Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ
ଆଜି ଧନାଧିପ ସପ୍ତମସ୍ଥ ଯୋଗୁ ଅର୍ଥ, ସମ୍ମାନ ସହ କର୍ମକ୍ଷେତ୍ରରେ ସମ୍ମାନର ଅଧିକାରୀ ହେବେ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଆନୁଷ୍ଠାନିକ କାମ, ସଭାସମିତି, ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ। ମଙ୍ଗଳଙ୍କ ଦୁର୍ବଳତା ସାମୟିକ ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।
ବୃଷ
ବୃଷ
ବୁଧ ଚାରୋଟି ଗ୍ରହ ସଂଯୋଗରେ ରହିଥିବାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ଭଲ। ବନ୍ଧୁବର୍ଗଙ୍କ ସକାଶେ ଯେତେକଲେ ମଧ୍ୟ ଅଭିଯୋଗ ପାଇବେ। ବନ୍ଧୁଙ୍କ ସମ୍ମୁଖରେ ଦୁଃଖ ଲୁଚାଇବାର ଅପଚେଷ୍ଟା କରି ଧରାପଡ଼ି ଯାଇପାରନ୍ତି। ବ୍ୟବସାୟିକ ସମସ୍ୟା ବୃଦ୍ଧି ପାଇପାରେ।
ମିଥୁନ
ମିଥୁନ
ଷଷ୍ଠାଧିପ ମଙ୍ଗଳ ରାଶିରେ ଅବସ୍ଥାନ କରିଥିବାରୁ ଯେସାକୁ ତେସା ନୀତିରେ କାମ କରିବାକୁ ମନସ୍ଥ କରିପାରନ୍ତି। ବ୍ୟବସାୟରେ ଉନ୍ନତି କରିବେ କିନ୍ତୁ ଋ଼ଣ ପରିଶୋଧର ମାର୍ଗ ଉନ୍ମୁକ୍ତ ହେବନାହିଁ। ପ୍ରଶାସନିକ ସ୍ତରରେ ସ୍ଥିତି ଅନୁକୂଳ ହୋଇପାରେ। କୌଣସି ଦୂରାଗତ ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ର ଓ ଶୁକ୍ରଙ୍କ ସ୍ଥିତିରୁ ଆନୁଷ୍ଠାନିକ କାମ, ବନ୍ଧୁ ସମ୍ପର୍କ, କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଭୁଲ୍‌ ବୁଝାମଣା ଓ ସନ୍ଦେହଜନିତ ପାରିବାରିକ ସମସ୍ୟା ଗୁରୁତର ହୋଇପାରେ। ଶୀଘ୍ର ଶୀଘ୍ର କାମଟିକୁ ସମ୍ପନ୍ନ କରିବା ସକାଶେ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ବାଣିଜ୍ୟ ଓ ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା ଆପଣଙ୍କ ଦୁର୍ବଳ ସ୍ବାସ୍ଥ୍ୟକୁ ନିର୍ଦ୍ଦେଶିତ କରୁଥିଲେ ମଧ୍ୟ ଅନ୍ୟମାନଙ୍କ ସହାୟତାରେ ଆଶା ପୂରଣ ହେବ। ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ନୀଚସ୍ଥ ଶୁକ୍ର ପ୍ରଭାବରେ ଯାହା କଲେ ମଧ୍ୟ ସୁଫଳ ମିଳିବ ନାହିଁ । ହିତୈଷୀମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
କନ୍ୟା
ମୁଖଭାବସ୍ଥ ଶୁକ୍ର ହେତୁ ଜନସମର୍ଥନ ହାସଲ କରିପାରିବେ। ପାରିବାରିକ ଜୀବନରେ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ ନିର୍ଦ୍ଦିଷ୍ଟ ସମୟରେ ଦୂରେଇ ରହିଯିବାର ସୂଚନା ରହିଛି। ଆମତ୍ୀୟସ୍ବଜନଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା ବଢ଼ିପାରେ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ।
ତୁଳା
ତୁଳା
ଆଜିର ଅନୁକୂଳ ଗ୍ରହସ୍ଥିତି ଆପଣଙ୍କୁ ଆର୍ଥିକ ଅଭିବୃଦ୍ଧି, ସାମାଜିକ ସମ୍ମାନ ସହ କାର୍ଯ୍ୟସିଦ୍ଧିର ସୂଚନା ପ୍ରଦାନ କରେ। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ କିନ୍ତୁ ସଭାସମିତିରେ ଯୋଗଦେଇ ଲାଭବାନ୍‌ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ।
ବିଛା
ବିଛା
ଚନ୍ଦ୍ର କେନ୍ଦ୍ରରୁ ବୃହସ୍ପତି ନବମସ୍ଥ ଯୋଗୁ ଅଭିଳାଷ ପୂରଣ କରିପାରିବେ। ଶନିଙ୍କ କୁପ୍ରଭାବରୁ ହାତମୁଠାରୁ କେତେକ ସୁ୍‌ଯୋଗ ଖସିଯାଇପାରେ। କେତେକ କ୍ଷେତ୍ରରେ ମନକଥା ମନରେମାରି ରହିବେ, ମୁହଁ ଖୋଲିବାର ରାସ୍ତା ପାଇବେ ନାହିଁ। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବାରେ ସମ୍ମାନ୍‌ନୀୟ ବ୍ୟକ୍ତି ସହାୟତା କରିପାରନ୍ତି।
ଧନୁ
ଧନୁ
ଶନି ସହ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତିରୁ ପ୍ରତ୍ୟେକ କାର୍ଯ୍ୟ ବିଳମ୍ବରେ ହେବ। ଉତ୍ତରାଷାଢ଼ା ନକ୍ଷତ୍ର ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ ଏବଂ ଅର୍ଥ ସଂଗ୍ରହରେ ତପତ୍ର ହୋଇ ସଫଳତା ପାଇବେ। ପାରିବାରିକ ଜଞ୍ଜାଳ ବଢ଼ିପାରେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଭାଗ୍ୟସ୍ଥ ରାଜଯୋଗ ସମସ୍ତ ଗ୍ରହ ଆପଣଙ୍କ ସବୁ ଆଶା ଓ ଅଭିଳାଷକୁ ପୂରଣ କରିବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ଭାରସାମ୍ୟ ଅଭାବରୁ ଆଜି ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟାକଲେ ମଧ୍ୟ ସାମାନ୍ୟ ଅସୁବିଧା ଅନୁଭବ କରିବେ। ମନୋରଞ୍ଜନ ସକାଶେ ମନ ବଳାଇବେ କିନ୍ତୁ ଆର୍ଥିକ ଦୂରବସ୍ଥା ତାହା କରାଇ ଦେବନାହିଁ।
କୁମ୍ଭ
କୁମ୍ଭ
ଶନିଙ୍କ ଶୁଭଦୃଷ୍ଟିରୁ ସ୍ବାସ୍ଥ୍ୟ ଭଲ ରହିବ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ ତଥାପି ନିକଟସ୍ଥ ବନ୍ଧୁମାନେ ଖୁସି ହେବେନାହିଁ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ, ଫଳତଃ ସ୍ବାସ୍ଥ୍ୟହାନିର ଆଶଙ୍କା ରହିବ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ଅସୁବିଧାର କାରଣ ହୋଇପାରେ।
ମୀନମୀନ

ଦେବଗୁରୁଙ୍କ କୃପାରୁ କୌଣସି କାମ ଅଟକିବ ନାହିଁ ଏବଂ ପ୍ରତ୍ୟେକ ସ୍ତରରେ ସମ୍ମାନିତ ହେବେ। ପର କଥାକୁ ପ୍ରାଧାନ୍ୟ ଦେଇ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ କିନ୍ତୁ ଅର୍ଥାଭାବ ଓ ପାରିବାରିକ ସମସ୍ୟା ହେତୁ ଉଦାସୀନ ରହିବେ। ଜମିଜମା କାରବାର, ସଭାସମିତି, କଳା, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁନ୍ ୧୯ ତାରିଖ – Daily Horoscope

ମେଷ କର୍ମାଧିପ ବ୍ୟୟଭାବସ୍ଥ ଯୋଗୁ ଉଦ୍ୟମରେ ସଫଳତା ପାଇବା କଷ୍ଟକର ହୋଇପାରେ। ଧନାଧିପ ଚତୁର୍ଥକେନ୍ଦ୍ରସ୍ଥ ଯୋଗୁ ସାମାଜିକ ସ୍ଥିତି ପୂର୍ବଭଳି ରହିବ। ଦ୍ୱିଜା ନକ୍ଷତ୍ର ଯେ କୌଣସି…

ରାଶିଫଳ: ଗୁରୁବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହାୟତାରେ କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କିନ୍ତୁ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ…

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ।…

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri