Posted inRasifala

ରାଶିଫଳ: ଶନିବାର , ମେ ୩୧ ତାରିଖ – Daily Horoscope

ମେଷ
ଯେତେ ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ। ବହୁତ ଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। ବିବାଦୀୟ ବିଷୟକୁ ନେଇ ପଡ଼ୋଶୀ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ଟିକିଏ ଜୋର୍‍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟସମସ୍ୟା କ୍ରମଶଃ ସୁଧୁରିଯିବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ଅନ୍ୟମାନଙ୍କ ପ୍ରଶଂସା ଭାଜନ ହେବେ। ସହକର୍ମୀଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସିପାରନ୍ତି।
କର୍କଟ
କର୍କଟ
ଶତ୍ରୁତା କାରଣରୁ ଆଦୌ ପଡୁନଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତା କରିପାରନ୍ତି। ପରିସ୍ଥିତି ବଶତଃ ଇଚ୍ଛା ନ ଥାଇ ମଧ୍ୟ ବହୁତ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ସନ୍ଦେହ ଓ ଭୁଲ୍‍ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ।
କନ୍ୟା
ଆଜି ଯାହା ଆଶା କରିବେ ତାହା ନିଷ୍ଫଳ ହେବନାହିଁ। ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ କିନ୍ତୁ ଆଶାନୁରୂପ ହୋଇ ନ ପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ।
ତୁଳା
ତୁଳା
ବନ୍ଧୁଙ୍କ ସହ ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସି ହେବେ। ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ସଫଳତା, ପ୍ରଶାସନିକ ସ୍ତରରେ ଆଲୋଚନା ଫଳପ୍ରଦ ହେବ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବାରୁ ଖୁସି ଅନୁଭବ କରିବେ। ବହୁତ ଦିନର ଆଶା ପୂରଣ ହେବା ସହ ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ। ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ପାରିବାରିକ ମତାନ୍ତରରୁ କଳହ ଲାଗି ରହିବ।
ଧନୁ
ଧନୁ
ଆକସ୍ମିକ ଭାବରେ କୌଣସି ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି, ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ଅବଶ୍ୟ ହେବ।
ମକର
ମକର
ଆଜି କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେମିତି କିଛି ଅସୁବିଧା ହେବ ନାହିଁ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ ା କାହାପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପୁରାତନ ରୋଗ, ଦୀର୍ଘକାଳୀନ ଋଣ ଓ ପରୋକ୍ଷ ଶତ୍ରୁତାହେତୁକ ଚିନ୍ତାରେ ସମୟ କାଟିପାରନ୍ତି।
କୁମ୍ଭ
କୁମ୍ଭ
ସତର୍କତା ଅଭାବରୁ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବ୍ୟବସାୟ ଓ ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ

କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ସୁସମ୍ପର୍କ ବଜାୟ ରଖିବା ଦିଗରୁ ଉପକୃତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯାଇପାରନ୍ତି। ବିଭିନ୍ନ ଦିଗରୁ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri