Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାର ସୂଚନା ରହିଛି। କୌଣସି ଆତ୍ମୀୟ ବ୍ୟକ୍ତିଠାରୁ ଯଥେଷ୍ଟ ବାଚନିକ ସହାୟତା ପାଇବେ ା ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଅବଶ୍ୟ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ବାହାରେ ଅଧିକାଂଶ ସମୟ କଟାଇବା କାରଣରୁ ସାମୟିକ ନିଃସଙ୍ଗତାବୋଧ କରିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ମିଥୁନ
ମିଥୁନ
ସହକର୍ମୀମାନଙ୍କ ଅସହଯୋଗ ହେତୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ସାଧାରଣ କଥାରେ ଖଳଲୋକମାନଙ୍କ ଦ୍ୱାରା କଳହ ଘେରରେ ଆକ୍ରାନ୍ତ ହୋଇପାରନ୍ତି ା ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ। ଜମିଜମା, ନିର୍ମାଣ, କଳକାରଖାନା କ୍ଷେତ୍ରରେ ସମସ୍ୟା ଲାଗିରହିବ।
କର୍କଟ
କର୍କଟ
ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‍ କାମ କରିପାରନ୍ତି। ସାମାଜିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ ା ପାରିବାରିକ କଳହ କାରଣରୁ ସାୟାହ୍ନେ ଟେନ୍‍ଶନ ବଢ଼ିଯିବ। ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ । ପୁରୁଣା ରୋଗର ପୀଡ଼ା ଅସହ୍ୟ ହେବ।
ସି˚ହ
ସି˚ହ
କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାରର କେତେକ ଅତ୍ୟାବଶ୍ୟକ କାମକୁ ପୂର୍ଣ୍ଣାଙ୍ଗ କରିପାରିବେ ନାହିଁ। ନିର୍ମାଣ, କଳା, ସାହିତ୍ୟ, ଲେଖାପଢ଼ା ପ୍ରଭୃତି କ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରିବେ। ପ୍ଲଟିଂ କାରବାର, ଏଜେନ୍ସି, ସାମ୍ବାଦିକତାରେ ଆଶାଜନକ ଫଳ ପାଇବେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ ା
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ଯୋଗୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମଗୁଡ଼ିକ ଅଟକି ରହିଯାଇପାରେ। ପାଇବାକୁ ଥିବା ଟଙ୍କା ପଇସା ମଧ୍ୟ ଠିକ୍‍ ସମୟରେ ପାଇ ପାରିବେ ନାହିଁ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
କୌଣସି କଥା ଠିକ୍‍ ଭାବରେ ବିଚାର ନ କରି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‍ କରିବେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ। ଅପେକ୍ଷା କରିଥିବା କାମଟି ଶୀଘ୍ର ହୋଇଯିବାର ଶୁଭ ସୂଚନା ପାଇବେ। ବ୍ୟବସାୟ, ପରିବହନ, ମାଲିମକଦ୍ଦମା, ସଭାସମିତି କ୍ଷେତ୍ରରେ ସାଧାରଣ ସମସ୍ୟା ଦେଖା ଦେବ ା
ବିଛା
ବିଛା
ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ। ଯେତେ ପ୍ରକାର ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‍ ଦୃଷ୍ଟିକୋଣରୁ ବିଚାର କରିବେ। ଆଜି ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ। ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ମାନସିକ ସ୍ଥିତି ସୁଦୃଢ଼ ରହିବ ଓ ହାତକୁ ନେଇଥିବା କାମ ହାସଲରେ କିଛି ଅସୁବିଧା ହେବନାହିଁ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସହଜ ହେବ । ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଏବଂ ବାଦବିବାଦର ଆପୋସ ସମାଧାନ ଘଟିବ।
ମକର
ମକର
ପରିବାରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ସଞ୍ଚତ୍ତ ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।
କୁମ୍ଭ
କୁମ୍ଭ
ଆଜି ସକାଳୁ ସକାଳୁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନମୀନ

ଭୁଲ୍‍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ବିଭିନ୍ନ ସମସ୍ୟାକୁ ଡାକି ଆଣିବ। ପରିବାରର ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଆଜିର ଦିନଟି ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ।

 

👉 Follow Dharitri – The Largest & Most Trusted Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରସ୍ଥ ରବି ଆପଣଙ୍କ ସୁସ୍ଥ ଚିନ୍ତାଧାରା ଓ କାର୍ଯ୍ୟକଳାପକୁ ପ୍ରଭାବିତ କରି ବ୍ୟଥିତ କରାଇପାରନ୍ତି। ଆକସ୍ମିକ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri