Posted inRasifala

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରମଙ୍ଗଳ ଯୋଗରୁ ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରି ନେବାରେ ସମର୍ଥ ହେବେ । ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସିଯାଇପାରେ।
ବୃଷ
ବୃଷ
ଗୁରୁଦୃଷ୍ଟ ମଙ୍ଗଳ ପ୍ରଭାବରୁ ନିଜର ଶକ୍ତି ଓ ସାମର୍ଥ୍ୟ ଉପରେ ଭରସା କରି ନୂତନ ଯୋଜନା କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ କରିବାକୁ ପଡିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ଶିଳ୍ପ,ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ବୁଧାଦିତ୍ୟ ଯୋଗ ପ୍ରଭାବରେ କର୍ମାରମ୍ଭ, ଯାନ୍ତ୍ରିକ ଜିନିଷ କ୍ରୟ ଏବଂ ବୈବାହିକ ସମ୍ପର୍କିତ ଆଲୋଚନା କରିପାରନ୍ତି। ପୁରୁଣା କଳହକୁ କେନ୍ଦ୍ରକରି ଆମତ୍ୀୟଙ୍କ ସହ ସମ୍ପର୍କରେ ନୂ୍ୟନତା ପରିଲକ୍ଷିତ ହେବ। ଜମିଜମା ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ବ୍ୟବସାୟ ଓ ପରିବହନ ମଧ୍ୟ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
କେନ୍ଦ୍ରସ୍ଥାନରେ ଚନ୍ଦ୍ରଙ୍କ ସ୍ଥିତି କାର୍ଯ୍ୟ ହାସଲ ଦିଗରେ ସହାୟକ ହେବ। ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କିତ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହୋଇପାରେ। କର୍ମକ୍ଷେତ୍ରରୁ ଫେରନ୍ତା ବାଟରେ କୈାଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। ଆକସ୍ମିକ ଜଣେ ପୁରୁଣା ବନ୍ଧୁଙ୍କ ଦେଖା ପାଇ ମନ ହାଲୁକା କରିବେ।
ସି˚ହ
ସି˚ହ
ଧନାଧିପଙ୍କ ଶୁଭତ୍ୱରୁ ଆର୍ଥିକ ଉନ୍ନତିଜନିତ ନୂଆ କାମ ଓ ଯୋଜନା ସକାଶେ ମନ ବଳାଇବେ। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ୍ଚ ଘଟିପାରେ। ଶିଳ୍ପ,ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
ନିଜ ରାଶିରେ ବୁଧଙ୍କ ସ୍ଥିତି ଶାରୀରିକ ସୁସ୍ଥତା ଓ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ପ୍ରଦାନ କରିବ। କର୍ମକ୍ଷେତ୍ରରେ ତରବର ନ ହୋଇ କାମ କଲେ ସମସ୍ୟାର ସମାଧାନ ହୋଇପାରିବ। ସଂକୀର୍ଣ୍ଣ ସ୍ବାର୍ଥର ବଶବର୍ତ୍ତୀ ହୋଇ ଆମତ୍ୀୟମାନେ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସମସ୍ୟା ଆସିପାରେ।
ତୁଳା
ତୁଳା
ଏକାଦଶସ୍ଥ ରାଶ୍ୟାଧିପତି ଯୋଗୁ ସ୍ବାସ୍ଥ୍ୟରେ ଉନ୍ନତି ସାଙ୍ଗକୁ ଅଟକିଥିବା କାମଟିକୁ ସମ୍ପନ୍ନ କରିପାରିବେ। ଜିନିଷ କ୍ରୟ ସକାଶେ ମୋଟା ଅର୍ଥର ଆବଶ୍ୟକତା ପଡିପାରେ। କର୍ମକ୍ଷେତ୍ରରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଜମିଜମା, ଆରକ୍ଷୀ ମାମଲା ଓ ଭ୍ରାତୃ ବିବାଦର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜିର ଚନ୍ଦ୍ର ଯାତ୍ରା ଓ କର୍ମାରମ୍ଭ ପାଇଁ ପ୍ରୀତିଦାୟକ ରହିବ। ସ୍ବାସ୍ଥ୍ୟୋନ୍ନତି କାରଣରୁ ମନ ହାଲୁକା ରହିପାରେ। ପ୍ରତ୍ୟେକ କ୍ଷେତ୍ରରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଛୋଟ ଛୋଟ ଘଟଣାକୁ ଗୁରୁତ୍ୱ ଦେଲେ ସମସ୍ୟା ଆସିପାରେ। ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଦେବଗୁରୁଙ୍କ କୃପାରୁ ଆର୍ଥିକ, ସାମାଜିକ, ସାଙ୍ଗଠନିକ ତଥା ରାଜନୈତିକ କ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟିହେବ। ପ୍ରତିନ୍ଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧିକରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳ ଯୋଗରୁ ପାରିବାରିକ ସ୍ଥିତି ଭଲ ରହିବା ସହ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ। ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ । ରାଗିଯାଇ ଯାହା ତାହା କହିବାରୁ ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ମଙ୍ଗଳଙ୍କ ଶୁଭଦୃଷ୍ଟିରୁ ନିଜର ଲୋକ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କୈାଣସି ଅସୁବିଧା ହେବ ନାହିଁ। ବନ୍ଧୁମେଳରେ ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ। ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ଶିଳ୍ପ,ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବାର ସୂଚନା ରହିଛି।
ମୀନମୀନ

ଚନ୍ଦ୍ରଙ୍କ କୋଣଭାବସ୍ଥ ବୃହସ୍ପତି ଆପଣଙ୍କୁ ଅର୍ଥ ଓ ସମ୍ମାନ ଦେବାର ପରିବେଶ ସୃଷ୍ଟି କରିପାରନ୍ତି। କିନ୍ତୁ ପରିବାରରେ ଆନ୍ତରିକତାର ଅଭାବଜନିତ କେତେକ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ବହୁତ ଦିନରୁ ଲାଗି ରହିଥିବା ରୋଗ ସମସ୍ୟା ଆଣିପାରେ। କୃତି ଓ କୃତିତ୍ୱଜନିତ ସନ୍ତାନଙ୍କ ଗୈାରବରେ ନିଜକୁ ଗୈାରବାନ୍ବିତ ମନେକରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର…

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି…

ରାଶିଫଳ: ରବିବାର , ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri