Posted inRasifala

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୪ ତାରିଖ – Daily Horoscope

ମେଷ
ଆଜି ପଡ଼ୋଶୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହୋଇପାରେ। କର୍ମକ୍ଷେତ୍ରର ଅସଜଡ଼ା ପରିସ୍ଥିତି ଆପଣଙ୍କୁ ଅତ୍ୟଧିକ ଦାୟିତ୍ୱ ନେବାକୁ ବାଧ୍ୟ କରିବ। ପରିବାର ମଧ୍ୟରେ ପିଲାମାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଅସୁବିଧାରେ ପକାଇ ପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ। ଆନୁଷ୍ଠାନିକ କ୍ଷେତ୍ରରେ, ସାଂଗଠନିକ କାମରେ, ପ୍ରତିଯୋଗିତାରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ ଓ ରଚନାତ୍ମକ କାର୍ଯ୍ୟରେ ସୁନାମ ଅର୍ଜନ କରିବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି।
ମିଥୁନ
ମିଥୁନ
ଆଜି ଯାହା କରନ୍ତୁନା କାହିଁକି ସମସ୍ତ କାମରେ ପ୍ରତିବନ୍ଧକ ଲାଗି ରହିବା ହେତୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଜଣେ ବିଜାତୀୟ ମିତ୍ର ସାହାଯ୍ୟ କରିବାକୁ ଆଗେଇ ଆସିବେ। ରାଜନୀତି, ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ଜଣାଶୁଣା ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ପରିବାରରେ ଅଶାନ୍ତିର ବାତାବରଣ ଦେଖାଦେଇପାରେ।
କର୍କଟ
କର୍କଟ
କର୍ମଚାରୀଙ୍କ ଆନୁଗତ୍ୟ ଓ ପାରିବାରିକ କ୍ଷେତ୍ରରେ ନିଜ ଲୋକଙ୍କ ଅନୁରାଗରୁ ଖୁସି ରହିବେ। ପୁଷ୍ୟା ନକ୍ଷତ୍ରର ଅତ୍ୟଧିକ ଟେନ୍‌ସନ୍‌ ହେତୁ ମାନସିକସ୍ଥିତି ଠିକ୍‌ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ କାମରେ ବନ୍ଧୁଙ୍କ ପରାମର୍ଶରେ ଅବଶ୍ୟ ସାନ୍ତ୍ବନା ମିଳିବ। କେତେକ କ୍ଷେତ୍ରରେ ବାରମ୍ବାର ଧୋକା ଖାଇବାରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ।
ସି˚ହ
ସି˚ହ
ଆପଣ ଅନ୍ୟକୁ ଯେତେ ସାହାଯ୍ୟ କଲେ ମଧ୍ୟ ସେମାନେ ତାହାର ମୂଲ୍ୟ ବୁଝିବେ ନାହିଁ। କର୍ମକ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଗତକାଲିର ଅସୁବିଧାଜନକ ପରିସ୍ଥିତି ବଦଳିଯିବ। ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧା ଭୋଗିବେ। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ।
କନ୍ୟା
ଆଜି ଶିକ୍ଷା କ୍ଷେତ୍ର ଓ ସନ୍ତାନଙ୍କ ସମସ୍ୟା ଏବଂ ଭଲ ସମ୍ପର୍କରେ ଫାଟ ସୃଷ୍ଟି ବ୍ୟସ୍ତତାର କାରଣ ହୋଇପାରେ। ଅବଶ୍ୟ ଦିନଟି ଅର୍ଥନୈତିକ ଦୃଷ୍ଟିକୋଣରୁ ଭଲ ରହିବ ଏବଂ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରୁ ସନ୍ତୋଷଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ ଅଟକି ରହିଥିବା କାମଗୁଡିକୁ ସହଜରେ କରାଇନେବେ।
ତୁଳା
ତୁଳା
ଆଜି ବନ୍ଧୁମାନଙ୍କୁ କର୍ମକ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହାକି କୌଣସି ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ବରଂ ଲାଭବାନ୍‌ ହେବେ। ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟକଲେ ଉପକୃତ ହେବେ।
ବିଛା
ବିଛା
ବହୁତ ଖର୍ଚ୍ଚ କରିବାକୁ ପଡିବାରୁ ମନସ୍ତାପ କରିପାରନ୍ତି। କର୍ମକ୍ଷେତ୍ରରେ ଠିକ୍‌ ସମୟରେ ଉଚିତ ପଦକ୍ଷେପ ନେବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇପାରିବ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ମନକୁ ବିବ୍ରତ କରିପାରେ । ବହୁତ ଦିନରୁ ବାରମ୍ବାର ଚେଷ୍ଟା କରି ମଧ୍ୟ ପାଇ ନ ଥିବା ଅର୍ଥ ଆଦାୟ କରିବାରେ ଆଜି ସକ୍ଷମ ହେବେ।
ଧନୁ
ଧନୁ
ଆଜି ସକାଳୁ ବନ୍ଧୁଙ୍କ ଜରିଆରେ ଖୁସି ଖବରଟିଏ ପାଇବେ। ଅତ୍ୟଧିକ ସ୍ନେହବଶତଃ ନିକଟତମ ବ୍ୟକ୍ତିଟି ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ପ୍ରଶାସନିକ କ୍ଷେତ୍ରରେ କିମ୍ବା କଳା, ସାହିତ୍ୟ, ଚଳଚ୍ଚିତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରି ପାରନ୍ତି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ କୌଣସି ସମସ୍ୟା ସୃଷ୍ଟି କରିପାରନ୍ତି।
ମକର
ମକର
ପାରିବାରିକ ସମସ୍ୟାରେ ଭାରାକ୍ରାନ୍ତ ମନ ବେଶି ସମୟ ତିଷ୍ଠି ରହିବ ନାହିଁ। ମନର କଥାକୁ ଲୁଚାଇ ବନ୍ଧୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍‌ ଆଲୋଚନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ନ ରହିବାରୁ ଅତ୍ୟାବଶ୍ୟକ ଜିନିଷଟି ଆଜି ଆଣି ପାରିବେ ନାହିଁ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବା ଆଶା ନିରର୍ଥକ ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ଶାରୀରିକ ସୁସ୍ଥତା ଓ ଦୃଢ଼ ମନୋବଳ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ମନ ଚାହୁଁ ନ ଥିଲେ ମଧ୍ୟ କୌଣସି କାମକୁ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ। ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ସାମାଜିକ ଜୀବନରେ ମଧ୍ୟ କାର୍ଯ୍ୟହାନିଜନିତ ଅଶାନ୍ତିରେ ରହିପାରନ୍ତି।
ମୀନମୀନ
ଅର୍ଥଲାଭ ସହ ଆନୁଷଙ୍ଗିକ ସୁବିଧା ପାଇବା ହେତୁ ନିର୍ମାଣ କାମ ମଧ୍ୟ ତ୍ୱରାନ୍ବିତ ହେବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। ପ୍ରିୟଜନଙ୍କ ସାହାଯ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ଆଜି ହଠାତ୍‌ ସମ୍ପନ୍ନ ହୋଇଯିବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri