Posted inRasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗିପାରନ୍ତି। ମାତ୍ର ନିର୍ମାଣାଧୀନ କାର୍ଯ୍ୟ କେତେକ ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିପାରେ। ନିକଟ ସମ୍ପର୍କୀୟମାନଙ୍କ ଉପରେ ଭରସା କରି କୌଣସି କାମ କରିପାରିବେ ନାହିଁ।
ବୃଷ
ବୃଷ
ଯାହାକୁ ସାହାଯ୍ୟ କରିଥିଲେ ସେହି ବ୍ୟକ୍ତି ହିଁ ଶତ୍ରୁତା କରିବ। ଅପରିଚିତ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବା କାରଣରୁ ଘରର ସଦସ୍ୟମାନେ ବିରକ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ପାରିବାରିକ ଶୃଙ୍ଖଳା ରକ୍ଷାରେ ପଡ଼ୋଶୀମାନେ ସହାୟତା ଆଶା କରିପାରନ୍ତି।
ମିଥୁନ
ମିଥୁନ
ସହକର୍ମୀମାନେ ବହୁବିଧ ସମସ୍ୟା ସୃଷ୍ଟି କରିବା ସକାଶେ ଚେଷ୍ଟା କଲେ ସେମାନେ ହିଁ ଅପଦସ୍ଥ ହେବେ। ସମ୍ପର୍କୀୟଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଘଟିପାରେ। ବିନା କାରଣରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ପରିବାର ଭିତରେ ପୁରୁଣା କଥାର ଆଲୋଚନା ହିଁ କଳହର କାରଣ ହୋଇପାରେ।
କର୍କଟ
କର୍କଟ
ଅଯଥା ଗୁଡ଼ାଏ କଥା ମନକୁ ଆଣି ବିବ୍ରତ ହେବା ଦ୍ୱାରା ନିଜେ ହିଁ କଷ୍ଟ ପାଇବେ। ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟ ବନ୍ଧୁଙ୍କ କାମରେ ଯଥାସାଧ୍ୟ ସାହାଯ୍ୟ କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଭିମାନ ଭରା କଥା କହି ବନ୍ଧୁଙ୍କୁ ସାହାଯ୍ୟ କରି ନ ଥିବାରୁ ଦୁଃଖ କରିପାରନ୍ତି।
ସି˚ହ
ସି˚ହ
ଦିନଟିରେ ପାରିବାରିକ ସମସ୍ୟା ବଢ଼ିଯିବା କାରଣରୁ ମାନସିକ ଅସ୍ଥିରତା ଅବଶ୍ୟ ଦେଖାଦେବ। ମଧ୍ୟାହ୍ନରେ ପ୍ରିୟ ବନ୍ଧୁଙ୍କ ସାକ୍ଷାତରୁ କିଛି ପରିମାଣରେ ଉପକୃତ ହୋଇପାରନ୍ତି। ଆଜି ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତିସୂଚକ କଥା ଶୁଣି ମନ ହାଲୁକା ହୋଇଯିବ।
କନ୍ୟା
କାମଗୁଡ଼ିକ ଆଜି ବହୁତ ବିଳମ୍ବରେ ସମ୍ପନ୍ନ ହେବା କାରଣରୁ ନିଜକୁ ହିଁ ଦୋଷୀ ମନେ କରିବେ। କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରି ଶେଷ ସମୟରେ ନିରାଶ ହେବାକୁ ପଡ଼ିପାରେ। ଅନ୍ୟ କଥାରେ ପ୍ରଭାବିତ ହୋଇ ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ। ବ୍ୟବସାୟ, ପରିବହନ, ମକଦ୍ଦମାରେ ଉନ୍ନତି କରିବେ।
ତୁଳା
ତୁଳା
ଯେତେ ସହଜ ଓ ସରଳରେ କାମଟି ହାସଲ ସକାଶେ ଭାବୁଛନ୍ତି, ବାସ୍ତବରେ ତାହା ସହଜସାଧ୍ୟ ହୋଇ ନ ପାରେ। ସ୍ବାତୀର କେତେକ ଦୀର୍ଘମିଆଦୀ ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ। ଯେତେ ଭଲ କାମ କଲେ ସୁଦ୍ଧା ସେମାନେ ଅନ୍ୟର କାନକୁହା କଥା ଶୁଣି ଭୁଲ୍‌ ବୁଝତ୍ ଭଲପାଇବେ ନାହିଁ।
ବିଛା
ବିଛା
ଆପଣ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ନିର୍ମାଣ କ୍ଷେତ୍ରରେ ଅଟକି ରହିଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ ଏବଂ ଆବଶ୍ୟକ କାମ କରିବେ। ବକେୟା ଆଦାୟରେ ସକ୍ଷମ ହେବେ, କିନ୍ତୁ ବହୁତ ଯୁକ୍ତିତର୍କ ପରେ। କ୍ରନିକ୍‌ ରୋଗ ସକାଶେ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ଆଗାମୀ ମାଙ୍ଗଳିକ କାମର ପ୍ରସ୍ତୁତି କରି ବିଚଳିତବୋଧ କରିପାରନ୍ତି।
ମକର
ମକର
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ପାଇ କାମ ଆଗକୁ ବଢ଼ାଇ ନେବାରେ ସମର୍ଥ ହେବେ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ଚର୍ଚ୍ଚା, ସାହିତ୍ୟ, ସାମ୍ବାଦିକତା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ମାନସିକ ଶାନ୍ତି ମିଳିବ। ଭୁଲ୍‌ ବୁଝାମଣା ଯୋଗୁ ପରିବାର ଭିତରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ, ଯାହାକି ଅଶାନ୍ତିର କାରଣ ହୋଇପାରେ। ଅବଶ୍ୟ ପାରିବାରିକ ଶୃଙ୍ଖଳା ରକ୍ଷା ପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
ମୀନମୀନ
ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟ ହୋଇପାରନ୍ତି। ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିବା ଦ୍ୱାରା ଅଫିସ୍‌ କାମର ଜଞ୍ଜାଳ ବୃଦ୍ଧି ପାଇପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ପ୍ରଯନତ୍ କରିବା ଭଲ ହେବ। ପ୍ରତ୍ୟୁଷ ଯାତ୍ରା ଓ ବାଣିଜ୍ୟ, ବ୍ୟବସାୟ ଓ ବନ୍ଧୁ ସମ୍ପର୍କରେ ଆଶାଜନକ ଫଳ ପାଇପାରନ୍ତି ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri