Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଦୃଷ୍ଟ ବୁଧ ହେତୁ ଆକସ୍ମିକ ଭାବରେ ସକାଳୁ ସକାଳୁ ବନ୍ଧୁପରିଜନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଯାତ୍ରା ସମୟରେ ଅସାବଧାନତା ହେତୁ କିମ୍ବା ଅନ୍ୟମନସ୍କ କାରଣରୁ ଅର୍ଥହାନିର ସମ୍ଭାବନା ରହିଛି। ନତୁବା ଅର୍ଥ ସମ୍ପର୍କକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହେବାକୁ ପଡିବ।
ବୃଷ
ବୃଷ
କର୍ମସ୍ଥାନରେ ବୁଧଙ୍କ ଯୋଗୁ ଅର୍ଥ ଓ ସମ୍ମାନ ପ୍ରାପ୍ତି ସହ ବିଭିନ୍ନ କ୍ଷେତ୍ରରେ ସୁଯୋଗ ଆପଣା ଛାଏ ଆସିବ। ପଡୋଶୀଙ୍କ ପରାମର୍ଶରେ ପାରିବାରିକ ସ୍ତରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ମୃଗଶିରାର ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ଷଷ୍ଠରେ ଅଷ୍ଟମସ୍ଥ ଗୁରୁ ଓ ଶନି କର୍ମକ୍ଷେତ୍ରରେ କିଛିଟା ବ୍ୟତିକ୍ରମକୁ ନେଇ ଉଚ୍ଚବାଚ୍ଚ ଘଟି କୈଫିୟତ୍‌ ଦେବାକୁ ପଡିପାରେ। ଘରେ ସାଧାରଣ କଥାରୁ ବିବାଦର ସୂତ୍ରପାତ ହୋଇପାରେ। କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବା କାରଣରୁ ଧୀରେ ସୁସ୍ଥେ କାମ କରବାକୁ ବାଧ୍ୟ ହେବେ। ପ୍ରତୀକ୍ଷିତ କୌଣସି ଖବର ପାଇ ଖୁସି ହେବେ।
କର୍କଟ
କର୍କଟ
ଆଜି ଚନ୍ଦ୍ରଙ୍କ ଯୋଗୁ ଅର୍ଥପ୍ରାପ୍ତି ସହ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା ଦିଗରେ ମନ ବଳାଇବେ। କର୍ମକ୍ଷେତ୍ରରେ ସୁଯୋଗର ସଦ୍‌ ବ୍ୟବହାର କରି ଖୁସି ରହି ପାରନ୍ତି। ସହକର୍ମୀଙ୍କ ନିକଟରେ ମନକଥା ମନରେ ରଖିପାରିବେ ନାହିଁ। ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ।
ସି˚ହ
ସି˚ହ
ନୀଚସ୍ଥ ବୃହସ୍ପତି ହେତୁ କୌଣସି କାର୍ଯ୍ୟାରମ୍ଭ ପୂର୍ବରୁ ଭଲଭାବରେ ଚିନ୍ତା କରିବା ଭଲ ହେବ। ଯାତ୍ରା କାଳରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ବନ୍ଧୁଙ୍କ ଦୋଷ, ଦୁର୍ବଳତାକୁ ଘୋଡାଇବାକୁ ଯାଇ ଅନ୍ୟକୁ ମିଥ୍ୟା କୈଫିୟତ୍‌ ଦେବାକୁ ପଡିପାରେ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ସମସ୍ୟାରେ ଚିନ୍ତିତ ରହିପାରନ୍ତି।
କନ୍ୟା
ରାଶିକୁ ରବି ଓ ଶୁକ୍ର ଦେଖୁଥିବାରୁ ସୌଖୀନ ଜିନିଷ କ୍ରୟରେ ଅର୍ଥ ବ୍ୟୟ କରିବେ। ବାକି ରଖିଥିବା ଲୋକଟି ହଠାତ୍‌ ନିଜେ ଆସି ଟଙ୍କା ଦେଇଯିବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପାରିବାରିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
ତୁଳା
ତୁଳା
ଉଚ୍ଚସ୍ଥ ରାଶ୍ୟାଧିପତି ହେତୁ ଖୁସି ମନରେ କାମ କରିବା ସହ ସମସ୍ୟା ସମାଧାନରେ ସଫଳ ହେବେ। ବୁଦ୍ଧିଜୀବୀଙ୍କ ନିମନ୍ତ୍ରଣ ପାଇବା ସହ ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ।
ବିଛା
ବିଛା
ସୁଚିନ୍ତିତ ବିଚାରଧାରା ହେତୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କଠାରୁ ଦୂରେଇ ଯାଇଥିବା ବନ୍ଧୁଟି ପାଖେଇ ଆସିବ। ଅଷ୍ଟମାଧିପତି ବୁଧଙ୍କ ଯୋଗୁ ପରିବାରରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆଜି ଭାବୁଥିବା କାମଟିକୁ ଶେଷ କରିପାରିବେନି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହେବେ।
ଧନୁ
ଧନୁ
ନବମସ୍ଥାନକୁ ବୁଧର ଦୃଷ୍ଟି ପ୍ରଭାବରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ତଦନୁଯାୟୀ କାମ କଲେ ଉପକୃତ ହେବେ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ପୂର୍ବାଷାଢା ନକ୍ଷତ୍ର ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଆଜି ଆପଣଙ୍କ କଠିନ ପରିଶ୍ରମ ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ପକାଇପାରିବ ନାହିଁ।
ମକର
ମକର
ସବୁ ସମୟରେ ଟେନ୍ସନ ଲାଗି ରହିବାରୁ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ। ଏଣେ ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ସହକର୍ମୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ବିବାଦୀୟ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଶନିଙ୍କ ଦୃଷ୍ଟିରେ ଶୁକ୍ରଥିବାରୁ ଘରେ ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଅତ୍ୟାବଶ୍ୟକ ଜିନିଷଟି ପାଖରେ ନ ଥିବା କାରଣରୁ ଅନ୍ୟମାନଙ୍କ ସହ ତର୍କ ଓ ବିବାଦ ବଢ଼ିବ। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ। ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି।
ମୀନମୀନ
ଆନୁଷ୍ଠାନିକ କ୍ଷେତ୍ରରେ ଏକ ବିଶେଷ କାମଟିରେ ଅବହେଳା କରି ଅନୁତାପ କରିପାରନ୍ତି। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କାର୍ଯ୍ୟଦକ୍ଷତା ହେତୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri