Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ
ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ଖୋଜିବାରେ ଲାଗି ପଡିବେ। ଏଣେ ବାରମ୍ବାର ନିଜର ସ୍ବାସ୍ଥ୍ୟ ଭଲ ନରହୁଥିବାରୁ ମଧ୍ୟ ବ୍ୟସ୍ତତା ବଢିଯିବ । ଅଶ୍ୱିନୀ ନକ୍ଷତ୍ରର ରଚନାମତ୍କ କାର୍ଯ୍ୟ ଜନ ସମାଜରେ ଆଦରଣୀୟ ହେବ।
ବୃଷ
ବୃଷ
ଆଲୋଚନାରେ ଟିକିଏ ଜୋର୍‍ ଦେଇ କଥା କହିବାରୁ ବନ୍ଧୁସମ୍ପର୍କରେ ଫାଟ ସୃଷ୍ଟି ହେବ। ମୃଗଶିରା ନକ୍ଷତ୍ର ଯେତେ ଭଲକାମ କଲେ ମଧ୍ୟ ଅନ୍ୟମାନେ ଭୁଲ୍‍ ବୁଝିବେ। ଅସୁବିଧାକୁ ଜଣାଇଲେ ମଧ୍ୟ ଉପରିସ୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ବଢ଼ିବ।
ମିଥୁନ
ମିଥୁନ
ଅଭାବନୀୟ ପରିସ୍ଥିତି ବଦଳି ଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କଳେବଳେ କୌଶଳେ ପ୍ରାପ୍ୟ ଅର୍ଥ ପାଇବାକୁ ଚେଷ୍ଟା କରି ସଫଳ ହେବେ। ଅଫିସରେ ଚେଷ୍ଟା କରୁଥତ୍ବା କାମଟି ଅସମ୍ପୂର୍ଣ୍ଣ ରହଯିବାରୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଆରଦ୍ରା ନକ୍ଷତ୍ର ଉଚ୍ଚବର୍ଗଙ୍କ ସଂସ୍ପର୍ଶରେ ଆସିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରର କେତେକ ଅସଜଡ଼ା କାମକୁ ନେଇ ମାନସିକ ସ୍ଥିତି ଜଟିଳ ହେବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଅଶ୍ଳେଷା ନକ୍ଷତ୍ରର ସକାଳୁ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ।
ସି˚ହ
ସି˚ହ
ଅଭାବନୀୟ ପରିସ୍ଥିତି ବଦଳିଯିବାରୁ ଆଶ୍ୱସ୍ତି ଲଭିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନୂତନ କର୍ମାରମ୍ଭ କ୍ଷେତ୍ରରେ ସଫଳତା ମିଳିବ। ଅସ୍ଥିରତା ଦୂର କରିବା ବିଷୟରେ ପ୍ରିୟବନ୍ଧୁଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଉତ୍ତରାଫାଲଗୁନୀ ନକ୍ଷତ୍ର ପରିସ୍ଥିତି ବଶତଃ ମନ ନ ଥିଲେ ମଧ୍ୟ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କନ୍ୟା
ଅତି ନିକଟରେ ରହୁଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବ। ବାଣିଜ୍ୟ, ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମାରାଶି ବୃଦ୍ଧି ପାଇବ। ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ ା
ତୁଳା
ତୁଳା
ଧୈର୍ଯ୍ୟ ଓ ସ୍ଥିରତା ବଳରେ ଅସାଧ୍ୟ ସାଧନ କରିବା ସହ ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। କୌଣସି ଯୁବ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସକାଳୁଆ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ମନସ୍ତାପ କରିବାକୁ ପଡିପାରେ। ସ୍ବାତୀ ନକ୍ଷତ୍ର ସକାଶେ ଗଠନମୂଳକ କାମରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ଜ୍ୟେଷ୍ଠା ନକ୍ଷତ୍ର ଆଲୋଚନା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ପନ୍ନ କରିପାରିବେ। ଭୁଲ୍‍ ବୁଝାମଣାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିପାରେ। କର୍ମକ୍ଷେତ୍ରରେ ବିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେବ। ରାଜନୀତି, କଚେରି ମାମଲା, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ର ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବାରୁ ଅନ୍ୟମନସ୍କ ରହିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପଡ଼ୋଶୀମାନେ ଭୁଲ୍‍ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିବେ । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ତଥା ଅସହଯୋଗରୁ ଚିନ୍ତିତ ରହିବେ।
ମକର
ମକର
ଆଜି ବନ୍ଧୁଙ୍କ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେମିତି କିଛି ହେବ ନାହିଁ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଧନିଷ୍ଠା ନକ୍ଷତ୍ର ବାଟରେ କାହାକୁ ଅପେକ୍ଷାକରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର କର୍ମକ୍ଷେତ୍ରରେ ଭୁଲ୍‍ ବୁଝାମଣାଜନିତ ଅଶାନ୍ତ ପରିସ୍ଥିତି ଉପୁଜିବ। ଜମିଜମା, ପୁରାତନ ଜିନିଷ କିଣାବିକା ଆଲୋଚନା ସଫଳ ହେବ। ବାଦବିବାଦ, ଧନହାନି ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‍ ରହିବା କାରଣରୁ ସାମୟିକ ଅସ୍ଥିରତା ଦୂର ହେବ।
ମୀନମୀନ

ଆଜି ଉତ୍ତରଭାଦ୍ରପଦ ନକ୍ଷତ୍ରର କର୍ମାରମ୍ଭ ସାଙ୍ଗକୁ ଅର୍ଥଲାଭ ଯୋଗୁ ମନ ପ୍ରଫୁଲ୍ଲ ରହିବ। ସାଂଗଠନିକ ସ୍ତରରେ ସହକର୍ମୀଙ୍କର ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ନିଜର ଇଚ୍ଛା ଅନୁଯାୟୀ କାମ ହାସଲ କରି ଦିନଟିକୁ ଆନନ୍ଦର ସହ ବିତାଇବେ ା


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri