Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହଯୋଗରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟିକୁ ଆରମ୍ଭ ପାଇଁ ପଥ ପରିଷ୍କାର କରାଇବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। କର୍ମକ୍ଷେତ୍ରରେ ଯତ୍‍ପରୋନାସ୍ତି ଟେନ୍‍ସନ କମିଯିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
ଆପଣଙ୍କ ସୁଚିନ୍ତିତ ମତାମତ ଓ ସମୟୋପଯୋଗୀ ପଦକ୍ଷେପ ଯୋଗୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ ସମସ୍ୟାର ସମାଧାନ ଦିଗରେ ବନ୍ଧୁଙ୍କ ସହଯୋଗ ମିଳିବ। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅନ୍ୟମନସ୍କତା କିମ୍ବା ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡା ହୋଇଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ଥିତି ଭଲ ରହିବା କଷ୍ଟକର ହେବ।
କର୍କଟ
କର୍କଟ
ରାଶ୍ୟାଧିପତିଙ୍କ ଶୁଭଦୃଷ୍ଟିରୁ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି ା କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ଶନି କ୍ଷେତ୍ରରେ ଚନ୍ଦ୍ର ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ନାସ୍ତିସୂଚକ ଚିନ୍ତାଧାରା ସୃଷ୍ଟି ହେବ। କେତେକେ କ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବେ। ଫାଇଦା ହାସଲ ପାଇଁ ସହକର୍ମୀ ଫନ୍ଦିଫିକର କରିପାରନ୍ତି। ଆଜିର ଲକ୍ଷ୍ୟହୀନ ଯାତ୍ରା କିମ୍ବା ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାର ଆଶଙ୍କା ରହିଛି।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। ଅଫିସ୍‍ କାମରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। କଠୋର ପରିଶ୍ରମ କିମ୍ବା କାମର ଚାପଜନିତ ଅନିଦ୍ରା ହେତୁକ ଜ୍ୱରାକ୍ରାନ୍ତ ହୋଇପାରନ୍ତି। ଦୀର୍ଘଦିନ ହେଲା ହଜିଯାଇଥିବା ଜିନିଷଟିର ସନ୍ଧାନ ବନ୍ଧୁଙ୍କ ଜରିଆରେ ଆଜି ପାଇଯିବେ।
ତୁଳା
ତୁଳା
ଆଜିର ଦିନଟି ପ୍ରତ୍ୟେକ ଦିଗରୁ ଶୁଭପ୍ରଦ ରହିବା ସହ ମାନସିକ ଶାନ୍ତିଲାଭ କରିବେ। ବନ୍ଧୁଙ୍କ ଦ୍ୱାରା ଆମନ୍ତ୍ରିତ ହୋଇ କୈାଣସି ପାର୍ଟିରେ ଯୋଗଦେଇପାରନ୍ତି। ଭୁଲ୍‍ ବୁଝାମଣା କାରଣକୁ ନେଇ ବ୍ୟବସାୟରେ ମାନମନାନ୍ତର ସୃଷ୍ଟିର ଆଶଙ୍କା ରହିଛି। କଚେରି ମାମଲାର ମନ୍ଥରତା ମନକଷ୍ଟର କାରଣ ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ଲାଭକରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିତ୍ର, ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆନୁଷଙ୍ଗିକ ସୁବିଧା ଓ ସୁଯୋଗ ଲାଭକରି କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‍ ଦ୍ରୁତ ହେବ। ପଡୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ମନ୍ତବ୍ୟ ଦେଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ୍‍ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଭଲ ସମ୍ପର୍କ ରହିଥିଲେ ମଧ୍ୟ ବନ୍ଧୁଙ୍କ ସଦ୍‍ଭାବ, ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ସହକର୍ମୀ କିମ୍ବା ପଡୋଶୀଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ା
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବା ସହ ବନ୍ଧୁଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶାରେ ସଫଳତା କରାଯାଇପାରେ। ଭୁଲ୍‍ ବୁଝାମଣାଜନିତ ପରିବାରରେ ଭଉଣୀ କିମ୍ବା ସ୍ତ୍ରୀ ଅଭିଯୋଗ କରିପାରନ୍ତି।
କୁମ୍ଭ
କୁମ୍ଭ
ଛୋଟ ଛୋଟ ସମସ୍ୟା ରହିଥିଲେ ମଧ୍ୟ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। କଡା କଥା କିମ୍ବା ବିରକ୍ତିପୂର୍ଣ୍ଣ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଆଲୋଚନା ପରିସରରେ ସମ୍ପର୍କୀୟ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି ା
ମୀନମୀନ

କାର୍ଯ୍ୟଦକ୍ଷତା ହେତୁ କର୍ମକ୍ଷେତ୍ରରେ ସମ୍ମାନ ଓ ସହାନୁଭୂତିର ଅଭାବ ରହିବ ନାହିଁ। ପାରସ୍ପରିକ ମତଭେଦକୁ ନେଇ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। କାର୍ଯ୍ୟରେ ସଫଳତା ପାଇବେ। ଆନୁଷ୍ଠାନିକ କାମରେ ରେବତୀ ନକ୍ଷତ୍ର ଯେତେ ଭଲ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri