Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ
ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। କର୍ମକ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପାରନ୍ତି। ପରିବାରରେ ଛୋଟ କଥାରେ ଚିହ୍ନା ପଡିଲେ ଅପଦସ୍ଥ ହେବେ। ବିନା କାରଣରେ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମ ଶୃଙ୍ଖଳିତ ରହିବ ନାହିଁ। ଅର୍ଥ ଓ ସମ୍ମାନ ପାଇବେ,ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ସାଧାରଣ କଥାରେ ବନ୍ଧୁ ବିରକ୍ତ ପ୍ରକାଶ କରିପାରନ୍ତି। ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ। ମାନସିକ ଦ୍ୱନ୍ଦ୍ୱ ବୃଦ୍ଧି ପାଇବା କାରଣରୁ ନିଷ୍ପତ୍ତି ନେବାରେ ବିଳମ୍ବ କରାଇବ। ମାନସିକ ସ୍ଥିତି ଠିକ୍‍ ରହିଲେ ମଧ୍ୟ ପାରିବାରିକ ସମସ୍ୟାଜଡିତ ରହିପାରନ୍ତି।
କର୍କଟ
କର୍କଟ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ସହକର୍ମୀମାନେ ସହଯୋଗର ହାତ ବଢାଇବେ, କିନ୍ତୁ ସହଜରେ କାମ ହାସଲ ହେବା କାଠିକର ପାଠ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢିପାରେ। ନିଜ ଲୋକମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ ା
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଟେନ୍‍ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସକାଳୁ ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରିବେ। ଆର୍ଥିକ ଦିଗଟି ଭଲ ରହିବ, ମାତ୍ର ସ୍ବାସ୍ଥ୍ୟ ହାନି ଘଟିବ। ରାଜନୈତିକ ସ୍ତରରେ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି ା କଥା ଦେଇଥିବା ବନ୍ଧୁ ପର କ୍ଷଣରେ ଓଲଟା କଥା କହିବେ। ପରିବାରରେ ଆମତ୍ୀୟସ୍ବଜନଙ୍କ ପାଇଁ ଚିନ୍ତା ବଢିପାରେ। ପରିବହନରେ ଲାଗିରହିଥିବା ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ପ୍ରିୟଜନଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ ଓ ସାମୟିକ ଆନନ୍ଦ ପାଇବେ। ହାତରୁ ଖାଇ ପର ପାଇଁ ଖଟିବେ କିନ୍ତୁ ପ୍ରଶଂସା ବଦଳରେ ସମାଲୋଚିତ ହେବେ । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‍ ହୋଇଯିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ପରିଜନମାନଙ୍କ ସହିତ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ବନ୍ଧୁଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ପଛକଥା ପଛକୁ ପକାଇ କାମ କରି ଚାଲନ୍ତୁ ଭଲ ହେବ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ କିନ୍ତୁ ସାମୟିକ ଆନନ୍ଦ ପାଇବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ ା
ମକର
ମକର
କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ ା ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ଆଜିର ଯାତ୍ରା, ପରିଭ୍ରମଣ, ମନୋରଞ୍ଜନ ପ୍ରୀତିପ୍ରଦ ହେବ। ବାକ୍‍ ସଂଯମତା ରକ୍ଷା ନ କଲେ ଅଯଥା କଳହ ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପରିଜନଙ୍କ ସହିତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନେ ଠିକ୍‍ ଖବର ଦେବାରେ ହେଳା କରିପାରନ୍ତି। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ପୁରୁଣା ରୋଗ ପୀଡ଼ା ପାଇଁ ଟେନ୍‍ସନ୍‍ ବଢ଼ିଯାଇପାରେ।
ମୀନମୀନ

ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରର ସମସ୍ୟା କମିବା ଫଳରେ ରହିଥିବା ଟେନ୍‍ସନ୍‍ କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। କର୍ମକ୍ଷେତ୍ରର ସମସ୍ୟାକୁ ସୁଧାରି ନେବାରେ ସମର୍ଥ ହେବେ।

 

👉 Follow Dharitri – The Largest & Most Trusted Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri