Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ଆଜି ବନ୍ଧୁମାନଙ୍କ ସହ ନୂତନ ପ୍ରକଳ୍ପ ସକାଶେ ଅର୍ଥ ସମ୍ବନ୍ଧୀୟ ଆଲୋଚନା କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ,ଦୂରଯାତ୍ରା ଓ ପ୍ରତିଦ୍ୱନ୍ଦିତାର ସାମନା କରିବା ପ୍ରଭୃତି ବିଷୟରେ ଯୋଜନା କରିବେ। ରୋଗୀର ଆରୋଗ୍ୟ ସକାଶେ,ଋଣ ପରିଶୋଧ ପାଇଁ ମାନସିକ ସ୍ତରରେ ବ୍ୟଗ୍ରତା ପ୍ରକାଶ ପାଇବ।
ବୃଷ
ବୃଷ

ଆକସ୍ମିକ ପରିବାରର ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ନିର୍ମାଣାଧୀନ କାର୍ଯ୍ୟ, ଜମିଜମା.ଆଲୋଚନା,ବନ୍ଧୁ ସମ୍ପର୍କରେ କିଛିଟା ଝଟ୍‌କା ଲାଗିପାରେ।

ମିଥୁନ
ମିଥୁନ
ଆପଣ ଯାହା ଭାବୁଛନ୍ତି ତାହାହିଁ ହେବ ଓ ପାଇବା ଜିନିଷ ମଧ୍ୟ ପାଇବେ। କିନ୍ତୁ ପାରିବାରିକ କ୍ଷେତ୍ରରେ କୁହୁଳୁଥିବା ନିଁଆ ପ୍ରତି ସାବଧାନ ରହିବା ବିଧେୟ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ଅନାମନ୍ତ୍ରିତ ଭାବରେ ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହୋଇପାରନ୍ତି।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟା ଗୁଡିକ ତୁଟି
ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ଅବଶ୍ୟ ହିତୈଷୀ ମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ।
ସି˚ହ
ସି˚ହ
ଆପଣଙ୍କ ଭୂଲ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅବଶ୍ୟ ରାଜନୈତିକ ସ୍ତରରେ ,ପ୍ରଶାସନିକ କ୍ଷେତ୍ର ପାଇଁ ,ସଂଗଠନ ସକାଶେ ଦିନଟି ବହୁତ ଭଲ। ବିବାଦୀୟ ଘଟଣାରେ ବିଜୟ ଲାଭ କାରଣରୁ ବନ୍ଧୁ ମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।
କନ୍ୟା
ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆପଣ ଆଦୈା ତରବରିଆ ହୋଇ କୈାଣସି କାମ କରନ୍ତୁ ନାହିଁ। ତଥାପି ହିତୈଷୀ ମାନଙ୍କ ସାହାଯ୍ୟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପାରିପାଶ୍ୱିକ କେତେକ ବ୍ୟତିକ୍ରମ ଜନିତ ଉନ୍ନୟନ ମୂଳକ କାମ ବାଧାପ୍ରାପ୍ତ ହୋଇପାରେ।
ତୁଳା
ତୁଳା
ଗତକାଲି ଠାରୁ ମନରେ ଭାବୁଥିବା କଥାଟି ଆଜିହିଁ ବାସ୍ତବରେ ପରିଣତ ହେବ। ଖଳ ଲୋକ ମାନଙ୍କ ଦ୍ୱାରା ପ୍ରଚାରିତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଯାତ୍ରା, ପ୍ରଶାସନ,କଳା ,ସାହିତ୍ୟ, ସାମ୍ବାଦିତା କ୍ଷେତ୍ରରୁ ଉଚ୍ଚ ପ୍ରଶଂସିତ ହେବେ।
ବିଛା
ବିଛା
ଅବସାଦଗ୍ରସ୍ଥ ମନରେ ବନ୍ଧୁ ମାନଙ୍କ ପ୍ରେରଣାରେ ଉଦ୍‌ବୁଧ ହୋଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଆଜିର କର୍ମକ୍ଷେତ୍ରରେ ରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରର ଆବଶ୍ୟକତା ଅନୁଯାୟୀ କୈାଣସି ମୂଲ୍ୟବାନ ଜିନିଷ ଘରକୁ ଆଣିପାରନ୍ତି। ବିଭିନ୍ନ ପ୍ରତିବନ୍ଧକ ମଧ୍ୟଦେଇ ଗତି କରିବେ।
ଧନୁ
ଧନୁ
ଆଜି ଆପଣଙ୍କୁ ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ଲାଭର ସୂଚନା ରହିଛି। କିନ୍ତୁ ସ୍ବକୀୟ ଉଦ୍ୟମ ଓ ଆପୋଷ ଆଲୋଚନା ସଙ୍ଗକୁ ପାରସ୍ପରିକ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ।
ମକର
ମକର

ଅତି ନିକଟରେ ରହି ଶତ୍ରୁତା କରୁଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। ପ୍ରତ୍ୟେକ ପରିସ୍ଥିତିରେ ପରିବାର ସଦସ୍ୟଙ୍କ ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଅତ୍ୟାବଶ୍ୟକ ଜିନିଷଟି ପରକୁ ଦେଇ ଅପଦସ୍ତ ହୋଇପାରନ୍ତି। ପରିବହନରେ ସମସ୍ୟା ଦୂର ହେବ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଟିକିଏ ଜୋର୍‌ ଦେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୁତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଜମା ଭଲ ସମ୍ପର୍କ ନଥିବା ବ୍ୟକ୍ତି ମାନଙ୍କ ତରଫରୁ ସମସ୍ୟା ଆସିପାରେ। ଆାଜିର ଭ୍ରମଣ ବେଶ୍‌ ଆନନ୍ଦ ଦାୟକ ହେବ।
ମୀନମୀନ

ମନରେ ଶାନ୍ତି ନଥିଲେ ମଧ୍ୟ କାମ ଗୁଡିକ ସାଧନ କରିବା କ୍ଷେତ୍ରରେ କୈାଣସି ଅସୁବିଧା ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ବିବାଦୀୟ ପରିସ୍ଥିତିରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବା ଭଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri