Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହଯୋଗରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟିକୁ ଆରମ୍ଭ ପାଇଁ ପଥ ପରିଷ୍କାର କରାଇବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। କର୍ମକ୍ଷେତ୍ରରେ ଯତ୍‍ପରୋନାସ୍ତି ଟେନ୍‍ସନ କମିଯିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
ଆପଣଙ୍କ ସୁଚିନ୍ତିତ ମତାମତ ଓ ସମୟୋପଯୋଗୀ ପଦକ୍ଷେପ ଯୋଗୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ ସମସ୍ୟାର ସମାଧାନ ଦିଗରେ ବନ୍ଧୁଙ୍କ ସହଯୋଗ ମିଳିବ। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅନ୍ୟମନସ୍କତା କିମ୍ବା ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡା ହୋଇଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ଥିତି ଭଲ ରହିବା କଷ୍ଟକର ହେବ।
କର୍କଟ
କର୍କଟ
ରାଶ୍ୟାଧିପତିଙ୍କ ଶୁଭଦୃଷ୍ଟିରୁ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି ା କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ଶନି କ୍ଷେତ୍ରରେ ଚନ୍ଦ୍ର ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ନାସ୍ତିସୂଚକ ଚିନ୍ତାଧାରା ସୃଷ୍ଟି ହେବ। କେତେକେ କ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବେ। ଫାଇଦା ହାସଲ ପାଇଁ ସହକର୍ମୀ ଫନ୍ଦିଫିକର କରିପାରନ୍ତି। ଆଜିର ଲକ୍ଷ୍ୟହୀନ ଯାତ୍ରା କିମ୍ବା ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାର ଆଶଙ୍କା ରହିଛି।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। ଅଫିସ୍‍ କାମରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। କଠୋର ପରିଶ୍ରମ କିମ୍ବା କାମର ଚାପଜନିତ ଅନିଦ୍ରା ହେତୁକ ଜ୍ୱରାକ୍ରାନ୍ତ ହୋଇପାରନ୍ତି। ଦୀର୍ଘଦିନ ହେଲା ହଜିଯାଇଥିବା ଜିନିଷଟିର ସନ୍ଧାନ ବନ୍ଧୁଙ୍କ ଜରିଆରେ ଆଜି ପାଇଯିବେ।
ତୁଳା
ତୁଳା
ଆଜିର ଦିନଟି ପ୍ରତ୍ୟେକ ଦିଗରୁ ଶୁଭପ୍ରଦ ରହିବା ସହ ମାନସିକ ଶାନ୍ତିଲାଭ କରିବେ। ବନ୍ଧୁଙ୍କ ଦ୍ୱାରା ଆମନ୍ତ୍ରିତ ହୋଇ କୈାଣସି ପାର୍ଟିରେ ଯୋଗଦେଇପାରନ୍ତି। ଭୁଲ୍‍ ବୁଝାମଣା କାରଣକୁ ନେଇ ବ୍ୟବସାୟରେ ମାନମନାନ୍ତର ସୃଷ୍ଟିର ଆଶଙ୍କା ରହିଛି। କଚେରି ମାମଲାର ମନ୍ଥରତା ମନକଷ୍ଟର କାରଣ ହୋଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ଲାଭକରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିତ୍ର, ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆନୁଷଙ୍ଗିକ ସୁବିଧା ଓ ସୁଯୋଗ ଲାଭକରି କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‍ ଦ୍ରୁତ ହେବ। ପଡୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ମନ୍ତବ୍ୟ ଦେଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ୍‍ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଭଲ ସମ୍ପର୍କ ରହିଥିଲେ ମଧ୍ୟ ବନ୍ଧୁଙ୍କ ସଦ୍‍ଭାବ, ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ସହକର୍ମୀ କିମ୍ବା ପଡୋଶୀଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ା
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବା ସହ ବନ୍ଧୁଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶାରେ ସଫଳତା କରାଯାଇପାରେ। ଭୁଲ୍‍ ବୁଝାମଣାଜନିତ ପରିବାରରେ ଭଉଣୀ କିମ୍ବା ସ୍ତ୍ରୀ ଅଭିଯୋଗ କରିପାରନ୍ତି।
କୁମ୍ଭ
କୁମ୍ଭ
ଛୋଟ ଛୋଟ ସମସ୍ୟା ରହିଥିଲେ ମଧ୍ୟ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। କଡା କଥା କିମ୍ବା ବିରକ୍ତିପୂର୍ଣ୍ଣ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଆଲୋଚନା ପରିସରରେ ସମ୍ପର୍କୀୟ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି ା
ମୀନମୀନ

କାର୍ଯ୍ୟଦକ୍ଷତା ହେତୁ କର୍ମକ୍ଷେତ୍ରରେ ସମ୍ମାନ ଓ ସହାନୁଭୂତିର ଅଭାବ ରହିବ ନାହିଁ। ପାରସ୍ପରିକ ମତଭେଦକୁ ନେଇ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। କାର୍ଯ୍ୟରେ ସଫଳତା ପାଇବେ। ଆନୁଷ୍ଠାନିକ କାମରେ ରେବତୀ ନକ୍ଷତ୍ର ଯେତେ ଭଲ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?