Posted inRasifala

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ
ଆଜି ଦୀର୍ଘଦିନାନ୍ତେ କର୍ମକ୍ଷେତ୍ରର ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟିହେବ। ସଭାସମିତିରେ ଉନ୍ନତ ଆଲୋଚନା ସାଙ୍ଗକୁ ବନ୍ଧୁଙ୍କ ପ୍ରିୟଭାଜନ ହେବେ। ସହକର୍ମୀଙ୍କ ସହଯୋଗରେ ଅଟକି ରହିଯାଇଥିବା କାର୍ଯ୍ୟ ତ୍ୱରାନ୍ବିତ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅସ୍ଥିରତାକୁ ଦୂରେଇବାରେ ନୂତନ କୌଶଳ ଅବଲମ୍ବନ କରିବେ।
ବୃଷ
ବୃଷ
ପରିବାରର ବାରଣ ନ ମାନି ପଡ଼ୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ। ଘର ତିଆରି, ଯାନବାହନ ମରାମତି ଏବଂ ଦୋକାନର ଉନ୍ନତି କାରଣରୁ ଉପକୃତ ହେବେ। ଆନୁଷ୍ଠାନିକ କାମରେ ଟେନ୍‍ସନ ଲାଗିରହିବା ସୂଚନା ରହିଛି। ବିଗତ ଦିନରେ ଘଟିଯାଇଥିବା ଘଟଣାର ମୋଡ଼ ବଦଳିଯାଇପାରେ।
ମିଥୁନ
ମିଥୁନ
ଆଜି ଆନୁଷ୍ଠାନିକ କାମରେ ନିୟୋଜିତ ହେବେ। ଜମିଜମା,ପୁରୁଣା ଗାଡ଼ି କିମ୍ବା ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ସକାଶେ ମନ ବଳାଇପାରନ୍ତି। ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟିହେବ। ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କର୍କଟ
କର୍କଟ
ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପଛରେ ବହୁ ସମାଲୋଚନା ଶୁଣିବାକୁ ପଡ଼ିବ। ଆଜି ଟଙ୍କା ପଇସା ଦିଆନିଆରେ ସତର୍କ ରହିବା ଭଲ ହେବ। କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‍ ରହି ନ ପାରେ ଯାହାକି ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। କଚେରି ମାମଲା ମନ୍ଥର ହେବା କାରଣରୁ ଉଦ୍‍ବେଗ ବୃଦ୍ଧିପାଇବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଳସୁଆମି, ଅବହେଳା ଏବଂ ଅବିଚାର ଯୋଗୁ କାମଟି ବିଗିଡ଼ିଯାଇପାରେ। ପୁତ୍ରକନ୍ୟାହେତୁକ ସମସ୍ୟା ଦୁଶ୍ଚିନ୍ତା ସୃଷ୍ଟିକରିବ। ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମର ସାମ୍ନା କରିବାକୁ ପଡ଼ିବ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ସାଂସ୍କୃତିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
ଆଜି ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍‍ ଭାବେ ସମ୍ପନ୍ନହେବା କଷ୍ଟକରହେବ। ସାମ୍ନାରେ ମିଠାକଥା କହି ପରୋକ୍ଷରେ ଶତ୍ରୁତା କରୁଥିବା ଲୋକଙ୍କ ପ୍ରତି ସତର୍କ ରହିବା ଭଲ। ନିର୍ମାଣାଧୀନ କାମକୁ ହଠାତ୍‍ ଆରମ୍ଭ କରିବାକୁ ମନ ବଳାଇବେ। ଆପଣଙ୍କ ସେବା ଓ ପରୋପକାର ପ୍ରବୃତ୍ତିରୁ ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧିପାଇବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ। ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟଭିତ୍ତିକ କାମ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ା
ବିଛା
ବିଛା
ସମସ୍ୟା ଲାଗି ରହିଥିଲେ ମଧ୍ୟ ଆଜି କୌଣସି କାମ ଅଟକି ରହିବନାହିଁ। ପ୍ରକୃତ ସତ୍ୟ ଉପଲବ୍ଧି ନ କରି ଘଟଣାକୁ ନେଇ ଅତିରିକ୍ତ ଭାବରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ। ପ୍ରଶାସନିକ କ୍ଷେତ୍ରର ଆଲୋଚନା ପରିସରରେ ସାମୟିକ ଯୁକ୍ତିତର୍କର ସମ୍ଭାବନା ରହିଛି।
ଧନୁ
ଧନୁ
ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କର୍ମାରମ୍ଭ କରି ଆମତ୍ସନ୍ତୋଷ ଲାଭକରିବେ। ବନ୍ଧୁମିଳନ ଅବସରରେ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ମଧ୍ୟରେ ନିଜକୁ ହଜାଇଦେଇପାରନ୍ତି। କର୍ମକ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ହେତୁ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଆନନ୍ଦିତ ହୋଇପାରନ୍ତି।
ମକର
ମକର
ମନକଥାକୁ ମନରେ ରଖତ୍ ମୁହଁରେ ହସ ଫୁଟାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। ଆଜି ପାରିବାରିକ ସମସ୍ୟାକୁ ନେଇ ବନ୍ଧୁଙ୍କ ସହ ଆଲୋଚନା କଲେ ଉପକୃତ ହେବେ। ଜମିଜମା କ୍ରୟ ବିକ୍ରୟ କିମ୍ବା ବାଣିଜ୍ୟାରମ୍ଭ ପାଇଁ ମନ ବଳାଇପାରନ୍ତି। କିଛିଟା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
ପଡ଼ୋଶୀଙ୍କ ସହ ସୁସମ୍ପର୍କ ଅଭାବରୁ ବିବାଦଜନିତ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶକୁ ଶ୍ରେୟ ମନେ କରିପାରନ୍ତି। ନୀଚ ସଂସର୍ଗରୁ ଦୂରେଇରହନ୍ତୁ ନତୁବା ସମାଲୋଚିତ ହେବାକୁ ପଡ଼ିପାରେ। ଚେଷ୍ଟା କରୁଥିବା କାମରେ ଆନୁଷଙ୍ଗିକ ସାହାଯ୍ୟ ନିଶ୍ଚିତ ଲାଭ କରିବେ।
ମୀନମୀନ

ମାନସିକ ଅସ୍ଥିରତା କାରଣରୁ ଆଜି କାମ ଉତ୍ସାହପ୍ରଦ ହେବନାହିଁ। ପରିବାରର ଖର୍ଚ୍ଚ ଭାର କ୍ରମଶଃ ବଢ଼ି ବଢ଼ି ଯିବା କାରଣରୁ ମନରେ ସରସତା ରହି ନ ପାରେ। କର୍ମକ୍ଷେତ୍ରରେ, ସଭାସମିତିରେ,ରାଜନୈତିକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ ା ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri