Posted inRasifala

ରାଶିଫଳ: ଶନିବାର , ଡିସେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଅନ୍ୟମାନଙ୍କର ଚାପରେ ପଡ଼ି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍‌ସନ ବୃଦ୍ଧି ପାଇପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିକଟ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଅନ୍ୟମାନଙ୍କର କାନକୁହା କଥା ଶୁଣି ଉପର ଅଧିକାରୀମାନେ ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ ନତୁବା କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ। ପରିବାରରେ ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯାଇ ପାରନ୍ତି। ଦୀର୍ଘ ଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। କର୍ମକ୍ଷେତ୍ରରେ ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ।
କନ୍ୟା
ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ସହକର୍ମୀଙ୍କ ସାହାଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ତୁଳା
ତୁଳା
ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ଖୁସି ରହିବେ ଏବଂ କାବ୍ୟ, ସାହିତ୍ୟ, କଳା, କାରିଗରି ପ୍ରତି ରୁଚି ବଳିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁମାନେ ସାହାଯ୍ୟ କରିବେ।
ବିଛା
ବିଛା
ମନକଥା ମନରେ ରଖି କୌଶଳ ମାଧ୍ୟମରେ କାମ ହାସଲ କରିପାରିବେ। ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। କ୍ରୀଡ଼ା, ଚଳଚ୍ଚିତ୍ର ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର ଆଶା ମନରେ ଉଙ୍କିମାରିବ।
ଧନୁ
ଧନୁ
ଆଜି ଦିନ ମଧ୍ୟରେ କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପିଲାଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ଅର୍ଥ ସାହାଯ୍ୟ ଆଶାରେ ବନ୍ଧୁଙ୍କୁ ବିନୟପୂର୍ଣ୍ଣ କଥା କହିବେ। ଆଜି ଅଧ୍ୟୟନରେ, ଆଲୋଚନାରେ, ତର୍କ ବିତର୍କରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସବୁକିଛି ଜାଣି ନୀରବଦ୍ରଷ୍ଟା ଭଳି କାମ କରିବେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଅଫିସିଆଲି କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ପରିବାରରେ ଭାବୁଥିବା କଥାଟି ବନ୍ଧୁଙ୍କ ମୁହଁ ସାମ୍ନାରେ କହିପାରିବେ ନାହିଁ। ସମ୍ପର୍କୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ କିନ୍ତୁ କିଛି କହିପାରିବେ ନାହିଁ। ପରିସ୍ଥିତିର ଗୁରୁତ୍ୱ ଉପଲବ୍ଧି କରି ଭ୍ରାତୃ ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ସକାଳୁ କୌଣସି ଭଦ୍ରବ୍ୟକ୍ତିଙ୍କ ସହ ଆଲୋଚନା ମନର ସ୍ଥିତିକୁ ଦୃଢ଼ କରିପାରେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରି ଆଶ୍ୱସ୍ତି ଲାଭ କରିବେ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri