Posted inRasifala

ରାଶିଫଳ: ଶନିବାର, ଫେବୃଆରୀ ୨୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କିଛି ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ଆଲୋଚନା ହୋଇପାରେ। ଦୀର୍ଘଦିନ ହେଲା ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ବନ୍ଧୁଙ୍କ ସହ ସ୍ନେହ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରସ୍ପରକୁ ସନ୍ଦେହ କରିପାରନ୍ତି। ବହୁ କଷ୍ଟ ସ୍ବୀକାର କରି ମଧ୍ୟ କାମଟିକୁ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିବେ।
ବୃଷ
ବୃଷ
ଦୈହିକ ଉତ୍କର୍ଷ ସହ ବନ୍ଧୁଙ୍କ ଆଦର, ସାହାଯ୍ୟ, ଲାଭ କରି ଖୁସି ରହିବେ। ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ବ୍ୟତିବ୍ୟସ୍ତ ହେବାକୁ ପଡ଼ିପାରେ। ସଭାସମିତି, ଆଲୋଚନା, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
ଶାରୀରିକ ଅସୁସ୍ଥତା,ଉଗ୍ରଚିନ୍ତା,ଉତ୍ତେଜକ ବାଣୀ ଦ୍ୱାରା ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅଟକିରହିଥିବା କାର୍ଯ୍ୟ ସକାଶେ ଚିନ୍ତାକରି ଅନ୍ୟମନସ୍କ ରହୁଥିବାର ସୂଚନା ମଧ୍ୟ ରହିଛି । କୌଣସି ଜିନିଷକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହୋଇପାରେ। ଯାନବାହନ, ଜମିଜମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ କାରଣ ନ ଥାଇ ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ନୂତନ ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର କ୍ରୟ କିମ୍ବା ବିକ୍ରୟ ପାଇଁ ବ୍ୟଗ୍ରତା ପ୍ରକାଶ କରିବେ। ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ଏହା ସହ ବ୍ୟବସାୟରେ ଲାଭବାନ ହେବେ।
ସି˚ହ
ସି˚ହ
ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ସାହିତ୍ୟ,କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‍ ରୋଗ ଜନିତ ପୀଡ଼ାନୁଭବ କରିପାରନ୍ତି। କୌଣସି ସାଙ୍ଗଠନିକ କାମ, ରାଜନୈତିକ କ୍ଷେତ୍ର ପାଇଁ ଦିନଟି ବହୁତ ଭଲ।
କନ୍ୟା
ମିତ୍ରମାନେ ପରୋକ୍ଷରେ ଶତ୍ରୁତା ଆଚରଣ କରିବାର ସୂଚନା ପାଇବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ,ପ୍ଲଟିଂ କାରବାରରେ ମାନମନାନ୍ତର ଦେଖାଦେଇପାରେ। ଅବଶ୍ୟ ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନସନ୍‍ ଦୂର ହେବ। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ।
ତୁଳା
ତୁଳା
ଆଜି ବିଜାତୀୟ ବ୍ୟକ୍ତିଙ୍କ ସହ ଶତ୍ରୁତାଜନିତ କିମ୍ବା ଅତୀତ ଘଟଣାବଳୀକୁ ନେଇ ଚିନ୍ତିତ ରହିବେ। କଳା, ସଙ୍ଗୀତ, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା କ୍ଷେତ୍ରରୁ ସୁଫଳ ମିଳିବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ରହିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ,ପ୍ଲଟିଂ କାରବାର,ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭ ଫଳ ପାଇବେ।
ବିଛା
ବିଛା
ଯାହା ଚାହୁଁଛନ୍ତି ତାହା ପାଇବେ କିନ୍ତୁ ଆଶାନୁରୂପ ନ ହେବା କାରଣରୁ ଅସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରୁ କିମ୍ବା ଦୂରସ୍ଥାନରୁ ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ ଜିନିଷ ଆଣି ପାରନ୍ତି। ବିବାଦୀୟ ଘଟଣାର ସ୍ଥିତି ଅନୁକୂଳ ରହିବା କାରଣରୁ ସାମୟିକ ଖୁସି ରହିପାରନ୍ତି। ପିଲାଙ୍କ ସକାଶେ କିଛିଟା ଅନ୍ତର୍ଦ୍ୱନ୍ଦ୍ୱ ଭିତର ଦେଇ ଗତି କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ସାମୟିକ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସ୍‍ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‍ ବୁଝିପାରନ୍ତି। ନୂତନ କର୍ମସସ୍ଥାନ ପାଇଁ କିମ୍ବା ସ୍ଥାନାନ୍ତର ସକାଶେ ମନ ବଳିବ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରରେ ପଡ଼ିବେ। ସାମାନ୍ୟ ବିଳମ୍ବରେ କାମଗୁଡିକ ଠିକ୍‍ ଭାବରେ ସମ୍ପନ୍ନ ହେବ ଏବଂ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଗତକାଲିଠାରୁ ଯାହା ଚିନ୍ତା କରୁଛନ୍ତି ଆଜି ତାହା ସହଜରେ ସମ୍ପନ୍ନ ହେବ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ ଓ କରିବେ। କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ନିଜର ଉପରିସ୍ଥ ଅଫିସର କ୍ରୋଧ ପ୍ରକାଶ କରିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ଭୁଲ୍‍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ନୀଚ ବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଜମିଜମା କାରବାର, ସଭାସମିତି, ରାଜନୈତିକ ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri