Posted inRasifala

ରାଶିଫଳ: ଶନିବାର , ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ
ଆଜି ଆପଣ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପରୁ ଶୁଭଫଳ ମିଳିବ। ଆନୁଷ୍ଠାନିକ କାମରେ ପ୍ରସ୍ତୁତି ସରିବା ଯୋଗୁ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ର ପାରିବାରିକ କ୍ଷେତ୍ରରେ ବୁଝାମଣା ନେଇ ସହମତି ଦେଖାଦେଇପାରେ।
ବୃଷ
ବୃଷ
ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ କରିବେ ନାହିଁ। ସ୍ଥଗିତ କାମକୁ ଅନ୍ୟମାନଙ୍କ ମାଧ୍ୟମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ମୃଗଶିରା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବାର ଆଶା ରହିଛି। ସାମାଜିକ ସ୍ତରରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହଯୋଗ ଲାଭକରି ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। ବସ୍ତ୍ର ଓ ଅଳଙ୍କାର, ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‍ କାମ କରି ଅନୁତପ୍ତ ହେବାର ଆଶଙ୍କା ରହିଛି। ପୁନର୍ବସୁ ନକ୍ଷତ୍ର ବାଣିଜ୍ୟ ବ୍ୟବସାୟରେ ନୂତନ ପଦକ୍ଷେପ ଗ୍ରହଣ କରିବା ସକାଶେ ମନ ବଳାଇବେ।
କର୍କଟ
କର୍କଟ
ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପର୍କଟି ପୁନଃ ପ୍ରତିଷ୍ଠିତ ହେବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିଛକୁ ସତ ମନେକରି ଭୁଲ୍‍ ମାର୍ଗ ଅନୁସରଣ କରିବା ଦ୍ୱାରା ପଶ୍ଚାନ୍ତେ ଅନୁତପ୍ତ କରିବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିପାରନ୍ତି। ପୁଷ୍ୟା ନକ୍ଷତ୍ର ଶିକ୍ଷା, ଗବେଷଣା, ପରୀକ୍ଷାରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ନିଜର ଚେଷ୍ଟା ଓ ସାମର୍ଥ୍ୟରୁ ଆର୍ଥିକ ଉନ୍ନତି ଓ କାର୍ଯ୍ୟ ହାସଲରୁ ଖୁସି ରହିବେ। ଅନ୍ୟମାନଙ୍କଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ବ୍ୟବସାୟରେ ମନାନ୍ତର ଦେଖାଦେବ ମାତ୍ର ପରିବହନ ସେତେଟା ସନ୍ତୋଷଜନକ ହେବନାହିଁ। ପୂର୍ବାଫାଲଗୁନୀ ନକ୍ଷତ୍ରର ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ସଂକଟଜନକ ସ୍ଥିତି ଉପୁଜିପାରେ।
କନ୍ୟା
ଦୀର୍ଘଦିନର ଆଶା ପୂରଣ ହେବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାମ୍ବାଦିକତା ତଥା ଏଜେନ୍ସିପରୁ ଖୁସି ରହିବେ। କର୍ମକ୍ଷେତ୍ରରେ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କଲେ ମଧ୍ୟ ସମର୍ଥନ ପାଇବେ ନାହିଁ। ଉତ୍ତରାଫାଲଗୁନୀ ନକ୍ଷତ୍ରର ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କିଛି ନୂଆ କରିବାକୁ ଚିନ୍ତାକରି ପାରନ୍ତି। ଆଧ୍ୟାତ୍ମିକତା ତଥା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିୟୋଜିତ ହେଲେ ପ୍ରଶଂସିତ ହେବେ। ଅନ୍ୟମାନଙ୍କ ବାରମ୍ବାର ତାଗିଦା ଫଳରେ ବିବାଦୀୟ ସ୍ଥିତିରୁ ନିବୃତ୍ତ ରହିବେ। ବିଶାଖା ନକ୍ଷତ୍ର ସକାଶେ କଳା, ସାହିତ୍ୟ, ସଙ୍ଗୀତ ଓ ସଭାସମିତିରେ ସୁନାମ ମିଳିବାର ସୂଚନା ରହିଛି।
ବିଛା
ବିଛା
ପରିବାରର ଖର୍ଚ୍ଚ ବୃଦ୍ଧି ପାଇଲେ ମଧ୍ୟ ବିଭିନ୍ନ ଦିଗରୁ ରୋଜଗାର କିଛି କମ୍‍ ହେବନି। ଅଧିକାଂଶ ସମୟ ଘର ନିକଟରୁ ଦୂରରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ଅନୁରାଧା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟାରେ ପଡ଼ିପାରନ୍ତି। ଉପସ୍ଥିତ ବୁଦ୍ଧି ପ୍ରୟୋଗକରି ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବାର ଆଶା ରହିଛି।
ଧନୁ
ଧନୁ
ଶୁଭେଚ୍ଛୁଙ୍କ ଅନୁକମ୍ପା ଅନୁକୂଳ ପରିବେଶ ଓ ପରିସ୍ଥିତି ସୃଷ୍ଟିରେ ସହାୟକ ହେବ। ଭୁଲ୍‍ ବୁଝାମଣାରୁ ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବୃଦ୍ଧି ପାଇବ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଯୋଗୁ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବ। ମୂଳା ନକ୍ଷତ୍ରର ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା ପ୍ରତି ଆଗ୍ରହ ବଢ଼ିପାରେ।
ମକର
ମକର
ବନ୍ଧୁଙ୍କ ଅନୁରୋଧରେ ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଯାତ୍ରା କରିବାକୁ ପଡ଼ିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ପରିବାରରେ ଅସାବଧାନତାବଶତଃ ଦବ୍ର୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ରର ଆନୁଷ୍ଠାନିକ କାର୍ଯ୍ୟରେ ପ୍ରତିବନ୍ଧକ ଦୂରେଇଯିବାର ସମ୍ଭାବନା ରହିଛି।
କୁମ୍ଭ
କିଛି ଭଲ ଓ କିଛି ମନ୍ଦ ମଧ୍ୟରେ ଦିନଟି କଟିବ। ବ୍ୟବସାୟରେ ଶିଥିଳତା ଦେଖାଦେବା ସାଙ୍ଗକୁ ରପ୍ତାନି ବାଣିଜ୍ୟରେ କ୍ଷତିର ଆଶଙ୍କା ରହିଛି। ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଶତଭିଷା ନକ୍ଷତ୍ରର ଆର୍ଥିକ ଉନ୍ନତି, ନୂତନ କର୍ମାରମ୍ଭ ଓ କିଛି ପ୍ରାପ୍ୟ ହାତପଇଠ ହୋଇପାରେ ।
ମୀନମୀନ

ଆଜି ଆପଣ ଯାହାକୁ ଯାହା କହିବେ କିମ୍ବା କରିବେ ତାହା ସମସ୍ତ ଆପଣଙ୍କ ବିପକ୍ଷରେ ଯାଇପାରେ। ଉତ୍ତରଭାଦ୍ର ନକ୍ଷତ୍ର ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ପରିବାରରେ ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri