Posted inRasifala

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୨୮ ତାରିଖ – Daily Horoscope

ମେଷ
ଅଫିସିଆଲି କାମର ସମସ୍ୟା ସୁଧୁରି ଯିବ। ପରିବହନ, ଆନୁଷ୍ଠାନିକ କାମ, ମରାମତି, ଯାନ୍ତ୍ରିକ ଜନିଷ କିଣା ବିକା କ୍ଷେତ୍ରରେ ସୁଫଳ ପାଇବେ। ପଡ଼ୋଶୀ, ସହକର୍ମୀ, ଭାଇଭଉଣୀଙ୍କ ସହ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ ହେବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନପାଇ ଅପଦସ୍ତ ହୋଇପାରନ୍ତି।
ବୃଷ
ବୃଷ
ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ। ଅଫିସ୍‌କୁ ଯିବା ବାଟରେ ଅଜଣା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଚେଷ୍ଟା କରୁଥିବା କାମ ଶୀଘ୍ର ଶେଷ କରିବା ନିମିତ୍ତ ଖୁବ୍‌ ଆଶାବାଦୀ ହେବେ। କୌଣସି ନୂଆକାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ଼ ସମର୍ଥନ ଜଣାଇବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ବିବ୍ରତ ହେବେ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ବହୁତ ଲଢ଼େଇ ଜାରି ରଖିବାକୁ ପଡ଼ିବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଭୁଲ୍‌ ବୁଝାମଣା ହେତୁକ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅବହେଳା ଓ କାଳକ୍ଷେପଣ ନୀତି କିମ୍ବା ଅଳସୁଆମି ହେତୁ କାମ ଗୁଡ଼ିକ ଧିମେଇ ଯିବ। ଅର୍ଥର ଅଭାବ ନ ଥିଲେ ମଧ୍ୟ ହାତ ଖୋଲା କରି ଖର୍ଚ୍ଚ କରି ପାରିବେ ନାହିଁ। କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ। ବନ୍ଧୁ ବାନ୍ଧବ ସୁବିଧାବାଦୀ ଗୁଣରେ ଶୋଷଣ କରିବେ,ଏଣୁ ବୁଝି ବିଚାରି କାମ କରନ୍ତୁ।
ସି˚ହ
ସି˚ହ
କୌଣସି ନୂଆ କାମ ହାତକୁ ନେବେ ଓ ତଦନୁଯାୟୀ କାମ ମଧ୍ୟ ଆରମ୍ଭ କରି ଦେଇ ପାରନ୍ତି। ନିରପେକ୍ଷତା ଅବଲମ୍ବନ ନ କଲେ ଘରେ ହେଉ କିମ୍ବା କର୍ମକ୍ଷେତ୍ରରେ ହେଉ ସମାଲୋଚିତ ହେବାକୁ ପଡିବ। ଅଧିକାଂଶ ସମୟ ସହକର୍ମୀ, ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ କାମ କରିବାର ସୁଯୋଗ ପାଇବେ। ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମନା କରିବାକୁ ପଡ଼ିବ। କେତେକ କାମ ଅଟକି ରହିଥିବା କାରଣରୁ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ଘରୋଇ କଳହକୁ ନେଇ ଅଶାନ୍ତି ଜନିତ ମାନସିକ ବ୍ୟଥା ଅନୁଭବ କରିପାରନ୍ତି। ବ୍ୟବସାୟ ପାଇଁ ଦିନଟି ଭଲ ଏବଂ ଆଜିର ଯାତ୍ରାରେ ଆଶା ପୂରଣ ହେବ।
ତୁଳା
ତୁଳା
ନିଜକୁ ଆଡ୍‌ଜଷ୍ଟ କରି ଚଳିବାରେ ସାମାନ୍ୟ ଅସୁବିଧାକୁ ଦୂରେଇବାରେ ସମର୍ଥ ହେବେ। କେତେକ ବ୍ୟକ୍ତି ପଛରେ କଟୁକ୍ତି ପ୍ରକାଶ କରିପାରନ୍ତି। ଯେତେ ତୁନି କରି ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସା ସୂଚକ ପଦୁଟିଏ କଥା ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ।
ବିଛା
ବିଛା
ଆଗାମୀ ସମୟର କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପ୍ରତି ସତର୍କ ରହିବା ଭଲ। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷ ସହଯୋଗ ପ୍ରତିଶ୍ରୁତି ଦେବେ। ବ୍ୟବସାୟ, ପରିବହନ, ରାଜନୀତି, କଳା ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରୁ ଶୁଭଫଳ ମିଳିବ।
ଧନୁ
ଧନୁ
ଆଜି ଆପଣଙ୍କୁ ସ୍ବାଦିଷ୍ଟ ଭୋଜନ, ଟଙ୍କା ପଇସା, ବନ୍ଧୁଙ୍କ ପ୍ରଶଂସା ଏବଂ ପାରିବାରିକ ସହଯୋଗ ମିଳିବ। ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଆଗାମୀ ମଙ୍ଗଳୋତ୍ସବ କାଯର୍‌ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କେତେକ କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ମକର
ମକର
ପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପା ଲାଭକରି କର୍ମକ୍ଷେତ୍ରରେ ସଫଳତା ହାସଲ କରିବେ। ସାମାଜିକ କ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡା ହୋଇପାରେ। ଆମତ୍ୀୟମାନଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡିବ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ ବଡ ଆକାରରେ ଚିନ୍ତାକରି ବ୍ୟସ୍ତ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ମନ୍ଦ ହେବନି କିନ୍ତୁ ଋଣ ପରିଶୋଧ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ସ୍ବାଧୀନ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ର ତଥା ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
ମୀନମୀନ
ଆର୍ଥିକ ଦୁରବସ୍ଥାର ପରିବର୍ତ୍ତନ ଆନନ୍ଦର ପରିଚାୟକ ହେବ। ପାରିବାରିକ କ୍ଷେତ୍ରରେ ଯେତେ ପ୍ରୟାସ କଲେ ମଧ୍ୟ ଅନ୍ୟମାନଙ୍କୁ ସହଜରେ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri