Categories: Rasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ
ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। କର୍ମକ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପାରନ୍ତି। ପରିବାରରେ ଛୋଟ କଥାରେ ଚିହ୍ନା ପଡିଲେ ଅପଦସ୍ଥ ହେବେ। ବିନା କାରଣରେ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ।
ବୃଷ
କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମ ଶୃଙ୍ଖଳିତ ରହିବ ନାହିଁ। ଅର୍ଥ ଓ ସମ୍ମାନ ପାଇବେ,ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ସାଧାରଣ କଥାରେ ବନ୍ଧୁ ବିରକ୍ତ ପ୍ରକାଶ କରିପାରନ୍ତି। ଦୃଢ଼ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ। ମାନସିକ ଦ୍ୱନ୍ଦ୍ୱ ବୃଦ୍ଧି ପାଇବା କାରଣରୁ ନିଷ୍ପତ୍ତି ନେବାରେ ବିଳମ୍ବ କରାଇବ। ମାନସିକ ସ୍ଥିତି ଠିକ୍‍ ରହିଲେ ମଧ୍ୟ ପାରିବାରିକ ସମସ୍ୟାଜଡିତ ରହିପାରନ୍ତି।
କର୍କଟ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ସହକର୍ମୀମାନେ ସହଯୋଗର ହାତ ବଢାଇବେ, କିନ୍ତୁ ସହଜରେ କାମ ହାସଲ ହେବା କାଠିକର ପାଠ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‍ ବୁଝାମଣା ହେତୁ ସମସ୍ୟା ବଢିପାରେ। ନିଜ ଲୋକମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ ା
ସି˚ହ
କର୍ମକ୍ଷେତ୍ରରେ ଟେନ୍‍ସନ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସକାଳୁ ସକାଳୁ କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରିବେ। ଆର୍ଥିକ ଦିଗଟି ଭଲ ରହିବ, ମାତ୍ର ସ୍ବାସ୍ଥ୍ୟ ହାନି ଘଟିବ। ରାଜନୈତିକ ସ୍ତରରେ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି ା କଥା ଦେଇଥିବା ବନ୍ଧୁ ପର କ୍ଷଣରେ ଓଲଟା କଥା କହିବେ। ପରିବାରରେ ଆମତ୍ୀୟସ୍ବଜନଙ୍କ ପାଇଁ ଚିନ୍ତା ବଢିପାରେ। ପରିବହନରେ ଲାଗିରହିଥିବା ସମସ୍ୟା ସମାଧାନ ହୋଇଯିବ।
ତୁଳା
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ପ୍ରିୟଜନଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ ଓ ସାମୟିକ ଆନନ୍ଦ ପାଇବେ। ହାତରୁ ଖାଇ ପର ପାଇଁ ଖଟିବେ କିନ୍ତୁ ପ୍ରଶଂସା ବଦଳରେ ସମାଲୋଚିତ ହେବେ । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‍ ହୋଇଯିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ପରିଜନମାନଙ୍କ ସହିତ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ବନ୍ଧୁଙ୍କ ସହାୟତାରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ପଛକଥା ପଛକୁ ପକାଇ କାମ କରି ଚାଲନ୍ତୁ ଭଲ ହେବ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ କିନ୍ତୁ ସାମୟିକ ଆନନ୍ଦ ପାଇବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ ା
ମକର
କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ ା ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ଆଜିର ଯାତ୍ରା, ପରିଭ୍ରମଣ, ମନୋରଞ୍ଜନ ପ୍ରୀତିପ୍ରଦ ହେବ। ବାକ୍‍ ସଂଯମତା ରକ୍ଷା ନ କଲେ ଅଯଥା କଳହ ସୃଷ୍ଟି ହୋଇପାରେ।
କୁମ୍ଭ
ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପରିଜନଙ୍କ ସହିତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନେ ଠିକ୍‍ ଖବର ଦେବାରେ ହେଳା କରିପାରନ୍ତି। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ପୁରୁଣା ରୋଗ ପୀଡ଼ା ପାଇଁ ଟେନ୍‍ସନ୍‍ ବଢ଼ିଯାଇପାରେ।
ମୀନ

ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରର ସମସ୍ୟା କମିବା ଫଳରେ ରହିଥିବା ଟେନ୍‍ସନ୍‍ କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। କର୍ମକ୍ଷେତ୍ରର ସମସ୍ୟାକୁ ସୁଧାରି ନେବାରେ ସମର୍ଥ ହେବେ।

 

👉 Follow Dharitri – The Largest & Most Trusted Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.