Posted inRasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗିପାରନ୍ତି। ମାତ୍ର ନିର୍ମାଣାଧୀନ କାର୍ଯ୍ୟ କେତେକ ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିପାରେ। ନିକଟ ସମ୍ପର୍କୀୟମାନଙ୍କ ଉପରେ ଭରସା କରି କୌଣସି କାମ କରିପାରିବେ ନାହିଁ।
ବୃଷ
ବୃଷ
ଯାହାକୁ ସାହାଯ୍ୟ କରିଥିଲେ ସେହି ବ୍ୟକ୍ତି ହିଁ ଶତ୍ରୁତା କରିବ। ଅପରିଚିତ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବା କାରଣରୁ ଘରର ସଦସ୍ୟମାନେ ବିରକ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ପାରିବାରିକ ଶୃଙ୍ଖଳା ରକ୍ଷାରେ ପଡ଼ୋଶୀମାନେ ସହାୟତା ଆଶା କରିପାରନ୍ତି।
ମିଥୁନ
ମିଥୁନ
ସହକର୍ମୀମାନେ ବହୁବିଧ ସମସ୍ୟା ସୃଷ୍ଟି କରିବା ସକାଶେ ଚେଷ୍ଟା କଲେ ସେମାନେ ହିଁ ଅପଦସ୍ଥ ହେବେ। ସମ୍ପର୍କୀୟଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଘଟିପାରେ। ବିନା କାରଣରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ପରିବାର ଭିତରେ ପୁରୁଣା କଥାର ଆଲୋଚନା ହିଁ କଳହର କାରଣ ହୋଇପାରେ।
କର୍କଟ
କର୍କଟ
ଅଯଥା ଗୁଡ଼ାଏ କଥା ମନକୁ ଆଣି ବିବ୍ରତ ହେବା ଦ୍ୱାରା ନିଜେ ହିଁ କଷ୍ଟ ପାଇବେ। ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟ ବନ୍ଧୁଙ୍କ କାମରେ ଯଥାସାଧ୍ୟ ସାହାଯ୍ୟ କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଭିମାନ ଭରା କଥା କହି ବନ୍ଧୁଙ୍କୁ ସାହାଯ୍ୟ କରି ନ ଥିବାରୁ ଦୁଃଖ କରିପାରନ୍ତି।
ସି˚ହ
ସି˚ହ
ଦିନଟିରେ ପାରିବାରିକ ସମସ୍ୟା ବଢ଼ିଯିବା କାରଣରୁ ମାନସିକ ଅସ୍ଥିରତା ଅବଶ୍ୟ ଦେଖାଦେବ। ମଧ୍ୟାହ୍ନରେ ପ୍ରିୟ ବନ୍ଧୁଙ୍କ ସାକ୍ଷାତରୁ କିଛି ପରିମାଣରେ ଉପକୃତ ହୋଇପାରନ୍ତି। ଆଜି ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତିସୂଚକ କଥା ଶୁଣି ମନ ହାଲୁକା ହୋଇଯିବ।
କନ୍ୟା
କାମଗୁଡ଼ିକ ଆଜି ବହୁତ ବିଳମ୍ବରେ ସମ୍ପନ୍ନ ହେବା କାରଣରୁ ନିଜକୁ ହିଁ ଦୋଷୀ ମନେ କରିବେ। କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରି ଶେଷ ସମୟରେ ନିରାଶ ହେବାକୁ ପଡ଼ିପାରେ। ଅନ୍ୟ କଥାରେ ପ୍ରଭାବିତ ହୋଇ ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ। ବ୍ୟବସାୟ, ପରିବହନ, ମକଦ୍ଦମାରେ ଉନ୍ନତି କରିବେ।
ତୁଳା
ତୁଳା
ଯେତେ ସହଜ ଓ ସରଳରେ କାମଟି ହାସଲ ସକାଶେ ଭାବୁଛନ୍ତି, ବାସ୍ତବରେ ତାହା ସହଜସାଧ୍ୟ ହୋଇ ନ ପାରେ। ସ୍ବାତୀର କେତେକ ଦୀର୍ଘମିଆଦୀ ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ। ଯେତେ ଭଲ କାମ କଲେ ସୁଦ୍ଧା ସେମାନେ ଅନ୍ୟର କାନକୁହା କଥା ଶୁଣି ଭୁଲ୍‌ ବୁଝତ୍ ଭଲପାଇବେ ନାହିଁ।
ବିଛା
ବିଛା
ଆପଣ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ନିର୍ମାଣ କ୍ଷେତ୍ରରେ ଅଟକି ରହିଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ ଏବଂ ଆବଶ୍ୟକ କାମ କରିବେ। ବକେୟା ଆଦାୟରେ ସକ୍ଷମ ହେବେ, କିନ୍ତୁ ବହୁତ ଯୁକ୍ତିତର୍କ ପରେ। କ୍ରନିକ୍‌ ରୋଗ ସକାଶେ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ଆଗାମୀ ମାଙ୍ଗଳିକ କାମର ପ୍ରସ୍ତୁତି କରି ବିଚଳିତବୋଧ କରିପାରନ୍ତି।
ମକର
ମକର
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ପାଇ କାମ ଆଗକୁ ବଢ଼ାଇ ନେବାରେ ସମର୍ଥ ହେବେ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ଚର୍ଚ୍ଚା, ସାହିତ୍ୟ, ସାମ୍ବାଦିକତା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ମାନସିକ ଶାନ୍ତି ମିଳିବ। ଭୁଲ୍‌ ବୁଝାମଣା ଯୋଗୁ ପରିବାର ଭିତରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ, ଯାହାକି ଅଶାନ୍ତିର କାରଣ ହୋଇପାରେ। ଅବଶ୍ୟ ପାରିବାରିକ ଶୃଙ୍ଖଳା ରକ୍ଷା ପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
ମୀନମୀନ
ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିବା ଦ୍ୱାରା ଅଫିସ୍‌ କାମର ଜଞ୍ଜାଳ ବୃଦ୍ଧି ପାଇପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ପ୍ରଯନତ୍ କରିବା ଭଲ ହେବ। ପ୍ରତ୍ୟୁଷ ଯାତ୍ରା ଓ ବାଣିଜ୍ୟ, ବ୍ୟବସାୟ ଓ ବନ୍ଧୁ ସମ୍ପର୍କରେ ଆଶାଜନକ ଫଳ ପାଇପାରନ୍ତି ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri