Posted inRasifala

ରାଶିଫଳ: ସୋମବାର, ଫେବୃଆରୀ ୩ ତାରିଖ – Daily Horoscope

ମେଷ
ଆଜି ସାମାନ୍ୟ ଅସ୍ଥିରତା ମଧ୍ୟରେ କାର୍ଯ୍ୟସାଧନ କରିବାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ। ସେବା ଓ ପରୋପକାର ଯୋଗୁ ସାମାଜିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ।
ବୃଷ
ବୃଷ
କର୍ମଜଞ୍ଜାଳ ବୃଦ୍ଧି ହେତୁ ମାନସିକ ଅସ୍ଥିରତା ଲାଗି ରହିବ ଏବଂ କାର୍ଯ୍ୟହାନି ଘଟିପାରେ। ଗୃହସୀମା, ଗାଡିମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଉଦ୍‍ବେଗ ବୃଦ୍ଧି ପାଇବ। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‍ ଦୂର ହେବ। କଳା ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ ଏବଂ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା, ପରୀକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତା ପ୍ରଶଂସା କରିପାରନ୍ତି। ବନ୍ଧୁ ନିକଟରେ ମନକଥା ଲୁଚାଇପାରିବେ ନାହିଁ ଓ କହି ମନସ୍ତାପ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରର ପରିସ୍ଥିତିକୁ ଆଖିରେ ରଖି ଏବଂ ଜିଦ୍‍ରେ ଅଟଳ ରହି କାମ ହାସଲ କରିବେ। ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ। ଅଫିସ୍‍ କାମରେ କୌଣସି ଅସୁବିଧା ରହିବ ନାହିଁ। ବିଶେଷ ଲାଭ ନ ହେଲେ ମଧ୍ୟ ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି। ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ। ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା କାରଣରୁ କେତେକ ସୁଯୋଗ ହାତଛଡା ହୋଇପାରେ। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ବ୍ୟବସାୟ କ୍ଷେତ୍ରରେ ପ୍ରତିଯୋଗିତା ଅବଶ୍ୟମ୍ଭାବୀ।
କନ୍ୟା
ଗତକାଲିର ନିଷ୍ପତ୍ତି ଅନୁଯାୟୀ ଆଜିର କାମ ସାଧନରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ସୁପରାମର୍ଶ ନ ଦେଇ ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇପାରନ୍ତି। ସାମାଜିକ ସ୍ତରରେ ସାଧାରଣ କଥାକୁ ଜଟିଳ କରି ଦ୍ୱନ୍ଦ୍ୱରେ ପଡିବେ। ବାଣିଜ୍ୟ, ଯାତ୍ରା, କର୍ମାରମ୍ଭ ଯଥାବିଧି ସମ୍ପନ୍ନ ହୋଇପାରିବ।
ତୁଳା
ତୁଳା
ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସତ୍‍ସଙ୍ଗ ଓ ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ। ସହକର୍ମୀଙ୍କ ପରୋକ୍ଷ ସୂଚନାରୁ ହଠାତ୍‍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।
ବିଛା
ବିଛା
ଦୀର୍ଘ ଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କ ସୌଜନ୍ୟରୁ ହୋଇଯିବ। ବନ୍ଧୁଙ୍କ ସହାୟତାରେ ବ୍ୟବସାୟୀଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ, ଆନୁଷ୍ଠାନିକ କାମ, ରାଜନୈତିକ ପରିସ୍ଥିତି କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି।
ଧନୁ
ଧନୁ
ନିଜ ପରିସରରେ ଅନ୍ୟମାନଙ୍କ ସାହାଯ୍ୟରୁ ଆଶା କରିଥିବା ଦିଗରୁ ଅର୍ଥଲାଭ ହେବ। ହଠାତ୍‍ ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୈାଣସି ଗୁରୁତ୍ୱପୂର୍ଣ୍ଣ କଥା କହି ପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ପ୍ରତ୍ୟେକ କାମ କରିବା କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ବକେୟା ଅର୍ଥ ଆଦାୟ କରିବାରେ ଯୁକ୍ତିତର୍କର ସମ୍ମୁଖୀନ ହେବାକୁ ପଡିପାରେ।
କୁମ୍ଭ
କୁମ୍ଭ
ଉପସ୍ଥିତ ବୁଦ୍ଧି ବଳରେ ପରିବାରରେ ସୁସମ୍ପର୍କ ସ୍ଥାପନ କରିବାରେ ସଫଳ ହେବେ। ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ମଜଭୁତ କରିବାକୁ ହେଲେ କଷ୍ଟ ସ୍ବୀକାର କରିବାକୁ ପଡିପାରେ। ସଭାସମିତି ଓ ମାଙ୍ଗଳିକ କାମ ସକାଶେ ଅନ୍ୟମାନଙ୍କ ସାହାଯ୍ୟ ଲୋଡିବାକୁ ବାଧ୍ୟ ହୋଇପାରନ୍ତି।
ମୀନମୀନ

ଚେଷ୍ଟା କରୁଥିବା କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହୋଇପାରିବ। ଈର୍ଷାପରାୟଣ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରର କେତେକ ଫାଇଲ କାମ ସକାଶେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ଖଟଣି ବଢିବ କିନ୍ତୁ ବ୍ୟବସାୟ, ପରିବହନ ଓ ଯାତ୍ରାରୁ ସୁଫଳ ପାଇବେ ା


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରୀ ୨୨ ତାରିଖ – Daily Horoscope

ମେଷ ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ। ସାମାନ୍ୟ ଭୁଲ୍‌ରୁ ଆଜିର କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବ। ଆର୍ଥିକ ସ୍ବଚ୍ଛଳତା...

ରାଶିଫଳ: ବୁଧବାର, ଜାନୁଆରୀ ୨୧ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ପ୍ରତିଷ୍ଠା ଲାଭ କରିବେ। ଶନି କ୍ଷେତ୍ରସ୍ଥ ରବି ହେତୁ ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri