Posted inRasifala

ରାଶିଫଳ: ଶୁକ୍ରବାର , ମେ ୯ ତାରିଖ – Daily Horoscope

ମେଷ
ଆଜି ଭାଇ, ବନ୍ଧୁ କିମ୍ବା ଆମତ୍ୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‍ ହେବ ନାହିଁ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ସାମୟିକ ଭାବରେ ପରିବାରର ଅତୀତ କଥାକୁ ଚିନ୍ତା କରି ବ୍ୟସ୍ତ ରହିପାରନ୍ତି।
ବୃଷ
ବୃଷ
ପାରିବାରିକ ପୃଷ୍ଠପୋଷକତା ଲାଭକରି ଚେଷ୍ଟା କରୁଥିବା କାମକୁ ସହଜ ଓ ସୁବିଧାରେ ସମ୍ପନ୍ନ କରିପାରିବେ। ଗତକାଲିଠାରୁ ସ୍ଥିର କରିଥିବା ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ବନ୍ଧୁଙ୍କ ସହ ଭୁଲ୍‍ ବୁଝାମଣା ଘଟିପାରେ। ସତ୍‍ସଙ୍ଗ, ବନ୍ଧୁମିଳନ, ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ପାଇଁ ଆପଣଙ୍କ ପରାମର୍ଶ ଅବିସ୍ମରଣୀୟ ରହିବ। ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ। ବହୁତ ଦିନରୁ ଚେଷ୍ଟା କରି ମଧ୍ୟ ପାଇ ନ ଥିବା ପ୍ରାପ୍ୟଧନ ଆଜି ସନ୍ଧ୍ୟାରେ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ରବିଙ୍କ ଉଚ୍ଚାବସ୍ଥାନ ଏକାସଙ୍ଗରେ ଅର୍ଥ, ସମ୍ମାନ ଓ ସାମାଜିକ ସ୍ତରରେ ପ୍ରତିଷ୍ଠା ପ୍ରଦାନ କରିବ। ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରି ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିବେ। ବୁଦ୍ଧି ଖଟାଇ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। କଚେରି ମାମଲା,ଜମିଜମା ସମ୍ପର୍କିତ ବିବାଦୀୟ ଘଟଣାରେ ବିଜୟୀ ହୋଇପାରନ୍ତି।
ସି˚ହ
ସି˚ହ
ଭୋଗକାରକ ଶୁକ୍ର ବୈଷୟିକ ଅଭିବୃଦ୍ଧି ସାଙ୍ଗକୁ ଦିନଚର୍ଯ୍ୟାକୁ ସୁମଧୁର ରଖିବେ। ଚେଷ୍ଟା କରୁଥିବା କାର୍ଯ୍ୟରେ ପ୍ରତିବନ୍ଧକ ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ହଟିଯିବ। ଶିଳ୍ପ, ପରିବହନ ଓ ବ୍ୟବସାୟରେ ସାମୟିକ ମନାନ୍ତର ଦେଖାଦେଇପାରେ। ସାମାଜିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
କନ୍ୟା
ଚେଷ୍ଟା କରୁଥିବା କର୍ମ ସମୂହ ସମସ୍ୟା ବିଜଡିତ ସାଙ୍ଗକୁ ବହୁତ ବିଳମ୍ବରେ ସମ୍ପନ୍ନ ହେବ। ଆମତ୍ୀୟଙ୍କ ଦୁଃଖିତ ମନକୁ ସାନ୍ତ୍ବନା ଦେବାକୁ ଯାଇ ପରିବାରରେ ଦ୍ୱନ୍ଦ୍ୱ ଲାଗିପାରେ। ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଯାତ୍ରା, ବାଣିଜ୍ୟ, ନିର୍ମାଣ, ପ୍ରଶାସନ ଓ ଆଇନ ଅଦାଲତରେ କାମର ଚାପ ବୃଦ୍ଧି ପାଇପାରେ।
ତୁଳା
ତୁଳା
ଅଭାବ ଅସୁବିଧା ନ ଥିଲେ ମଧ୍ୟ ବିଭିନ୍ନ ଘରୋଇକଥା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କାମ ହାସଲ କରିବା ସକାଶେ ବନ୍ଧୁମାନଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ମତଭେଦ ଘଟିବା କାରଣରୁ ଟେନ୍ସନ ବୃଦ୍ଧି ପାଇବ। ଯାତ୍ରା ସମୟରେ କୈାଣସି ବିଜାତୀୟ ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରର ଚାପ ବୃଦ୍ଧି ପାଇବାରୁ ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। ମାଙ୍ଗଳିକ କାମରେ ବନ୍ଧୁମିଳନ ମାନସିକ ଉଦ୍‍ବେଗକୁ ଉପଶମ କରିପାରେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଉଚ୍ଚ ପଦାଧିକାରୀଙ୍କ ପୃଷ୍ଠପୋଷକତା କାରଣରୁ ଦୀର୍ଘ ଦିନରୁ ପଡିରହିଥିବା କାମଟିରେ ଅଗ୍ରଗତିର ସୂଚନା ପାଇବେ।
ଧନୁ
ଧନୁ
ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୁଲ୍‍ ବୁଝାମଣା ମାନସିକ ଉଦ୍‍ବିଗ୍ନତାର କାରଣ ହେବ। ଦିନତମାମ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇଲେ ମଧ୍ୟ ତାହା ଉପଭୋଗ୍ୟ ନ ହୋଇପାରେ । ଭ୍ରମଣ, ରାଜନୀତି, ପ୍ରଶାସନ, ବାଣିଜ୍ୟ ପାଇଁ ଦିନଟି ଭଲ। ରାଜନୀତି, ସାହିତ୍ୟ, ପ୍ରଶାସନିକ ସ୍ତରରେ ବ୍ୟସ୍ତତା ବୃଦ୍ଧି ପାଇବ।
ମକର
ମକର
ପାରିବାରିକ ସୁସମ୍ପର୍କ ସାଙ୍ଗକୁ ସମାଜରେ ଆଦୃତି ଲାଭଜନିତ ଉସତ୍ାହିତ ରହିବେ। ବନ୍ଧୁଙ୍କୁ ସୁପରାମର୍ଶ, ଶିକ୍ଷା, ପରୀକ୍ଷା ତଥା ଆନୁଷ୍ଠାନିକ କ୍ଷେତ୍ରରେ କୃତିତ୍ୱରୁ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ସାଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାମୂହିକ କାମ ମଧ୍ୟରେ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଦୈହିକ ସୁସ୍ଥତା, ଅର୍ଥନୈତିକ ଉକତ୍ର୍ଷ ସାଙ୍ଗକୁ ଉତ୍ତମ ପାରିପାର୍ଶ୍ୱିକ ପରିସ୍ଥିତି ଯୋଗୁ ପ୍ରଫୁଲ୍ଲିତ ରହିବେ। ପାରିବାରିକ କ୍ଷେତ୍ରରେ ଭୁଲ୍‍ ବୁଝାମଣାକୁ ଦୂରେଇ ନେବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସରକାରୀ ସହାୟତା, ବ୍ୟବସାୟ, ଧର୍ମ କାର୍ଯ୍ୟରେ ସଫଳତା ପାଇବେ। ବିବାଦରେ ଆପୋସ ସମାଧାନ ଘଟିପାରେ।
ମୀନମୀନ

କୌଣସି କ୍ଷେତ୍ରରେ ତରବରିଆ ନିଷ୍ପତ୍ତି ନ ନେଇ ପୁନର୍ବିଚାର କରିବା ଭଲ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ମାନସିକ ଅସ୍ଥିରତା ଦୂରେଇଯିବ। ଆଲୋଚନା ପରିସରରେ ବାକ୍‍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ଆଲୋଚନା, ସଭାସମିତି, କ୍ରୀଡା, କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri