Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରିନେବେ। ବନ୍ଧୁଙ୍କ ବ୍ୟକ୍ତିଗତ କାମରେ ସହଯୋଗ କରିବା ସକାଶେ ଦୂରଯାତ୍ରା କରିବାକୁ ପଡ଼ିପାରେ। ରଚନାମତ୍କ କାର୍ଯ୍ୟ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ କ୍ଷେତ୍ରରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। ସଭାସମିତିରେ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପଚାରିବା ପୂର୍ବରୁ କିଛି କହିବାକୁ ନେଇ ପାରିବାରିକ ଅଶାନ୍ତି ଲାଗିରହିବ। ଆଜି ମୃଗଶିରା ନକ୍ଷତ୍ର ସକାଶେ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି।
ମିଥୁନ
ମିଥୁନ
ନିଜ ଇଚ୍ଛା ଅନୁସାରେ କୌଣସି କାମକରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିବ। ଭଲ କଥା କହୁଥିବା ସହକର୍ମୀ ପରୋକ୍ଷ ଶତ୍ରୁତା ଆଚରଣ କରିବେ। ଏହା ସାଙ୍ଗକୁ ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟାକରିପାରନ୍ତି। ଆରଦ୍ରା ନକ୍ଷତ୍ର ପାଇଁ ପରିବାର ଓ କର୍ମକ୍ଷେତ୍ର ମନ୍ଦ ହେବନି ଏବଂ ବ୍ୟବସାୟରେ ମଧ୍ୟ ସନ୍ତୁଷ୍ଟ ରହିବେ।
କର୍କଟ
କର୍କଟ
ଆଜି ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତଙ୍କ ସକ୍ରିୟତା ବୃଦ୍ଧି ପାଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରୁ ଖୁସି ରହିବେ ଓ ଆଶା କରିଥିବା ଜିନିଷ ମଧ୍ୟ ପାଇପାରିବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ଯୋଗ ସଂଘଟିତ ହେବ।
ସି˚ହ
ସି˚ହ
ପାରିବାରିକ ଅଥବା କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟ ସାଧନ କରିପାରନ୍ତି। ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ସମ୍ପର୍କୀୟଙ୍କ ସାହାଯ୍ୟରୁ ବହୁ ଦିନରୁ ଖୋଜୁଥିବା ଜିନିଷ ହଠାତ୍‍ ପାଇଯିବେ। ମଘା ନକ୍ଷତ୍ରର ମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ।
କନ୍ୟା
ହସ୍ତା ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ କିନ୍ତୁ ବିଶେଷ କିଛି ଗୁରୁତର ହେବନାହିଁ। ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ଅତି ନିକଟରେ ରହୁଥିବା ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟିହେବା ଆଶଙ୍କା ରହିଛି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଯଦିଓ କେତେକ ସମସ୍ୟା ଓ ପ୍ରତିବନ୍ଧକ ଆସିବ ତଥାପି କାମ ଅଟକିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ଚିତ୍ରା ନକ୍ଷତ୍ରର ପାରିବାରିକ ଅଶାନ୍ତି ହେତୁକ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ବିବାଦୀୟ ସ୍ଥିତିରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ।
ବିଛା
ବିଛା
ଅନୁରାଧା ନକ୍ଷତ୍ରର ସ୍ବାସ୍ଥ୍ୟହାନି ସାଙ୍ଗକୁ ପାରିବାରିକ ସମସ୍ୟା ମନକୁ ଭାରାକାନ୍ତ କରିବ। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ଅଭାବ ନ ଥିଲେ ମଧ୍ୟ ହଠାତ୍‍ ପାଖରେ କିଛି ନ ଥିବା କାରଣରୁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହୋଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ କଲ୍ୟାଣମୂଳକ କାମକରି ପ୍ରଶଂସିତ ହେବେ। ଭୁଲ୍‍ ବୁଝାମଣା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଆନୁଷ୍ଠାନିକ କାମ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ଉଦ୍ଦେଶ୍ୟମୂଳକ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ା
ମକର
ମକର
ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ଶ୍ରବଣା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଲାଭକରି କାମ ସମ୍ପନ୍ନ କରିପାରିବେ। କୌଣସି ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପୈତୃକ ସମ୍ପତ୍ତିକୁ ନେଇ କଳହ ଲାଗିପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ, ଯୋଗାଯୋଗ ଏବଂ ଆଲୋଚନା କ୍ଷେତ୍ରରେ କିଛି ଅସୁବିଧା ହେବନାହିଁ।
ମୀନମୀନ

କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କରେ ଅବନତି ଘଟିପାରେ। ଭଲ ସମ୍ପର୍କ ନ ଥିବା କାରଣରୁ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ପରିବହନରେ ସମସ୍ୟା ଲାଗି ରହିବ। ଉତ୍ତରଭାଦ୍ରପଦ ନକ୍ଷତ୍ର କେତେକ କ୍ଷେତ୍ରରେ ଜିଦ୍‍ଖୋର କାରଣରୁ ହଇରାଣ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରସ୍ଥ ରବି ଆପଣଙ୍କ ସୁସ୍ଥ ଚିନ୍ତାଧାରା ଓ କାର୍ଯ୍ୟକଳାପକୁ ପ୍ରଭାବିତ କରି ବ୍ୟଥିତ କରାଇପାରନ୍ତି। ଆକସ୍ମିକ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri