Posted inRasifala

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୧୪ ତାରିଖ – Daily Horoscope

ମେଷ
ଆଜିର ରୋହିଣୀବୃଷ ଯୋଗ ନୂତନ ବନ୍ଧୁତ୍ୱସୂତ୍ରରେ ବାନ୍ଧିଦେଇପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରି ଖୁସି ହେବେ। ଅର୍ଥସଂକଟ ସଙ୍ଗକୁ ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। କୃତ୍ତିକା ନକ୍ଷତ୍ର ପୂର୍ବ ଯୋଜନା ଅନୁଯାୟୀ କର୍ମ କରି ଚାଲନ୍ତୁ ଓ ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ।
ବୃଷ
ବୃଷ
ଆପଣଙ୍କ କଥା ବନ୍ଧୁ ମନରେ ଦୁଃଖ ଦେଇପାରେ। ସମୟାନ୍ତରରେ ପୂରା ସହାନୁଭୂତି ଲାଭ କରିବେ ଓ ସମସ୍ୟାର ସମାଧାନ ହୋଇଯିବ। ଅଭାବ ପୂରଣ ଦିଗରେ ପଡ଼ୋଶୀଙ୍କ ସାହାଯ୍ୟ କାମକୁ ଆସିବା ଫଳରେ ସ୍ଥଗିତ କାମ ତ୍ୱରାନ୍ବିତ ହେବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମିଥୁନ
ମିଥୁନ
ବନ୍ଧୁ ସମ୍ପର୍କ, ଜମିଜମା କାରବାରରେ ଅଗ୍ରଗତି ଘଟିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି।
କର୍କଟ
କର୍କଟ
ପାରିବାରିକ ସ୍ଥିରତା, ଅର୍ଥାଭାବ ଦୂରେଇ ଯିବ, କାର୍ଯ୍ୟସିଦ୍ଧି ହେତୁ ଅପରାହ୍ନଟି ଖୁସିରେ କଟାଇବେ। କିନ୍ତୁ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଶିଳ୍ପ, ଗୃହ ନିର୍ମାଣ, ପରିବହନ, ବାଣିଜ୍ୟ, ବ୍ୟବସାୟ ଏପରି କି ଯୋଗାଣ କାରବାରରେ ଉନ୍ନତି କରିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି।
ସି˚ହ
ସି˚ହ
ଅନ୍ତର୍ଦ୍ୱନ୍ଦ୍ୱ ମନକୁ ଅସ୍ଥିର ରଖିଲେ ମଧ୍ୟ ବନ୍ଧୁ ଗହଣରେ ତାହା ସାମୟିକ ପାସୋରି ଦେଇପାରନ୍ତି। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସାମୟିକ ଭାବରେ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରି ରଖିବ। ରାଜନୀତି, ସଂଗଠନ, ପ୍ରଶାସନିକ କ୍ଷେତ୍ର, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
କନ୍ୟା
ସାମାଜିକ ସ୍ତରରେ ସୁସମ୍ପର୍କ ଓ ସମ୍ମାନ, ପ୍ରଶଂସା ପାଇ ମନ ଖୁସି ରହିବ। ସାମାନ୍ୟ ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ପାଇବେ। ହଠାତ୍‌ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇପାରେ। ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ, ବ୍ୟବସାୟ, ପରିବହନ, କ୍ରୟବିକ୍ରୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ।
ତୁଳା
ତୁଳା
ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ସମସ୍ୟା ବୃଦ୍ଧି ପାଇବ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପାରିବାରିକ ଜୀବନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳେଇବେ ଓ ବନ୍ଧୁ ମିଳନ ଘଟିବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିବାର ଆଶଙ୍କା ରହିଛି।
ବିଛା
ବିଛା
ମାନସିକ ଅସ୍ଥିରତା ମଧ୍ୟରେ ଆଜିର ଦିନଟି ଅତିବାହିତ ହେବ। ଭ୍ରମଣଜନିତ କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଆଜି ବେଶି ସମୟ ସ୍ଥିର ଭାବରେ ରହିପାରିବେ ନାହିଁ। ସଭାସମିତି, ମନୋରଞ୍ଜନ କାର୍ଯ୍ୟକ୍ରମ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ଧନୁ
ଧନୁ
ସକାଳୁ କୌଣସି କର୍ମାରମ୍ଭରେ ସମସ୍ୟା ଓ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସହଜେ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ। ହଠାତ୍‌ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ। ଲେଖାପଢ଼ା ତଥା ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ଅର୍ଥ ସମ୍ବନ୍ଧୀୟ ସମସ୍ୟା ମଧ୍ୟରେ ଗତି କରିବା କାରଣରୁ ମନ ଅସ୍ଥିର ରହିବ। ବିବାଦୀୟ ଘଟଣା ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନରେ ସଫଳ ହେବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହୋଇପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ବୁଝାମଣାର ଅଭାବ ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଆଜି ଆପଣଙ୍କୁ ଦୂରଯାତ୍ରା, ନୂତନ କର୍ମନିଯୁକ୍ତି ସମ୍ପର୍କରେ ବନ୍ଧୁଙ୍କ ସହ ଫଳପ୍ରଦ ଆଲୋଚନା କରାଇବ। ମାନସିକ ଅସ୍ଥିରତା ହେତୁ ପାରିବାରିକ ଶାନ୍ତି ମିଳିପାରିବ ନାହିଁ। ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି।
ମୀନମୀନ
ଆଜି ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଦିନଟିରେ ଅର୍ଥଲାଭ, ସ୍ବାଦିଷ୍ଟ ଭୋଜନ, ବନ୍ଧୁଙ୍କ ଆଦରସୋହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri