Posted inRasifala

ରାଶିଫଳ: ଶନିବାର, ଏପ୍ରିଲ୍‍ ୨୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ସହ ମଙ୍ଗଳଙ୍କ ଦୁର୍ବଳଜନିତ ଦୈହିକ ଏବଂ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ବନ୍ଧୁଙ୍କ ଆଦର, ସ୍ନେହ ଏବଂ ସଦିଚ୍ଛା ସବୁ ଦୁଃଖକୁ ଭୁଲାଇଦେବ। ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସାଙ୍ଗକୁ ଆର୍ଥିକ ସ୍ବଚ୍ଛଳତା ମଧ୍ୟ ଫେରିପାଇବେ। ଅଧ୍ୟାପନା, କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ ତଥା ପ୍ରତିଯୋଗିତାରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଉଚ୍ଚସ୍ଥ ଶୁକ୍ରଙ୍କ ସ୍ଥିତି ଅନୁଯାୟୀ ଶାରୀରିକ ସୁସ୍ଥତା ରହିଲେ ମଧ୍ୟ କର୍ମଜଞ୍ଜାଳ ଜନିତ ବ୍ୟସ୍ତତା ମଧ୍ୟରେ ଗତିକରିବେ। ତଥାପି ସଭାସମିତି, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରୁ ସୁଫଳ ମିଳିବ। ପାରିବାରିକ ଜୀବନ ସମସ୍ୟାବହୁଳ ହୋଇପାରେ। ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ ଏବଂ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ।
ମିଥୁନ
ମିଥୁନ
ଧନାଧିପ କର୍ମସ୍ଥ ଯୋଗୁ ଆର୍ଥିକ, ସାମାଜିକସ୍ଥିତି ମନ୍ଦ ହେବନାହିଁ। ମଧୁର ବ୍ୟବହାର, ସୌଜନ୍ୟ ଓ ସୌହାର୍ଦ୍ଦ୍ୟତା ଦ୍ୱାରା ବ୍ୟକ୍ତିତ୍ୱର ପରିପ୍ରକାଶ ଘଟିବ। ବଳକା କାମକୁ ଶୀଘ୍ର ଶେଷ କରିବାକୁ ବ୍ୟସ୍ତ ହେବେ। ପାରିବାରିକ ସ୍ତରରେ କିମ୍ବା ଶତ୍ରୁତା କ୍ରମରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
ଭାଗ୍ୟସ୍ଥାନରେ ଏକାଧିକଗ୍ରହ ଯୋଗ ପ୍ରଭାବରୁ ଉନ୍ନତ ଚିନ୍ତା, ସୁପରିକଳ୍ପିତ ଯୋଜନା ଏବଂ ପ୍ରତିବନ୍ଧକ ବିହୀନ କାର୍ଯ୍ୟରୁ ଖୁସି ରହିବେ। ବାଣିଜ୍ୟ, ଯୋଗାଯୋଗ ଏବଂ ପରିବହନରେ ସଫଳତା ହାସଲ କରିବେ। ଆକର୍ଷଣୀୟ ଭାବମୂର୍ତ୍ତି ପଦସ୍ଥ ବ୍ୟକ୍ତିବିଶେଷ ଓ ବୁଦ୍ଧିଜୀବୀଙ୍କ ଦ୍ୱାରା ଆଦୃତି ଲାଭ କରିବ। ଶନିଙ୍କ ସୁପ୍ରଭାବରୁ ବିବାଦରେ ବିଜୟୀ ହେବେ।
ସି˚ହ
ସି˚ହ
ରାଶ୍ୟାଧିପଙ୍କ ଉଚ୍ଚସ୍ଥାନାଧିରୂଢ ଯୋଗୁ ବିଶିଷ୍ଟ ବ୍ୟକ୍ତିଙ୍କ ଗହଣରେ ପ୍ରଶଂସିତ ହେବେ। ମୁଖଭାବସ୍ଥ କେତୁଙ୍କ ଯୋଗୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନ ନେଇ ନୀରବଦ୍ରଷ୍ଟା ସାଜିପାରନ୍ତି। ଅତୀତର କେତେକ ଅଶାନ୍ତ ଭାବନା ମନକୁ ଆନ୍ଦୋଳିତ କରିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ମୁହଁରେ ସମ୍ମାନ ଦେବାର ଅଭିନୟ କରିପାରନ୍ତି।
କନ୍ୟା
ଏକାଧିକଗ୍ରହ ସପ୍ତମଭାବସ୍ଥ ଯୋଗୁ ବିବାଦୀୟ ଘଟଣାରୁ ନିଜକୁ ଦୂରେଇ ରଖିବା ଭଲ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପାରିବାରିକ ସ୍ଥିତି ଗୁରୁତର ଆକାର ଧାରଣ କରିବ ନାହିଁ ା ବୃତ୍ତି, ବାଣିଜ୍ୟ, ଯୋଗାଯୋଗ, କର୍ମାରମ୍ଭ ସାଙ୍ଗକୁ ମନପୂତ କାମ ହାସଲ କରିବେ।
ତୁଳା
ତୁଳା
ଷଷ୍ଠାଧିପ ଅଷ୍ଟମସ୍ଥ ଯୋଗୁ ରୋଗର ପ୍ରାଦୁର୍ଭାବ ଆଜି ଦେଖିବାକୁ ମିଳିବ। କିଛି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟି ଠିକଣା ସମୟରେ ବିଭିନ୍ନ ଆଳ ଦେଖାଇ ଦୂରେଇ ରହିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଉପରିସ୍ଥ ଅଫିସର ଭୁଲ୍‍ ବୁଝିପାରନ୍ତି। ଆନୁଷ୍ଠାନିକ କାମ, ସଭାସମିତି, ପ୍ରବଚନ କାର୍ଯ୍ୟକ୍ରମ, ସତ୍‍ସଙ୍ଗରୁ ପ୍ରଶଂସିତ ହେବେ।
ବିଛା
ବିଛା
ଭାଗ୍ୟସ୍ଥାନରେ ରାଶ୍ୟାଧିପ ଥିବାରୁ ଅସଜଡ଼ା କାମକୁ ସଜାଡ଼ି ନେବେ। କିନ୍ତୁ ପରିବାରର ବ୍ୟତିକ୍ରମକୁ ସୁଧାରି ନେବାରେ ସଫଳ ହେବା ଦୁରୂହ ହୋଇପଡ଼ିବ। ପୂର୍ବରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ। ପୁରୁଣା ଦିନର କଥାକୁ ନେଇ ମନରେ ଭାବାନ୍ତର ସୃଷ୍ଟି ହେବାର ସୂଚନା ରହିଛି।
ଧନୁ
ଧନୁ
ପ୍ରିୟଜନଙ୍କ ଗହଣରେ ହସଖୁସିରେ ସମୟ ବିତାଇବେ। ମୂଳା ନକ୍ଷତ୍ର ପାଇଁ କର୍ମକ୍ଷେତ୍ର୍ରରେ ବିଶୃଙ୍ଖଳିତ ବିଚାରଧାରା ବିଷମ ପରିସ୍ଥିତି ସୃଷ୍ଟି କରିପାରେ। ସନ୍ଦେହ ଓ ଭୁଲ୍‍ ବୁଝାମଣାରୁ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବ ନାହିଁ। କିନ୍ତୁ ଆଧ୍ୟାମତ୍ିକତା, ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମକର
ମକର
ଆଜିର ଗ୍ରହଯୋଗ ପ୍ରଭାବରୁ ପ୍ରତ୍ୟୁଷ ଯାତ୍ରା, କର୍ମାରମ୍ଭ, ଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ କ୍ଷେତ୍ର ବହୁତ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଆଶାବାଦୀ ହେବେ ଏବଂ ଆନୁଷଙ୍ଗିକ ସୁବିଧାସୁଯୋଗ ମଧ୍ୟ ପାଇପାରିବେ। ସହକର୍ମୀଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଚତୁର୍ଥକେନ୍ଦ୍ରସ୍ଥ ଗୁରୁଙ୍କ ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ର ପ୍ରୀତିପ୍ରଦ ରହିବ। ଦୀର୍ଘ ଦିନରୁ ଚିନ୍ତା କରୁଥିବା ଯାନବାହନ, ଯାନ୍ତ୍ରିକ ଜିନିଷ କିମ୍ବା ଧାତୁ ଅଳଙ୍କାରାଦି କ୍ରୟର ସୁଯୋଗ ଜୁଟିବ। ଶିଳ୍ପ, ବାଣିଜ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପକ୍ଷପାତିତାକୁ ଆଧାର କରି କିମ୍ବା ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ

ଆଜି ରାଜଯୋଗଜନିତ ଅର୍ଥ, ସମ୍ମାନ ଲାଭପୂର୍ବକ ସମାଜରେ ଆଦରଣୀୟ ରହିବେ ା ଆପଣଙ୍କ ବାସ୍ତବବାଦୀ ଚିନ୍ତାଧାରା ଓ ରୋକ୍‍ଠୋକ୍‍ କଥାକୁ ବିଜ୍ଞ ବ୍ୟକ୍ତି ସମର୍ଥନ କରିପାରନ୍ତି ା ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ମିଥ୍ୟାବାଦିନୀ ଦୋଷାରୋପ ଲଗାଇପାରନ୍ତି ା ଆଲୋଚନା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri