Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡ଼ିବ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ମିତ୍ରତା ସ୍ଥାପନ ସୁଯୋଗ ପାଇବେ ।
ବୃଷ
ବୃଷ
ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‍ ସମୟରେ କରିପାରିବେ ନାହିଁ। ଦେବଗୁରୁଙ୍କ କୃପାରୁ ଅନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ସନ୍ତାନହେତୁକ ପୀଡ଼ା କିମ୍ବା ଅନୁପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
ଭାବପ୍ରବଣତାକୁ ନିୟନ୍ତ୍ରଣରେ ନ ରଖି ଅନ୍ୟ ଉପରେ ଶୁଝାଇଲେ ତିକ୍ତତା ସୃଷ୍ଟି ହେବ। ଦ୍ୱିତୀୟସ୍ଥ କର୍ମାଧିପ ଯୋଗୁ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପ୍ରକାଶନ, ରାଜନୀତି, ଆନୁଷ୍ଠାନିକ କ୍ଷେତ୍ରରେ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସହଧର୍ମିଣୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ରାଶ୍ୟାଧିପ ଦୁଃସ୍ଥାନସ୍ଥ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଭାରସାମ୍ୟ ରକ୍ଷା କରି ନ ଚଳିଲେ ଅଶାନ୍ତି ସୃଷ୍ଟି ହେବ। ଜଣେ ପ୍ରତିଷ୍ଠାବାନ୍‍ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଆତ୍ମବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ ଆଶା କ୍ରମଶଃ ବୃଦ୍ଧି ପାଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ ା
ସି˚ହ
ସି˚ହ
କେତୁଯୁକ୍ତ କର୍ମାଧତ୍ପ ରାଶିରେ ଅବସ୍ଥାନ କରୁଥିବାରୁ ବିଭିନ୍ନ ସମସ୍ୟା ଭିତରେ ଗତି କରିବାକୁ ପଡ଼ିପାରେ। ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ ନୂତନ କାମ କରିପାରନ୍ତି। ସାମାଜିକ ସ୍ତରରେ କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଦୀର୍ଘଦିନରୁ ଲାଗି ରହିଥିବା କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ।
କନ୍ୟା
ବୁଧାଦିତ୍ୟ ଯୋଗରୁ ଆଜି ଦିନଟି ଭଲରେ କଟିବ। ଜମା ପଡୁନଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି। ବନ୍ଧୁ ଓ ପରିଜନଙ୍କ ସହିତ ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ।
ତୁଳା
ତୁଳା
କର୍ମାଧିପତିଙ୍କ ଦୁର୍ବଳତାରୁ ବନ୍ଧୁଙ୍କୁ ଅନୁରୋଧ କରି କାମ ହାସଲ ପାଇଁ ଚେଷ୍ଟା କରିବେ। ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ, ଫଳରେ ନିଜର କାମ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ଭାଗ୍ୟାଦରପ ସ୍ବରାଶିରେ ଥିବାରୁ ଅଟକିଥିବା କାମ ଆଜି ଆକସ୍ମିକ ଭାବରେ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟ,ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ ଓ ସଫଳ ମଧ୍ୟ ହେବେ। ନିଜ ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀ ମାନଙ୍କ ତରଫରୁ ସମସ୍ୟା ଆସିପାରେ ା
ଧନୁ
ଧନୁ
ଶନିଙ୍କଜନିତ ଦଶମ ଦୃଷ୍ଟିପ୍ରଭାବରୁ ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିବ। ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିଲେ ମଧ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ। ପାରିବାରିକ କ୍ଷେତ୍ରରେ ହାତକୁ ନେଇଥିବା କାମ ସହଜରେ ସମ୍ପନ୍ନ ହେବ।
ମକର
ମକର
ଆଜି ହଠାତ୍‍ କୌଣସି ଖବର ପାଇ ଖୁସି ହୋଇଯିବେ। ବୃହସ୍ପତିଙ୍କ ସ୍ଥିତିରୁ ଆଜି ଆପଣଙ୍କ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ବନ୍ଧୁମାନଙ୍କ ଆର୍ଥିକ ସାହାଯ୍ୟରୁ ଆପଣଙ୍କ ଅଭାବ ଅସୁବିଧା ଦୂର ହୋଇଯିବାର ସୂଚନା ରହିଛି। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ାରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଗୁରୁକ୍ଷେତ୍ରସ୍ଥ ଶନିଙ୍କ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗି ରହିବ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିବେ। କ୍ରୀଡ଼ା, ସଙ୍ଗୀତ, ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
ମୀନମୀନ

ବୁଧଙ୍କ ଶୁଭପ୍ରଭାବରୁ ପରିବାରର ଅସଜଡା ପରିସ୍ଥିତକୁ ସଜାଡି ନେବେ ା ବାଣିଜ୍ୟ, ବ୍ୟବସାୟ, ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ ନତୁବା ସମସ୍ୟା ଉପୁଜିପାରେ। କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି। ଆଜିର ଯାତ୍ରା ସମୟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‍ କାମ କରି ଅନୁତାପ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?