Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୩ ତାରିଖ– Daily Horoscope

ମେଷ
ଆଜି ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ମନ ଅନୁଯାୟୀ କାମ କରିପାରିବେ ନାହିଁ। ପ୍ରତ୍ୟୁଷ ଯାତ୍ରାରେ ଟେନ୍ସନ ଉପୁଜିଲେ ମଧ୍ୟ ମନୋବଳ ହେତୁ କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ବିବାଦୀୟ ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
ଦକ୍ଷତା ହେତୁ ପୁରୁଣା ସମ୍ପର୍କ, ଜମିଜମା, ଗାଡି ମୋଟରରୁ ଭଲ ଲାଭବାନ୍‌ ହୋଇପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷହେବା ପୂର୍ବରୁ କଳହର ସମ୍ମୁଖୀନ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ସମସ୍ୟା ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ।
ମିଥୁନ
ମିଥୁନ
ବୃହସ୍ପତି ଭାଗ୍ୟସ୍ଥ ହେତୁ ପରିସ୍ଥିତିକୁ ଲକ୍ଷ୍ୟକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦକ୍ଷେପ ନେବା ସକାଶେ ଚିନ୍ତା କରିବେ। ନିଜର ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଶିଳ୍ପ, ବାଣିଜ୍ୟ, କଳା, କାରିଗରୀ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କର୍କଟ
କର୍କଟ
ଆଜି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଦୂରଯାତ୍ରାରେ ବନ୍ଧୁମିଳନର ସୁଯୋଗଲାଭ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବାର ସମ୍ଭାବନା ରହିଛି। ଏଥି ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଅଫିସ୍‌ରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ବୁଧ ଓ ଶୁକ୍ର ଷଷ୍ଠଭାବସ୍ଥ ଯୋଗୁ ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆବଶ୍ୟକୀୟ ସମର୍ଥନ ପାଇବା କାରଣରୁ ଆମତ୍ୀୟଙ୍କ ପ୍ରଶଂସାରେ ଶତମୁଖ ହୋଇପାରନ୍ତି। ସରକାରୀ କାମରେ ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ। ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିପାରେ।
କନ୍ୟା
ଶନି ସହ ବୁଧଙ୍କ ସମ୍ବନ୍ଧରୁ ଆଜିଲାଗି ରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। ସାଧାରଣ କଥାରୁ ପରିବାରରେ ଉତ୍‌କ୍ଷିପ୍ତ ହୋଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଗୌରବାର୍ଜନ କରିବେ।
ତୁଳା
ତୁଳା
ବୃହସ୍ପତି ଓ ଶୁକ୍ରଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ। କ୍ରୀଡ଼ା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ବିଛା
ବିଛା
ଆଜି କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଦ୍ୱିତୀୟଭାବରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିବେ। କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେବ। ଅଫିସ୍‌ କାମରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି।
ଧନୁ
ଧନୁ
ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍‌ର କୌଣସି ସଙ୍କଟଜନକ ସ୍ଥିତି ସମାଧାନ ହୋଇଯିବ। ଏକାଦଶସ୍ଥ ଚନ୍ଦ୍ରହେତୁ ବ୍ୟବସାୟ, ପରିବହନ, ସଭାସମିତି ଓ ରାଜନୈତିକ କ୍ଷେତ୍ରରୁ ସୁଫଳ ପାଇବେ।
ମକର
ମକର
ଶ୍ରବଣା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ପରିବାରରେ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ରାଜନୈତିକ କ୍ଷେତ୍ର ସମସ୍ୟାବହୁଳ ରହିବ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବ୍ୟୟଭାବସ୍ଥ ଏକାଧିକ ଗ୍ରହଜନିତ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ସାମାଜିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତିି।
ମୀନମୀନ
ଯେକୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ। ଶୁକ୍ରଙ୍କ ପ୍ରଭାବରୁ ଆଜିର ଯାତ୍ରା, ବାଣିଜ୍ୟ, ଲେଖାପଢା, ଆଲୋଚନା, ମନୋରଞ୍ଜନରୁ ଖୁସି ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri