର ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଶିଳ୍ପ, ବାଣିଜ୍ୟ, କଳା, କାରିଗରୀ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କର୍କଟ
କର୍କଟ
ଆଜି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଦୂରଯାତ୍ରାରେ ବନ୍ଧୁମିଳନର ସୁଯୋଗଲାଭ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବାର ସମ୍ଭାବନା ରହିଛି। ଏଥି ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଅଫିସ୍‌ରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ବୁଧ ଓ ଶୁକ୍ର ଷଷ୍ଠଭାବସ୍ଥ ଯୋଗୁ ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆବଶ୍ୟକୀୟ ସମର୍ଥନ ପାଇବା କାରଣରୁ ଆମତ୍ୀୟଙ୍କ ପ୍ରଶଂସାରେ ଶତମୁଖ ହୋଇପାରନ୍ତି। ସରକାରୀ କାମରେ ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ। ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିପାରେ।
କନ୍ୟା
ଶନି ସହ ବୁଧଙ୍କ ସମ୍ବନ୍ଧରୁ ଆଜିଲାଗି ରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। ସାଧାରଣ କଥାରୁ ପରିବାରରେ ଉତ୍‌କ୍ଷିପ୍ତ ହୋଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଗୌରବାର୍ଜନ କରିବେ।
ତୁଳା
ତୁଳା
ବୃହସ୍ପତି ଓ ଶୁକ୍ରଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ। କ୍ରୀଡ଼ା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ବିଛା
ବିଛା
ଆଜି କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଦ୍ୱିତୀୟଭାବରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିବେ। କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେବ। ଅଫିସ୍‌ କାମରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି।
ଧନୁ
ଧନୁ
ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍‌ର କୌଣସି ସଙ୍କଟଜନକ ସ୍ଥିତି ସମାଧାନ ହୋଇଯିବ। ଏକାଦଶସ୍ଥ ଚନ୍ଦ୍ରହେତୁ ବ୍ୟବସାୟ, ପରିବହନ, ସଭାସମିତି ଓ ରାଜନୈତିକ କ୍ଷେତ୍ରରୁ ସୁଫଳ ପାଇବେ।
ମକର
ମକର
ଶ୍ରବଣା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ପରିବାରରେ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ରାଜନୈତିକ କ୍ଷେତ୍ର ସମସ୍ୟାବହୁଳ ରହିବ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବ୍ୟୟଭାବସ୍ଥ ଏକାଧିକ ଗ୍ରହଜନିତ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ସାମାଜିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତିି।
ମୀନମୀନ
ଯେକୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ। ଶୁକ୍ରଙ୍କ ପ୍ରଭାବରୁ ଆଜିର ଯାତ୍ରା, ବାଣିଜ୍ୟ, ଲେଖାପଢା, ଆଲୋଚନା, ମନୋରଞ୍ଜନରୁ ଖୁସି ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri