Posted inRasifala

ରାଶିଫଳ: ରବିବାର ୧୭ , ଅଗଷ୍ଟ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ ସ୍ତରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ବ୍ୟବସାୟରେ ଟେନ୍‍ସନ୍‍ ରହିଲେ ମଧ୍ୟ କ୍ଷତିର ପ୍ରଶ୍ନ ଉଠୁନାହିଁ। ପାଖ ଲୋକଟି ଅନ୍ୟର ନିର୍ଦ୍ଦେଶରେ କାମ କରିବା ଫଳରେ ସନ୍ଦେହଜନକ ସ୍ଥିତି ଉତ୍ପନ୍ନ ହୋଇପାରେ। ବନ୍ଧୁଗହଣରେ ବାକ୍‍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ା
ବୃଷ
ବୃଷ
ଆଜି ପରିବାରର ସାହାଯ୍ୟ ସମର୍ଥନ ଆପଣଙ୍କ କାର୍ଯ୍ୟ ହାସଲରେ ସାହାଯ୍ୟ କରିବ ା ଏହା ସାଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧି ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବାର ସୂଚନା ରହିଛି। ଅବହେଳିତ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ନିକଟରୁ ଭରସା ପାଇ ବିଚଳିତ ମନରେ ସାମୟିକ ସ୍ଥିରତା ଆସିବ। ବନ୍ଧୁଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବାକି ପଡ଼ିଥିବା ଅର୍ଥ ଆଦାୟ କରିବା ସକାଶେ ଯୁକ୍ତିତର୍କ ଓ କଳହର ସ୍ଥିତି ଉପୁଜିବ। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ।
କର୍କଟ
କର୍କଟ
ବାରମ୍ବାର ଚେଷ୍ଟା କରି ଅଟକି ରହିଯାଉଥିବା ଅପୂରଣୀୟ ଆଶା ମନରେ ଦୁଃଖ ଦେବ। ଭଲ ସମ୍ପର୍କ ନ ଥିବା ଆମତ୍ୀୟମାନେ ହଠାତ୍‍ ବିରୋଧାଭାବ ପୋଷଣ କରିପାରନ୍ତି। କର୍ମକ୍ଷେତ୍ରରେ ବିଜାତୀୟ ବ୍ୟକ୍ତିଙ୍କ ସାହାଯ୍ୟ, ସହାନୁଭୂତିରୁ ଆଶ୍ୱସ୍ତି ମିଳିବ। ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପାରସ୍ପରିକ ବୁଝାମଣା ମାଧ୍ୟମରେ କାର୍ଯ୍ୟସାଧନ କରିବାରେ ସଫଳ ହେବେ। ପାରିବାରିକ ସ୍ତରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଦ୍ୱାରା ଉପକୃତ ହୋଇପାରନ୍ତି। ସାମାଜିକ ସ୍ତରରେ ବୁଦ୍ଧିଜୀବୀଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଅବହେଳାରୁ ପ୍ରାପ୍ୟଧନରେ ବାଧା ସୃଷ୍ଟି ହୋଇପାରେ।
କନ୍ୟା
ପାରିବାରିକ କ୍ଷେତ୍ରରେ ମନ ମୁତାବକ କାମ ନ ହେବା ଯୋଗୁ କ୍ଷୁବ୍ଧ ହୋଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱାରା ସହଜରେ କାମ ହାସଲ ହେବା କଷ୍ଟକର ହେବ। ସନ୍ଦେହ ଓ ଭୁଲ୍‍ ବୁଝାମଣା ହେତୁ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ସତ୍ୟରେ ପରିଣତ ହେବାରୁ ଖୁସି ଅନୁଭବ କରିବେ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟାରେ ସୁଧାର ସାଙ୍ଗକୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସିତ ହେବେ। ଆକସ୍ମିକ ଭାବେ ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ସାଧାରଣ କଥାରେ ତର୍କ ବିତର୍କଜନିତ ସ୍ତ୍ରୀଙ୍କ ସହ ମନୋମାଳିନ୍ୟର ଆଶଙ୍କା ରହିଛି ା
ବିଛା
ବିଛା
ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ସାଙ୍ଗକୁ ବନ୍ଧୁମିଳନ ଜନିତ ଆନନ୍ଦ ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ସମାଧାନ ଯୋଗୁ ମାନସିକ ସ୍ତରରେ ପରିବର୍ତ୍ତନ ଅନୁଭବ କରିବେ। ଅବହେଳାରୁ ଅଟକି ଥିବା କାମ ସକାଶେ ଅଭିଯୋଗ ଆସିପାରେ। ଅନ୍ୟମାନଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ।
ଧନୁ
ଧନୁ
ପରିସ୍ଥିତି ପ୍ରତି ସଜାଗ ରହି କାମ କରିପାରିଲେ ଲକ୍ଷ୍ୟ ପୂରଣ ହେବାରେ ପ୍ରତିବନ୍ଧକ ରହିବ ନାହିଁ ା ଶତ୍ରୁ ଆପଣଙ୍କ ପଛରେ ଛାଇଭଳି ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ। ବ୍ୟବସାୟ ଓ ପରିବହନରେ ଲାଭାଂଶ ବୃଦ୍ଧି ପାଇବ। ଚାକ୍ଷୁଷ ପ୍ରମାଣ ବ୍ୟତୀତ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ସନ୍ଦେହ ଓ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ସଫଳତା ହାସଲ କଲେ ମଧ୍ୟ ଋଣ ପରିଶୋଧ କରିପାରିବେ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି କାରଣରୁ ସାମୟିକ ମାନସିକ ଶାନ୍ତି ମିଳିବ। ମାନସିକ ଦ୍ୱନ୍ଦ୍ୱ ଲାଗି ରହୁଥିବାରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ଅଧିକାଂଶ ସମୟ ସ୍ନାୟବିକ ଦୁର୍ବଳତା ଅନୁଭବ କରିବା କାରଣରୁ କାର୍ଯ୍ୟଦକ୍ଷତା କମିକମି ଯିବ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଏବଂ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଅବଶ୍ୟ ସଫଳତା ମିଳିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇ ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି।
ମୀନମୀନ

ସ୍ଥଗିତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାରେ ଅଫିସିଆଲି କାମରେ ଟେନସନ୍‍ ବଢ଼ିପାରେ। ଆପଣଙ୍କ ପାରିବାରିକ ଉକତ୍ର୍ଷତା ପ୍ରତି ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ସାମାଜିକ ସ୍ତରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। କଚେରି ମାମଲା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri