

ଆକସ୍ମିକ ପରିବାରର ଖର୍ଚ୍ଚଭାର ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ କେହି ଜଣେ ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ନିର୍ମାଣାଧୀନ କାର୍ଯ୍ୟ, ଜମିଜମା.ଆଲୋଚନା,ବନ୍ଧୁ ସମ୍ପର୍କରେ କିଛିଟା ଝଟ୍କା ଲାଗିପାରେ।


ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ଅବଶ୍ୟ ହିତୈଷୀ ମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ।






ଅତି ନିକଟରେ ରହି ଶତ୍ରୁତା କରୁଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। ପ୍ରତ୍ୟେକ ପରିସ୍ଥିତିରେ ପରିବାର ସଦସ୍ୟଙ୍କ ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଅତ୍ୟାବଶ୍ୟକ ଜିନିଷଟି ପରକୁ ଦେଇ ଅପଦସ୍ତ ହୋଇପାରନ୍ତି। ପରିବହନରେ ସମସ୍ୟା ଦୂର ହେବ।


ମନରେ ଶାନ୍ତି ନଥିଲେ ମଧ୍ୟ କାମ ଗୁଡିକ ସାଧନ କରିବା କ୍ଷେତ୍ରରେ କୈାଣସି ଅସୁବିଧା ରହିବ ନାହିଁ। ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ବିବାଦୀୟ ପରିସ୍ଥିତିରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବା ଭଲ ହେବ।

