Posted inRasifala

ରାଶିଫଳ: ଶନିବାର , ମେ ୩୧ ତାରିଖ – Daily Horoscope

ମେଷ
ଯେତେ ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ। ବହୁତ ଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। ବିବାଦୀୟ ବିଷୟକୁ ନେଇ ପଡ଼ୋଶୀ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଟିକିଏ ଜୋର୍‍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟସମସ୍ୟା କ୍ରମଶଃ ସୁଧୁରିଯିବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ଅନ୍ୟମାନଙ୍କ ପ୍ରଶଂସା ଭାଜନ ହେବେ। ସହକର୍ମୀଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସିପାରନ୍ତି।
କର୍କଟ
କର୍କଟ
ଶତ୍ରୁତା କାରଣରୁ ଆଦୌ ପଡୁନଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତା କରିପାରନ୍ତି। ପରିସ୍ଥିତି ବଶତଃ ଇଚ୍ଛା ନ ଥାଇ ମଧ୍ୟ ବହୁତ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ସନ୍ଦେହ ଓ ଭୁଲ୍‍ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ।
କନ୍ୟା
ଆଜି ଯାହା ଆଶା କରିବେ ତାହା ନିଷ୍ଫଳ ହେବନାହିଁ। ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ କିନ୍ତୁ ଆଶାନୁରୂପ ହୋଇ ନ ପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ।
ତୁଳା
ତୁଳା
ବନ୍ଧୁଙ୍କ ସହ ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସି ହେବେ। ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସଫଳତା, ପ୍ରଶାସନିକ ସ୍ତରରେ ଆଲୋଚନା ଫଳପ୍ରଦ ହେବ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବାରୁ ଖୁସି ଅନୁଭବ କରିବେ। ବହୁତ ଦିନର ଆଶା ପୂରଣ ହେବା ସହ ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ। ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ପାରିବାରିକ ମତାନ୍ତରରୁ କଳହ ଲାଗି ରହିବ।
ଧନୁ
ଧନୁ
ଆକସ୍ମିକ ଭାବରେ କୌଣସି ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି, ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ଅବଶ୍ୟ ହେବ।
ମକର
ମକର
ଆଜି କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେମିତି କିଛି ଅସୁବିଧା ହେବ ନାହିଁ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ ା କାହାପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପୁରାତନ ରୋଗ, ଦୀର୍ଘକାଳୀନ ଋଣ ଓ ପରୋକ୍ଷ ଶତ୍ରୁତାହେତୁକ ଚିନ୍ତାରେ ସମୟ କାଟିପାରନ୍ତି।
କୁମ୍ଭ
କୁମ୍ଭ
ସତର୍କତା ଅଭାବରୁ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବ୍ୟବସାୟ ଓ ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ

କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ସୁସମ୍ପର୍କ ବଜାୟ ରଖିବା ଦିଗରୁ ଉପକୃତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯାଇପାରନ୍ତି। ବିଭିନ୍ନ ଦିଗରୁ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri