Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ
କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ। କେତେକ ଅସହିଷ୍ଣୁ ମନୋଭାବର ପରଶ୍ରୀକାତର ବନ୍ଧୁଙ୍କ ଅସମ୍ମାନଜନକ କଥାରୁ କଳହ ଲାଗିବାର ସମ୍ଭାବନା ରହିଛି। ଆପଣ ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିମାନଙ୍କୁ ଆପଣେଇ ନେବେ।
ବୃଷ
ବୃଷ

ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କାମ କରିବା ଭଲ ହେବ। ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ। ବନ୍ଧୁ ଗହଣରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି। ଆଜି କୌଣସି କାମରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡିବ।

ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଓ ଅର୍ଥର ବୋଝ ମନକୁ ବିଚଳିତ କରିବ। କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ। ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ନିନ୍ଦା ଶୁଣିବେ।
କର୍କଟ
କର୍କଟ
ଆଜି ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବିଶେଷ ଆନନ୍ଦ ପ୍ରଦାନ କରିବ। ଭାଇ, ବନ୍ଧୁ, ସହକର୍ମୀ ମାନଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାମ, ସଭା ସମିତିରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଆଜି ଅନ୍ୟମନସ୍କତା କିମ୍ବା ଅସାବଧାନତା ବଶତଃ ଧନ ହାନି ଯୋଗ ମଧ୍ୟ ରହିଛି। କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ପ୍ରତ୍ୟେକ କଥାକୁ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ।
କନ୍ୟା
ଆଜି ଦିନଟିରେ ଯାହା ପାଇବେ ତାହାଠାରୁ ଦୁଇଗୁଣ ଖର୍ଚ୍ଚ କରିବାକୁ ପଡିବ। ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ସ୍ପର୍ଶକାତର କଥାରେ ଚିହ୍ନା ପଡନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟି କରିପାରେ।
ତୁଳା
ତୁଳା
ପୂର୍ବପରିକଳ୍ପତ କାମଗୁଡିକୁ ସମ୍ପନ୍ନ କରିବାରେ ବିଶେଷ କୌଣସି ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, କଚେରି ମାମଲାରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ବିଛା
ବିଛା
ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ। ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହେବେ। ସାମାଜିକ ସ୍ତରରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ଧନୁ
ଧନୁ
ଯେତିକି ପାଉଛନ୍ତି, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ କାରଣ ଅଧିକ ଆଶା କରି କିଛି ଲାଭ ହେବନି। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଲାଗିରହିଥିବା ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ମକର
ମକର

କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି। ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।

କୁମ୍ଭ
କୁମ୍ଭ
ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସମାଧାନ ହୋଇଯିବ। ପାରିବାରିିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ଆଜିର ଯାତ୍ରାରେ ସାମାନ୍ୟ ବିଘ୍ନ ଆସିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ।
ମୀନମୀନ

ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ସଫଳତା ଆଣିଦେବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ବିଜୟ ଓ ଗୈାରବାର୍ଜନ ନିଶ୍ଚିତ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି, ଯାହା କି ଆପଣଙ୍କ ପାଇଁ ମହଙ୍ଗା ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri