Posted inRasifala

ରାଶିଫଳ: ମଙ୍ଗଳବାର , ଏପ୍ରିଲ୍‍ ୨୯ ତାରିଖ – Daily Horoscope

ମେଷ
ଉଚ୍ଚସ୍ଥ ରବିଙ୍କ ପ୍ରଭାବରେ ସମୟାନୁବର୍ତ୍ତିତା ଏବଂ କର୍ମଦକ୍ଷତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନ ବାହନରେ କ୍ଷତିର ଆଶଙ୍କା ହେତୁ ସତର୍କତା ଅବଲମ୍ବନୀୟ। ଈର୍ଷାପରାୟଣ ପଡ଼ୋଶୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବ। ସନ୍ତାନଙ୍କ କୃତିତ୍ୱରେ ଗୌରବାନ୍ବିତ ହେବେ।
ବୃଷ
ବୃଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ କିନ୍ତୁ ସକାଳୁ ସକାଳୁ ବିତର୍କଜନିତ ମନଟା ବିଗିଡ଼ି ଯାଇପାରେ। ନିର୍ମାଣାଧୀନ ଘର ସାଜସଜ୍ଜାରେ ସମୟ ଅତିବାହିତ କରିପାରନ୍ତି। ମନର କଥା ମନରେ ରଖି ବନ୍ଧୁଙ୍କ ନିକଟରୁ କାର୍ଯ୍ୟ ହାସଲ କରିବେ। କୌଣସି ବନ୍ଧୁଙ୍କ ମନ ଧରିବାକୁ ଯାଇ ହରଡ଼ଘଣାରେ ପଡ଼ିପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କ ସାହାଯ୍ୟ ସହଯୋଗ ଲାଭକରି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବା ଯୋଗୁ ଅନ୍ୟମାନଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ପାରିବାରିକ ସମସ୍ୟାକୁ ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
କର୍କଟ
କର୍କଟ
ରାତି ଅନିଦ୍ରା ସଙ୍ଗକୁ କର୍ମକ୍ଷେତ୍ରର ଟେନ୍ସନଜନିତ ଅସୁସ୍ଥ ଅନୁଭବ କରିପାରନ୍ତି। ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଅର୍ଥ ସମସ୍ୟା, ଯାନବାହନ, ନିର୍ମାଣ କାମ, ସଭା ସମିତି ଓ ମାଙ୍ଗଳିକ କାର୍ଯ୍ୟରେ ବାଧା ଉପୁଜିପାରେ। ଆଶା କରୁଥିବା ବନ୍ଧୁ୍‍ଙ୍କ ସହ ଦେଖା ହୋଇ ଆନନ୍ଦ ଅନୁଭବ କରିବେ।
ସି˚ହ
ସି˚ହ
ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିବାରୁ ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗରେ ବିଳମ୍ବ ଘଟିବ। ବନ୍ଧୁଙ୍କ ସହାୟତାରେ ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ଦୂର ହେବ। ଆର୍ଥିକ ଦୂରବସ୍ଥା ପୂର୍ବପରି ଲାଗି ରହିବା କାରଣରୁ କରଜ କରିବାକୁ ବାଧ୍ୟ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିଲେ ମଧ୍ୟ ପାରିବାରିକ ସ୍ଥିତି ବିଶେଷ ଭଲ ରହି ନ ପାରେ।
କନ୍ୟା
ରାଶିରେ କେତୁଗ୍ରହ ଥିବା କାରଣରୁ ଆପଣଙ୍କ ଚିନ୍ତାଧାରା ଓ କାର୍ଯ୍ୟକଳାପରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ଉପରିସ୍ଥଙ୍କ ପରାମର୍ଶରେ କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ବନ୍ଧୁଙ୍କ ଆହ୍ବାନରେ ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେବେ। ନୂତନ ବସ୍ତ୍ର ଓ ଆଳଙ୍କାରିକ ଜିନିଷ କ୍ରୟ ସକାଶେ ମନ ବଳାଇବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ସବୁ କାମ ଡେରିରେ ହେଉଥିବାରୁ ମନଟା ଭଲ ଲାଗିବ ନାହିଁ। ଖଳ ଲୋକଙ୍କ କଥାକୁ ବିଶ୍ୱାସ କରି ଅତି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯିବ। ପଡ଼ୋଶୀଙ୍କ ସହାୟତାରେ ପାରିବାରିିକ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ। ଅର୍ଥ ସଂକଟ ଲାଗି ରହିବା ଯୋଗୁ କରଜ କରିବାକୁ ବାଧ୍ୟ ହେବେ।
ବିଛା
ବିଛା
ବାରମ୍ବାର ବିଫଳତାଜନିତ ବିଭିନ୍ନ ଦୁର୍ଭାବନାରେ ମନ ବିଚଳିତ ରହିବ। ଅବଶ୍ୟ ପ୍ରଶାସନ, ରାଜନୀତି, ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କାର୍ଯ୍ୟହାସଲ ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଛୋଟ ମୋଟ ସମସ୍ୟାକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ସଙ୍ଗକୁ ଖର୍ଚ୍ଚ ପରିମାଣ ବଢିଯିବା କାରଣରୁ ମାନସିକ ସ୍ଥିତି ବିଗିଡି ଯାଇପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତାର ସହ ସମାଧାନ କରିବେ। ସାମାଜିକ ସ୍ତରରେ ସଭାସମିତି କିମ୍ବା ମନୋରଞ୍ଜନ କାର୍ଯ୍ୟରେ ଅଂଶ ଗ୍ରହଣ କରି ପାରନ୍ତି ା
ମକର
ମକର
ସକାଳୁ ବନ୍ଧୁଙ୍କ ଜରିଆରେ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। କୌଣସି ମୂଲ୍ୟବାନ୍‍ ଜିନିଷ କ୍ରୟ କରିବା ହେତୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଚୁପଚାପ ହୋଇ ବସିରହିଲେ ବହୁ କ୍ଷତି ସହିବାକୁ ପଡ଼ିବ। ବିପଦପୂର୍ଣ୍ଣ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଗ୍ରହସ୍ଥିତି ଆପଣଙ୍କ କର୍ମକ୍ଷେତ୍ର, ପରିବାର, ଯାନ ବାହାନ ଏବଂ ବନ୍ଧୁ ସମ୍ପର୍କକୁ ଦୃଢ଼ୀଭୂତ କରିବ। ପଡ଼ୋଶୀଙ୍କ ପାରିବାରିକ ସମସ୍ୟା ସମାଧାନ କରିବାକୁ ଯାଇ ଅପଦସ୍ଥ ହେବେ। ଅସନ୍ତୁଳିତ ସ୍ବାସ୍ଥ୍ୟଜନିତ ହାତ ପାଦ କିମ୍ବା ଆଣ୍ଠୁଗଣ୍ଠିରେ ପୀଡ଼ା ଲାଗିପାରେ। ହଠାତ୍‍ କୌଣସି ସ୍ଥାନକୁ ଯିବାକୁ ମନସ୍ଥ କରି ବାଟରୁ ଫେରି ଆସିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ପଡ଼ୋଶୀଙ୍କ ସହ ଭୁଲ୍‍ ବୁଝାମଣା କାରଣରୁ କଟୁକଥା ପ୍ରୟୋଗଜନିତ ସମ୍ପର୍କହାନି ଘଟିପାରେ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ସାମାଜିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର୍‍ କରିବାରେ ସମର୍ଥ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?