Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ
ଆଜି ସୁସ୍ଥ ପାରିବାରିକ ଜୀବନ ସାଙ୍ଗକୁ ବନ୍ଧୁଙ୍କ ସହ ସୁସମ୍ପର୍କ ବଢ଼ିବ। ନୂତନ ଗୃହାରମ୍ଭ ସକାଶେ ମନ ବଳାଇବେ। ଛୋଟ କଥାକୁ କେନ୍ଦ୍ରକରି କଳହ ଲାଗିପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନାର ସୁଯୋଗ ପାଇବେ। କର୍ମକ୍ଷେତ୍ର ଅଥବା ପ୍ରଶାସନିକ ସ୍ତରରେ ନୀତିଗତ କାମରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଆଜି ଅସାବଧାନତା ବଶତଃ ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ବାହାରକୁ ଯିବା ସମୟକୁ ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ମାନସିକ ଅସ୍ଥିରତାରୁ କଣ କରିବେ ନ କରିବେ ଦ୍ୱନ୍ଦ୍ୱରେ ପଡ଼ିଯିବେ।
ମିଥୁନ
ମିଥୁନ
ଆଜି ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସ୍ଥଗିତ କାମରେ ସହାୟକ ହେବ। ପାରସ୍ପରିକ ସହମତି ଅଭାବରୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶେ ମନ ଭଲ ରହି ନ ପାରେ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ଲାଗିରହିବ।
କର୍କଟ
କର୍କଟ
ଆଜି କାମ ଚାପ ବୃଦ୍ଧି ପାଇଲେ ମଧ୍ୟ ଉପସ୍ଥିତ ବୁଦ୍ଧି ବଳରେ ସାଧନ କରିନେବେ। ସାମାଜିକ ସ୍ତରରେ ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରନ୍ତି।
ସି˚ହ
ସି˚ହ
ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇ ଯାଇପାରେ। ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ। ରଚନାତ୍ମକ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
ଆଲୋଚନା କ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରି ପାରିବେ ନାହିଁ। ଆଜି ଯାହା ପାଇବାକୁ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ। ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ। ନିଜର ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି।
ତୁଳା
ତୁଳା
ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭୋଗବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। କର୍ମକ୍ଷେତ୍ରରୁ ଆଜିର ଫେରନ୍ତା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ବ୍ୟବସାୟରେ ମନର ବଳ ଖୁବ୍‍ ଟାଣ ରହିବ କିନ୍ତୁ କଚେରି ମାମଲା ସକାଶେ ଚିନ୍ତା ବଢିପାରେ ା
ବିଛା
ବିଛା
ମାନସିକ ସୁସ୍ଥତା ସାଙ୍ଗକୁ ସୁସ୍ଥ ପାରିବାରିକ ଜୀବନ ଦିନଟିକୁ ସରସ, ସୁନ୍ଦର ରଖିବାରେ ସହାୟକ ହେବ। ବନ୍ଧୁଙ୍କ ସ୍ବତନ୍ତ୍ର ନିମନ୍ତ୍ରଣ କ୍ରମେ ସକାଳୁ ସକାଳୁ ଦୂରଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁଲ୍ଲର୍ଭ ହୋଇପଡିବ।
ଧନୁ
ଧନୁ
ବିଶେଷ କିଛି ଅସୁବିଧା ନ ଥାଇ ମଧ୍ୟ ନିଜର ପୁରୁଣା କଥାକୁ କେନ୍ଦ୍ରକରି ମନ ଭଲ ରହିବ ନାହିଁ। ଦୀର୍ଘ ଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଯାନ୍ତ୍ରିକ ଜିନିଷ କିଣିବା ସକାଶେ ଘରୁ ବରାଦ ଆସିପାରେ ା
ମକର
ମକର
ଅନ୍ୟମାନଙ୍କୁ ମନେଇ କାମ ହାସଲ ପାଇଁ ପ୍ରକୃଷ୍ଟ ଦିନଟିଏ କହିଲେ ଅତ୍ୟୁକ୍ତି ହେବନାହିଁ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିର୍ମାଣାଧୀନ କାମଟି ଆଜି ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ସମସ୍ୟା ସୃଷ୍ଟି ହେବାର ସୂଚନା ରହିଛି ।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ ଅନ୍ୟମାନଙ୍କ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ ସ୍ଥଗିତ କାମ ସମ୍ପନ୍ନ କରିବେ। ଭାବପ୍ରବଣତାରେ ନ ହଜି ନିଜକୁ ନିୟନ୍ତ୍ରଣରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବାଣିଜ୍ୟ, ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ା
ମୀନମୀନ

ଆଜି କାମଟିଏ ଆରମ୍ଭ କରି ଖୁସି ରହିବେ ଏବଂ ବନ୍ଧୁଙ୍କ ପ୍ରିୟଭାଜନ ହେବେ। ଇଚ୍ଛା ନ ଥାଇ ମଧ୍ୟ ହଠାତ୍‍ ଜରୁରୀ କାମରେ ବାହାରକୁ ଯିବାକୁ ପଡିପାରେ। ରାଜନୈତିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବା କାରଣରୁ ମାନସିକ ସୁସ୍ଥତା ରହିବ ନାହିଁ। ଆନୁଷ୍ଠାନିକ କାମ, ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟରେ ଅଂଶଗ୍ରହଣ କରି ଖୁସି ମନାଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରୀ ୨୨ ତାରିଖ – Daily Horoscope

ମେଷ ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ। ସାମାନ୍ୟ ଭୁଲ୍‌ରୁ ଆଜିର କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବ। ଆର୍ଥିକ ସ୍ବଚ୍ଛଳତା...

ରାଶିଫଳ: ବୁଧବାର, ଜାନୁଆରୀ ୨୧ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ପ୍ରତିଷ୍ଠା ଲାଭ କରିବେ। ଶନି କ୍ଷେତ୍ରସ୍ଥ ରବି ହେତୁ ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri