Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ
ପରୋକ୍ଷ ଶତ୍ରୁତାରୁ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେତୁ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାପ୍ତି ଘଟିପାରେ।
ବୃଷ
ବୃଷ
ସହକର୍ମୀଙ୍କ ଅସହଯୋଗରୁ କୌଣସି କାମ ସମ୍ପନ୍ନ ଦିଗରେ ଅସୁବିଧାର ସମ୍ମୁଖୀନ ହେବେ। ପଡୋଶୀ ସହଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‍ ସମୟରେ କରିପାରିବେ ନାହିଁ। ସନ୍ତାନ ହେତୁକ ପୀଡା କିମ୍ବା ଅନୁପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
ପରିବାରର ଅସହମତିଜନିତ କାର୍ଯ୍ୟ କରିବା ଯୋଗୁ ନିଜଘରେ ସମାଲୋଚିତ ହେବେ। ନୂତନ କର୍ମାରମ୍ଭ ସାଙ୍ଗକୁ ପ୍ରଶାସନ, ପ୍ରକାଶନ, ରାଜନୀତି, ସଂଗଠନ,ସଭାସମିତି ପାଇଁ ଦିନଟି ଭଲ। ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଆଜି ସତର୍କତା ଅଭାବରୁ ହାତପାଦରେ ଆଘାତ କିମ୍ବା ସ୍ନାୟବିକ ଦୁର୍ବଳତାରୁ ସମସ୍ୟା ଆସିବ। ମନ କଥା ମନରେ ରଖି କାମ ନ କଲେ କଳହ ଲାଗିପାରେ। କିନ୍ତୁ ନିଜ ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଜଣେ ପ୍ରତିଷ୍ଠାବାନ୍‍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି ା
ସି˚ହ
ସି˚ହ
ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ ନୂତନ କାମ କରିପାରନ୍ତି। କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ। ସନ୍ତାନଙ୍କ ସମସ୍ୟା, ବ୍ୟୟବୃଦ୍ଧି ଓ ପଡୋଶୀଙ୍କ ଟାହିଟାପରା ମାନସିକ ଅଶାନ୍ତିର କାରଣ ହେବ।
କନ୍ୟା
ଅମୀମାଂସିତ ଆଲୋଚନା ଆଜିର ମୁଖ୍ୟ ସମସ୍ୟା ରୂପେ ଅସ୍ଥିରତାକୁ ଡାକି ଆଣିବ। ଅର୍ଥନୀତି ପ୍ରଭାବିତ ହେବା ସହ କୈାଣସି ସମସ୍ୟା ସୃଷ୍ଟି କରିପାରେ। ଶତ୍ରୁତା କରୁଥିବା ଲୋକଟିର ମନକୁ ବାଧିଲା ଭଳି କଥାରୁ ଦୁଃଖ ପ୍ରକାଶ କରିବେ। ଅବଶ୍ୟ ଚିତ୍ରା ନକ୍ଷତ୍ର ପାଇଁ କୈାଣସି ବିଶେଷ ଅସୁବିଧା ନ ହୋଇପାରେ ା
ତୁଳା
ତୁଳା
ବନ୍ଧୁଙ୍କ ସହାନୁଭୂତି ଓ ଆଦରବୋଳା କଥାରେ ଦୁଃଖର ମାତ୍ରା ଲାଘବ ହୋଇଯିବ। ତଥାପି ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ । ପରିବାରରେ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢିଯିବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ଦୀର୍ଘଦିନ ହେଲା ଯାହା ହୋଇପାରି ନ ଥିଲା ଆଜି ତାହାକୁ ସମ୍ପନ୍ନ କରିପାରିବେ। ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଅଧିକ ପାଇବା ସକାଶେ ବ୍ୟାକୁଳ ହେବେ। ପରିବହନ, ଶିଳ୍ପ, ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ଲାଗି ପ୍ରଯନତ୍ କରିପାରନ୍ତି। ପରିବାରର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ ପାରିବାରିକ ଜୀବନକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ସମସ୍ୟା ସମାଧାନର ପନ୍ଥା ଖୋଜି ପାଇବେ। ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସୀରେ କଟିଯିବ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ, ଏଣୁ ଗାଡିକୁ ପରଖି ନେବା ଭଲ ହେବ ା
ମକର
ମକର
ବିଭିନ୍ନ କ୍ଷେତ୍ର ସମସ୍ୟାବହୁଳ ହେଉଥିବାରୁ ମାନସିକ ଅସ୍ଥିରତା ଲାଗିରହିବ। ଧନିଷ୍ଠା ନକ୍ଷତ୍ରର ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କ୍ଷତି କରିପାରିବେ ନାହିଁ। ଆର୍ଥିକ ସ୍ଥିତି ମନ୍ଦ ହେବନି, କିନ୍ତୁ ଋଣ ପରିଶୋଧରେ ପଛେଇଯାଇ ସମାଲୋଚିତ ହୋଇପାରନ୍ତି। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ପରିବାରରେ ଭୁଲ୍‍ ବୁଝାମଣାରୁ ସାଧାରଣ କଥାରେ କଳହ ସୃଷ୍ଟି ହୋଇପାରେ। ବିବାଦୀୟ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। ଆଲୋଚନା କ୍ଷେତ୍ରରେ ବାକ୍‍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର, ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ମୀନମୀନ

ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତି, ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ , ନତୁବା ସମସ୍ୟା ଉପୁଜିପାରେ। କୈାଣସି ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡିବାର ସୂଚନା ରହିଛି। କୈାଣସି କଥା ଭଲ ରୂପେ ନ ବୁଝି ଅନ୍ୟ ଉପରେ ଦୋଷ ଲଦି ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri