Posted inRasifala

ରାଶିଫଳ: ମଙ୍ଗଳବାର, ମେ ୧୩ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମ ଚନ୍ଦ୍ର ଜନିତ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ବ୍ୟବସାୟ , ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବ୍ୟବସାୟ ତଥା ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଶନିଦୃଷ୍ଟିଜନିତ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ ା
ମିଥୁନ
ମିଥୁନ
ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କର କଥାକୁ ଓଲଟା ବୁଝିମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ଶୁକ୍ରଙ୍କ ଶୁଭ ପ୍ରଭାବରେ କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆପଣ ପରିସ୍ଥିତିକୁ ଯେତେ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି ା ବ୍ୟବସାୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହେବ। ରବି କୃତ୍ତିକା ନକ୍ଷତ୍ରସ୍ଥ ଯୋଗୁ ସାମୟିକ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଉଚ୍ଚସ୍ଥ ରବି ହେତୁ ପ୍ରତ୍ୟେକ ପ୍ରକାର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଫିସ୍‍ରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ, ଯାତ୍ରା, ଗବେଷଣାରେ ଲାଭବାନ୍‍ ହେବେ। ବହୁ ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ।
କନ୍ୟା
ସକାଳୁ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବାକୁ ମନ ବଳାଇବେ। ପାପଗ୍ରହଜନିତ ଖଳ ଲୋକଙ୍କ କଥାରେ ପଡ଼ି ଭୁଲ୍‍ ମାର୍ଗ ଅନୁସରଣ କରିପାରନ୍ତି ା ମାଲି ମକଦ୍ଦମା, ତର୍କବିତର୍କ,ସଭାସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। ପରିସ୍ଥିତିରେ ପଡ଼ି ନିଜକୁ ସଙ୍କୁଚିତକରି ରଖିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ବିରକ୍ତି ପ୍ରକାଶକରି ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ଚନ୍ଦ୍ର ଓ ମଙ୍ଗଳ ନୀଚ୍ଚସ୍ଥ ଯୋଗୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଚନ୍ଦ୍ରଙ୍କ ପ୍ରଭାବରୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଯାତ୍ରା ସମୟରେ ଦବ୍ର୍ୟ ନଷ୍ଟହେବା କାରଣରୁ ଅନ୍ୟ ଉପରେ ରାଗିପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତିରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ବନ୍ଧୁଙ୍କୁ ପ୍ରିୟ କଥା କହି ଭୁଲ୍‍ ବୁଝାମଣା ହେତୁକ ସମସ୍ୟାକୁ ସୁଧାରିନେବେ। ପଡ଼ୋଶୀମାନେ କିମ୍ବା ଈର୍ଷାପରାୟଣ ବ୍ୟକ୍ତି ପରୋକ୍ଷ ଶତ୍ରୁତା କରିପାରନ୍ତି। ଚତୁର୍ଥରେ ପାପଗ୍ରହ ଯୋଗୁ ଆଜି ଯାନବାହନରେ ସତର୍କତା ରକ୍ଷା କରନ୍ତୁ। ଆଲୋଚନା ମାଧ୍ୟମରେ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବା। ବାଣିଜରେ ଉନ୍ନତି କରିବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ,ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ଏକାଦସ୍ଥ ଚନ୍ଦ୍ରଙ୍କ ଯୋଗୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନୀ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ ା
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ। ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ବନ୍ଧୁଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ। ଶନି ଓ ରାହୁଙ୍କ ଶୁଭ ପ୍ରଭାବରୁ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁ ମାନଙ୍କ ସହ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷର ହୋଇପାରେ ା
ମୀନମୀନ

ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନହେବା କଷ୍ଟକର ହୋଇପଡ଼ିବ। ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ବୁଧଙ୍କ ସ୍ଥିତି ଜନିତ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ ,ସଙ୍ଗୀତ ଓ ଚଳଚ୍ଚିତ, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଆଜିର ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ରର ପରିସ୍ଥିତି ସ୍ବାଭାବିକ ରହିବ। ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଏବଂ ସଭାସମିତି ଓ ଆନୁଷ୍ଠାନିକ…

ରାଶିଫଳ: ମଙ୍ଗଳବାର , ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ତୃତୀୟଭାବରେ ତିନୋଟି ଗ୍ରହଙ୍କ ସଂଯୋଗ କାରଣରୁ ବନ୍ଧୁମିଳନ,ଧାର୍ମିକ କାର୍ଯ୍ୟ ଏବଂ ଭ୍ରମଣସୌଖ୍ୟ ଲାଭ କରିବେ। ପାରିବାରିକ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା…

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri