Posted inRasifala

ରାଶିଫଳ: ଶନିବାର , ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ
ଆଜି ପଦାଧିକାରୀଙ୍କ ପ୍ରୋତ୍ସାହନ ଲାଭକରି କାମକୁ ଉତ୍ସାହର ସହ କରିବେ। ପ୍ରତ୍ୟେକ ଦିଗରୁ ସୁବିଧା ଥିଲେ ମଧ୍ୟ ଭୁଲ୍‍ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ଅସହିଷ୍ଣୁ ପରୋକ୍ଷ ଶତ୍ରୁତା ଆଚରଣ କରିବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ପ୍ରେରଣାରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‍ବୁଦ୍ଧ ହୋଇପାରନ୍ତି।
ବୃଷ
ବୃଷ
ଅର୍ଥ ସଂକଟ, ସ୍ବାସ୍ଥ୍ୟ ସମସ୍ୟା, କାର୍ଯ୍ୟରେ ବିଳମ୍ବଜନିତ ମାନସିକ ଅଶାନ୍ତି ସୃଷ୍ଟି ହେବ ା ଅର୍ଥର ଅଭାବ ନ ଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତି କାମକୁ ଅଟକାଇ ରଖିବ। ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ଝମେଲା ଆସିପାରେ। ଅବଶ୍ୟ ସମୟାନ୍ତରରେ ଟେନସନ୍‍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି କାମ ହାସଲରେ ସମର୍ଥ ହେବେ। ଅସାବଧାନତା କାରଣରୁ ଟଙ୍କା କିମ୍ବା କାଗଜ ପତ୍ର ହଜିଯାଇପାରେ। ଆନୁଷ୍ଠାନିକ କାମ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯାଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବାର ସୂଚନା ରହିଛି।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ନ ଘଟିବାରୁ ସାମୟିକ ଚିନ୍ତିତ ରହିବେ। ସାଧାରଣ କଥାରେ କ୍ରୋଧ ପ୍ରକାଶ କରି ବନ୍ଧୁ ମୁହଁ ଫଣ ଫଣ କରିପାରନ୍ତି। ଆନୁଷ୍ଠାନିକ କାମ, ମନୋରଞ୍ଜନ, ଆଧ୍ୟାତ୍ମିକ ଆଲୋଚନା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ଅବସର ସମୟରେ ପିଲାଙ୍କ ସହ ବନ୍ଧୁଙ୍କ ସଙ୍ଗରେ ଆଲୋଚନା କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ବାଣିଜ୍ୟ, ପରିବହନ, ପ୍ରଶାସନ ଏବଂ ଯୋଗାଯୋଗ କ୍ଷେତ୍ରରୁ ଉପକୃତ ହୋଇପାରନ୍ତି। ସାମୟିକ ଭାବରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ପ୍ରତିବେଶୀଙ୍କ ସହିତ ସନ୍ଦେହ ଓ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ସକାଳୁ ସାମାନ୍ୟ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନାନ୍ତର ଘଟିପାରେ। ଏଣେ କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ନାସ୍ତିବାଣୀ ଶୁଣାଇପାରେ। କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆତ୍ମୀୟସ୍ବଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚିନ୍ତା ବଢ଼ିପାରେ।
ତୁଳା
ତୁଳା
ଆଜି ବନ୍ଧୁଙ୍କ ଜରିଆରେ କୌଣସି ଶୁଭ ଖବର ପାଇ ସକାଳ ସମୟଟି ଭଲରେ ଅତିବାହିତ ହେବ। ବିଭିନ୍ନ ଯୋଜନାର କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ। ସନ୍ତାନଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗି ରହିବା ସହ ମନୋବଳ କମିଯାଇପାରେ।
ବିଛା
ବିଛା
ଅତୀତ ସ୍ମୃତିଚାରଣ କରି ମାନସିକ ସ୍ତରରେ ବିଚଳିତ ବୋଧ କରିବେ। ଅଧିକ ସମୟ ପରିସ୍ଥିତିକୁ ନଜର ରଖି ନୀରବ ରହିବାକୁ ପସନ୍ଦ କରିପାରନ୍ତି। ଆଜିର ଫେରନ୍ତା ବାଟରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ରକ୍ତଚାପ କିମ୍ବା ଡାଇବେଟିସ୍‍ଜନିତ ରୋଗରେ ପୀଡା ବୃଦ୍ଧି ପାଇପାରେ ା
ଧନୁ
ଧନୁ
ସମ୍ପର୍କୀୟଙ୍କ ବେଖାତିର ମନୋଭାବ ସାଙ୍ଗକୁ ମର୍ମଭେଦୀ ବାକ୍ୟବାଣରେ ଅତିଷ୍ଠ ହେବେ। ଅଧସ୍ତନ କର୍ମଚାରୀଙ୍କୁ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ଆଣ୍ଠୁଗଣ୍ଠି ବାତ ଜନିତ ରୋଗରେ କଷ୍ଟ ପାଇପାରନ୍ତି। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବାକୁ ପଡ଼ିବ।
ମକର
ମକର
ଅନ୍ୟମାନଙ୍କ ପ୍ରରୋଚନାରେ ପଡ଼ି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ଏହା ସାଙ୍ଗକୁ ପାରିବାରିିକ ଜଞ୍ଜାଳ ବୃଦ୍ଧି ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସଭାସମିତି, କଳା ସାହିତ୍ୟ, ଆନୁଷ୍ଠାନିକ କାମରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ। ବ୍ୟବସାୟ ମାନ୍ଦା ହେବ ନାହିଁ କିନ୍ତୁ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ନ ହୋଇପାରେ।
କୁମ୍ଭ
କୁମ୍ଭ
ଅର୍ଥବଳ ସହ ଓଜନଦାର କଥାରେ କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ବନ୍ଧୁଙ୍କ ସହାୟତାରେ ଦୀର୍ଘ ଦିନରୁ ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ଆଲୋଚନା ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ସମୟ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ମୀନମୀନ

ଆଜି ଦିନଟିରେ ଆର୍ଥିକ ଉନ୍ନତି, ଜମିଜମା ସମ୍ପର୍କୀୟ କାର୍ଯ୍ୟରେ ଅଗ୍ରଗତି ଘଟିବ। କିନ୍ତୁ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ପରିସ୍ଥିତିରେ ପଡ଼ି ପଡ଼ୋଶୀଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସମସ୍ୟା ଆସିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri