Posted inRasifala

ରାଶିଫଳ: ଶନିବାର , ଡିସେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଅନ୍ୟମାନଙ୍କର ଚାପରେ ପଡ଼ି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍‌ସନ ବୃଦ୍ଧି ପାଇପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିକଟ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଅନ୍ୟମାନଙ୍କର କାନକୁହା କଥା ଶୁଣି ଉପର ଅଧିକାରୀମାନେ ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ ନତୁବା କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ସି˚ହ
ସି˚ହ
ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ। ପରିବାରରେ ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯାଇ ପାରନ୍ତି। ଦୀର୍ଘ ଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। କର୍ମକ୍ଷେତ୍ରରେ ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ।
କନ୍ୟା
ସମସ୍ୟା ରହିଥିଲେ ମଧ୍ୟ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ସହକର୍ମୀଙ୍କ ସାହାଯ୍ୟରେ ଦୀର୍ଘ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ତୁଳା
ତୁଳା
ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ଖୁସି ରହିବେ ଏବଂ କାବ୍ୟ, ସାହିତ୍ୟ, କଳା, କାରିଗରି ପ୍ରତି ରୁଚି ବଳିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁମାନେ ସାହାଯ୍ୟ କରିବେ।
ବିଛା
ବିଛା
ମନକଥା ମନରେ ରଖି କୌଶଳ ମାଧ୍ୟମରେ କାମ ହାସଲ କରିପାରିବେ। ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। କ୍ରୀଡ଼ା, ଚଳଚ୍ଚିତ୍ର ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର ଆଶା ମନରେ ଉଙ୍କିମାରିବ।
ଧନୁ
ଧନୁ
ଆଜି ଦିନ ମଧ୍ୟରେ କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପିଲାଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ଅର୍ଥ ସାହାଯ୍ୟ ଆଶାରେ ବନ୍ଧୁଙ୍କୁ ବିନୟପୂର୍ଣ୍ଣ କଥା କହିବେ। ଆଜି ଅଧ୍ୟୟନରେ, ଆଲୋଚନାରେ, ତର୍କ ବିତର୍କରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସବୁକିଛି ଜାଣି ନୀରବଦ୍ରଷ୍ଟା ଭଳି କାମ କରିବେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଅଫିସିଆଲି କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ପରିବାରରେ ଭାବୁଥିବା କଥାଟି ବନ୍ଧୁଙ୍କ ମୁହଁ ସାମ୍ନାରେ କହିପାରିବେ ନାହିଁ। ସମ୍ପର୍କୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ କିନ୍ତୁ କିଛି କହିପାରିବେ ନାହିଁ। ପରିସ୍ଥିତିର ଗୁରୁତ୍ୱ ଉପଲବ୍ଧି କରି ଭ୍ରାତୃ ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ସକାଳୁ କୌଣସି ଭଦ୍ରବ୍ୟକ୍ତିଙ୍କ ସହ ଆଲୋଚନା ମନର ସ୍ଥିତିକୁ ଦୃଢ଼ କରିପାରେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରି ଆଶ୍ୱସ୍ତି ଲାଭ କରିବେ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri